ଆସନ୍ତା ୮ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ

The Sakala Picture
Published On

ଭୁବନେଶ୍ବର: ଆସନ୍ତା ୮ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ କଳା ରେଜଲ୍ଟ । ଅପରାହ୍ନ ୪ ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦା ମୂଳକ ଶିକ୍ଷା ପରୀକ୍ଷା ଫଳ। CHSE କାର୍ଯ୍ୟାଳୟରେ ଫଳ ପ୍ରକାଶ ପାଇବ ରେଜଲ୍ଟ ବୋଲି ସିଏଚଏସଇ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଚଳିତବର୍ଷ ରାଜ୍ୟରେ କଳାରେ ୨ଲକ୍ଷ ୧୩ହଜାର ୪୩୨ ଜଣ ପରୀକ୍ଷାର୍ଥୀ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ଜଣ ପରୀକ୍ଷା ଦେଇଥିଲେ । ଚଳିତବର୍ଷ […]

ଭୁବନେଶ୍ବର: ଆସନ୍ତା ୮ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ କଳା ରେଜଲ୍ଟ । ଅପରାହ୍ନ ୪ ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦା ମୂଳକ ଶିକ୍ଷା ପରୀକ୍ଷା ଫଳ। CHSE କାର୍ଯ୍ୟାଳୟରେ ଫଳ ପ୍ରକାଶ ପାଇବ ରେଜଲ୍ଟ ବୋଲି ସିଏଚଏସଇ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଚଳିତବର୍ଷ ରାଜ୍ୟରେ କଳାରେ ୨ଲକ୍ଷ ୧୩ହଜାର ୪୩୨ ଜଣ ପରୀକ୍ଷାର୍ଥୀ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ଜଣ ପରୀକ୍ଷା ଦେଇଥିଲେ । ଚଳିତବର୍ଷ ମୂଲ୍ୟାୟନ ନିମନ୍ତେ ଦୁଇପ୍ରକାରର ମୂଲ୍ୟାୟନ ପଦ୍ଧତି ଗ୍ରହଣ କରାଯାଇଛି। ଦୁଇଟି ପଦ୍ଧତି ମଧ୍ୟରୁ ଯେଉଁଥରେ ପିଲାଙ୍କ ମାର୍କ ଅଧିକ ହେବ ତାହାକୁ ସମ୍ପୃକ୍ତ ବିଷୟର ଚୂଡ଼ାନ୍ତ ମାର୍କ ଭାବେ ବିଚାର କରାଯିବ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

ପ୍ରଥମ ପଦ୍ଧତିରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରରେ ହୋଇଥିବା ଇଣ୍ଟରନାଲ୍‍ ପରୀକ୍ଷାରେ ଛାତ୍ରଛାତ୍ରୀମାନେ ପାଇଥିବା ମାର୍କରୁ ୨୦% ୱେଟେଜ୍‍(ହାରାହାରି ମାର୍କ) ଓ ଦ୍ୱାଦଶ ପରୀକ୍ଷାର ୮୦% ୱେଟେଜ୍‍କୁ ନିଆଯାଇ ପିଲାଙ୍କୁ ପ୍ରତ୍ୟେକ ବିଷୟର ମାର୍କ ଦିଆଯାଇଛି। ପିଲାଙ୍କ ତିନୋଟି ଇଣ୍ଟରନାଲ୍‍ ପରୀକ୍ଷା ମଧ୍ୟରୁ ସର୍ବାଧିକ ମାର୍କ ପାଇଥିବା ଦୁଇଟି ପରୀକ୍ଷାକୁ ବିଚାରକୁ ନିଆଯାଇଛି। ପ୍ରଥମ ପଦ୍ଧତି ଅନୁଯାୟୀ ଉଭୟ ଇଣ୍ଟରନାଲ୍‍ ଏବଂ ଯୁକ୍ତ ଦୁଇ ବୋର୍ଡ(ଦ୍ୱାଦଶ) ପରୀକ୍ଷାର ୱେଟେଜ୍‍ ଭିତ୍ତିରେ ପିଲାଙ୍କୁ ସମୁଦାୟ ମାର୍କ ଦିଆଯାଇଛି। ସେହିପରି ଦ୍ୱିତୀୟ ପଦ୍ଧତିରେ କେବଳ +୨ ବୋର୍ଡ ପରୀକ୍ଷାରେ ରଖିଥିବା ନମ୍ୱରକୁ ଶତ ପ୍ରତିଶତ ୱେଟେଜ୍‍ ଭାବେ ଗ୍ରହଣ କରାଯାଇଛି। ଉପରୋକ୍ତ ଦୁଇଟି ପଦ୍ଧତି ମଧ୍ୟରୁ ଯେଉଁଥରେ ପିଲାଙ୍କ ମାର୍କ ଅଧିକ ହେବ ତାହାକୁ ସମ୍ପୃକ୍ତ ବିଷୟର ଚୂଡ଼ାନ୍ତ ମାର୍କ ଭାବେ ବିଚାର କରାଯାଇଛି ବୋଲି ସିଏଚ୍‍ଏସ୍‍ଇ ଦର୍ଶାଇଛି।

ଆହୁରି ପଢ଼ନ୍ତୁ: ରମାଦେବୀ ବିଶ୍ୱବିଦ୍ୟାଳୟରେ ବ୍ୟାପକ ଲାଞ୍ଚ କାରବାର: ୧୦୦ ଟଙ୍କା ନ ଦେଲେ ମିଳୁନି ସିଏଲ୍‌‌ସି !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର