ପଦ୍ମପୁରରେ ବାଜିଲା ଶଙ୍ଖ : ୪୨ ହଜାରରୁ ଉର୍ଦ୍ଧ୍ବ ଭୋଟ୍‌ରେ ବୃହତ ବିଜୟ ହାସଲ କଲା ବିଜୁ ଜନତା ଦଳ

The Sakala Picture
Published On

ପଦ୍ମପୁର : ପଦ୍ମପୁରରେ ବିଜେଡିର ବୃହତ ବିଜୟ। ପଦ୍ମପୁର ଉପନିର୍ବାଚନରେ ବିଜେଡିର ପ୍ରାର୍ଥୀ ବର୍ଷା ସିଂହ ବରିହା ପ୍ରାୟ ୪୨ ହଜାରରୁ ଉର୍ଦ୍ଧ୍ବ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ଗତ ୫ ତାରିଖରେ ପଦ୍ମପୁର ଉପନିର୍ବାଚନ ନେଇ ମତଦାନ ହୋଇଥିବା ବେଳେ ଆଜି ଭୋଟ ଗଣତି କରାଯାଉଥିଲା। ପ୍ରଥମେ ପୋଷ୍ଟାଲ ବାଲାଟରୁ ଭୋଟ ଗଣତି ଆରମ୍ଭ ହୋଇଥିଲା। ଏହାପରେ ୮ଟା.୩୦ରୁ ଇଭିଏମ ଗଣତି ଆରମ୍ଭ ହୋଇଥିଲା।  ୧୪ଟି ଟେବୁଲରେ ୨୩ ରାଉଣ୍ଡ ଗଣତି ହେଉଥିବା ବେଳେ ବର୍ତ୍ତମାନ […]

ପଦ୍ମପୁର : ପଦ୍ମପୁରରେ ବିଜେଡିର ବୃହତ ବିଜୟ। ପଦ୍ମପୁର ଉପନିର୍ବାଚନରେ ବିଜେଡିର ପ୍ରାର୍ଥୀ ବର୍ଷା ସିଂହ ବରିହା ପ୍ରାୟ ୪୨ ହଜାରରୁ ଉର୍ଦ୍ଧ୍ବ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ଗତ ୫ ତାରିଖରେ ପଦ୍ମପୁର ଉପନିର୍ବାଚନ ନେଇ ମତଦାନ ହୋଇଥିବା ବେଳେ ଆଜି ଭୋଟ ଗଣତି କରାଯାଉଥିଲା। ପ୍ରଥମେ ପୋଷ୍ଟାଲ ବାଲାଟରୁ ଭୋଟ ଗଣତି ଆରମ୍ଭ ହୋଇଥିଲା। ଏହାପରେ ୮ଟା.୩୦ରୁ ଇଭିଏମ ଗଣତି ଆରମ୍ଭ ହୋଇଥିଲା।  ୧୪ଟି ଟେବୁଲରେ ୨୩ ରାଉଣ୍ଡ ଗଣତି ହେଉଥିବା ବେଳେ ବର୍ତ୍ତମାନ ସମ୍ପୁର୍ଣ୍ଣ ୨୩ ରାଉଣ୍ଡର ଗଣତି ଶେଷ ହୋଇଛି। ଏଥିରେ ବିଜେଡି଼ ପ୍ରାର୍ଥୀ ବର୍ଷା ସିଂ ବରିହା ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ପ୍ରଦୀପ ପୁରୋହିତଙ୍କୁ ୪୨ ହଜାରରୁ ଭୋଟରେ ପରାସ୍ତ କରିଛନ୍ତି । ଗଣତି ଆରମ୍ଭରୁ ହିଁ ବର୍ଷା ବିଜେପି ପ୍ରାର୍ଥୀଙ୍କ ଉପରେ ଭାରି ପଡ଼ିଥିଲେ । ପ୍ରତି ରାଉଣ୍ଡରେ ବିଜେଡ଼ି ସଂଖ୍ୟାଧିକ ଭୋଟ୍ ସହିତ ବିଜେପି ଠାରୁ ଆଗରେ ରହିଥିଲା । କୌଣସି ଗୋଟିଏ ରାଉଣ୍ଡରେ ମଧ୍ୟ ବିଜେପି ଭୋଟରେ ବିଜେଡ଼ିକୁ ପଛରେ ପକାଇ ପାରିନଥିଲା । ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀଙ୍କ ସ୍ଥିତି ଦୟନୀୟ ଥିଲା । ଭୋଟର ବିଜେପିକୁ ପ୍ରତ୍ୟାଖାନ କରିଥିବା ବେଳେ କଂଗ୍ରେସର ରାଜନୈତିକ ପ୍ରାସଙ୍ଗିକତାକୁ ଉପନିର୍ବାଚନରେ ପ୍ରଶ୍ନ କରିଛନ୍ତି ।

ଆହୁରି ପଢ଼ନ୍ତୁ: କୋଟି କୋଟି ଟଙ୍କା ଟିକସ ଫାଙ୍କିବା ଅଭିଯୋଗରେ ରାଜ୍ୟର ୬ ରେସ୍ତୋରାଁରେ IT ଚଢ଼ାଉ

ପଦ୍ମପୁରରେ ୨୩ ରାଉଣ୍ଡ ଗଣତି ଶେଷ ଶୁଦ୍ଧା ବିଜେଡି଼ ପ୍ରାର୍ଥୀ ବର୍ଷା ସିଂ ବରିହା ୧ ଲକ୍ଷ ୧୯ ହଜାର ୫୧୨ ଭୋଟ୍‌ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ  ୭୬ ହଜାର ୮୭୪ ଖଣ୍ଡ ପାଇଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ୩ ହଜାର ୫୪୮ ଖଣ୍ଡ ଭୋଟ୍‌ ପାଇଛନ୍ତି। ବିଜେଡି଼ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ପଦମପୁର ଭୋଟର ସମର୍ଥନ ଦେଇଛନ୍ତି । ବିଜେପିର ସବୁ ପ୍ରକାରର ନକରାତ୍ମକ ପ୍ରଚାରକୁ ଭୋଟର ପ୍ରତ୍ୟାଖାନ କରି ପ୍ରସଙ୍ଗ ଭିତ୍ତିକ ନିର୍ବାଚନକୁ ସମର୍ଥନ କରିଥିବା ଉପନିର୍ବାଚନ ଫଳାଫଳରୁ ପ୍ରମାଣିତ ହୋଇଛି । ବିଜେପି କେବଳ ପ୍ରଚାରର ହାୱା ସୃଷ୍ଟି କରି ଉପନିର୍ବାଚନୀ ବୈତରଣୀ ପାର ହେବା ଲକ୍ଷ୍ୟରେ ଥିଲା ବୋଲି ରାଜନୈତିକ ବିଶ୍ଲେଷକ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଗେରୁଆ ଗାମୁଛା ପକାଇଲେ ରାସନ୍‌ କାର୍ଡରେ ଯୋଡ଼ା ଯାଉଛି ନାମ: ବିରୋଧୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଦିନକୁ ଦିନ ବଢ଼଼ିବାରେ ଲାଗିଛି ଏବଂ ତଦନୁରୂପ ବିଜେଡି ବି ଶକ୍ତିଶାଳୀ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହେବାର ପ୍ରଥମ ଦିନରୁ ନବୀନ ସମସ୍ତଙ୍କ ପାଇଁ ଏକ ଅନ୍ତରଙ୍ଗ ଅବୋଧ୍ୟ ପାଲଟିଛନ୍ତି। ଦଳ ହେଉ ବା ସରକାର ସବୁକ୍ଷେତ୍ରରେ ନିଷ୍ଠା ଓ ସ୍ୱଚ୍ଛତା ଭିନ୍ନ ବ୍ୟକ୍ତିଗତ ସମ୍ପର୍କ ବା ପ୍ରିୟପଣିଆର କୌଣସି ମୂଲ୍ୟ ନାହିଁ ତାହା ଅନେକବାର ନବୀନ ପ୍ରମାଣିତ କରିଛନ୍ତି। ଯେଉଁଥିପାଇଁସରକାରକୁ ନିନ୍ଦିତ କରିବାକୁ ବିଭିନ୍ନ ସମୟରେ ବିରୋଧୀମାନେ ବହୁ ପ୍ରଚେଷ୍ଟା କରିଥିଲେ ହେଁ ନବୀନଙ୍କ ସଫେଦ ପୋଷାକରେ କାଳି ଚିହ୍ନଟିଏ ବି ପକାଇବାକୁ ସମର୍ଥ ହୋଇ ନାହାନ୍ତି। ବ୍ୟକ୍ତିଗତ ଲୋଭ ଓ ଆକାଂକ୍ଷାଠାରୁ ଦୂରରେ ରହି ପାରିଲେ ଜଣେ ସାଧାରଣ ଲୋକମାନଙ୍କର ନିକଟତର ହୋଇପାରିବ ତାହା ନବୀନଙ୍କ କ୍ଷେତ୍ରରେ ପ୍ରମାଣିତ ହୋଇ ସାରିଛି। ଯାହା ବିଜେଡି ପାଇଁ ଆଶୀର୍ବାଦ ହୋଇଛି।

ଆହୁରି ପଢ଼ନ୍ତୁ: ଭାରତ ଟି-୨୦ ବିଶ୍ୱକପ ଚମ୍ପିଅନ୍: ଫାଇନାଲରେ ନ୍ୟୁଜିଲାଣ୍ଡକୁ ୯୬ ରନ୍‌ରେ ହରାଇ ଟାଇଟଲ ହାତେଇଲା ଟିମ୍ ଇଣ୍ଡିଆ

ସାଧାରଣ ନିର୍ବାଚନ ଆହୁରି ଦେଢ ବର୍ଷ ବାକି ରହିଥିବା ବେଳେ ପଦ୍ମପୁର ଉପନିର୍ବାଚନ  ରାଜ୍ୟରେ ନିର୍ବାଚନୀ ବାତାବରଣକୁ ଗରମ କରିଥିଲା। ବିଜେଡିର ବରିଷ୍ଠ ନେତା ତଥା ସ୍ଥାନୀୟ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଅକାଳ ମୃତ୍ୟୁ ପରେ ଏହି ଉପନିର୍ବାଚନରେ ତାଙ୍କ ଝିଅ ବର୍ଷା ସିଂ ବରିହାଙ୍କୁ ବିଜେଡ଼ି ପ୍ରାର୍ଥୀ କରିଥିଲା। ତେବେ ବର୍ଷାଙ୍କ ବିପକ୍ଷରେ ବଜେପିର ବରିଷ୍ଠ ନେତା ପ୍ରଦୀପ ପୁରୋହିତ ପ୍ରାର୍ଥୀ ହୋଇଥିବା ବେଳେ ମାଳମାଳ କେନ୍ଦ୍ରମନ୍ତ୍ରୀ ତାଙ୍କ ପାଇଁ ପ୍ରଚାର କରିଥିଲେ। କିନ୍ତୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ଆଗରେ ସବୁକିଛି ଫେଲ ମାରିଛି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ୨୦୧୮ ମସିହାରେ ବରଗଡ଼ ଜିଲ୍ଲାର ବିଜେପୁରରେ ଯେଉଁ ପରିସ୍ଥିତି ସୃଷ୍ଟି ହୋଇଥିଲା ୨୦୨୨ରେ ପଦ୍ମପୁରରେ ଅନୁରୂପ ସ୍ଥିତି ସୃଷ୍ଟି ହୋଇଛି। ନବୀନ ଝଡ଼ ବିରୋଧୀ ଶିବିରକୁ ଧ୍ୱସ୍ତବିଧ୍ୱସ୍ତ କରି ଦେଇଛି।

08 Dec 2022 By The Sakala

ପଦ୍ମପୁରରେ ବାଜିଲା ଶଙ୍ଖ : ୪୨ ହଜାରରୁ ଉର୍ଦ୍ଧ୍ବ ଭୋଟ୍‌ରେ ବୃହତ ବିଜୟ ହାସଲ କଲା ବିଜୁ ଜନତା ଦଳ

ପଦ୍ମପୁର : ପଦ୍ମପୁରରେ ବିଜେଡିର ବୃହତ ବିଜୟ। ପଦ୍ମପୁର ଉପନିର୍ବାଚନରେ ବିଜେଡିର ପ୍ରାର୍ଥୀ ବର୍ଷା ସିଂହ ବରିହା ପ୍ରାୟ ୪୨ ହଜାରରୁ ଉର୍ଦ୍ଧ୍ବ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ଗତ ୫ ତାରିଖରେ ପଦ୍ମପୁର ଉପନିର୍ବାଚନ ନେଇ ମତଦାନ ହୋଇଥିବା ବେଳେ ଆଜି ଭୋଟ ଗଣତି କରାଯାଉଥିଲା। ପ୍ରଥମେ ପୋଷ୍ଟାଲ ବାଲାଟରୁ ଭୋଟ ଗଣତି ଆରମ୍ଭ ହୋଇଥିଲା। ଏହାପରେ ୮ଟା.୩୦ରୁ ଇଭିଏମ ଗଣତି ଆରମ୍ଭ ହୋଇଥିଲା।  ୧୪ଟି ଟେବୁଲରେ ୨୩ ରାଉଣ୍ଡ ଗଣତି ହେଉଥିବା ବେଳେ ବର୍ତ୍ତମାନ ସମ୍ପୁର୍ଣ୍ଣ ୨୩ ରାଉଣ୍ଡର ଗଣତି ଶେଷ ହୋଇଛି। ଏଥିରେ ବିଜେଡି଼ ପ୍ରାର୍ଥୀ ବର୍ଷା ସିଂ ବରିହା ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ପ୍ରଦୀପ ପୁରୋହିତଙ୍କୁ ୪୨ ହଜାରରୁ ଭୋଟରେ ପରାସ୍ତ କରିଛନ୍ତି । ଗଣତି ଆରମ୍ଭରୁ ହିଁ ବର୍ଷା ବିଜେପି ପ୍ରାର୍ଥୀଙ୍କ ଉପରେ ଭାରି ପଡ଼ିଥିଲେ । ପ୍ରତି ରାଉଣ୍ଡରେ ବିଜେଡ଼ି ସଂଖ୍ୟାଧିକ ଭୋଟ୍ ସହିତ ବିଜେପି ଠାରୁ ଆଗରେ ରହିଥିଲା । କୌଣସି ଗୋଟିଏ ରାଉଣ୍ଡରେ ମଧ୍ୟ ବିଜେପି ଭୋଟରେ ବିଜେଡ଼ିକୁ ପଛରେ ପକାଇ ପାରିନଥିଲା । ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀଙ୍କ ସ୍ଥିତି ଦୟନୀୟ ଥିଲା । ଭୋଟର ବିଜେପିକୁ ପ୍ରତ୍ୟାଖାନ କରିଥିବା ବେଳେ କଂଗ୍ରେସର ରାଜନୈତିକ ପ୍ରାସଙ୍ଗିକତାକୁ ଉପନିର୍ବାଚନରେ ପ୍ରଶ୍ନ କରିଛନ୍ତି ।

ପଦ୍ମପୁରରେ ୨୩ ରାଉଣ୍ଡ ଗଣତି ଶେଷ ଶୁଦ୍ଧା ବିଜେଡି଼ ପ୍ରାର୍ଥୀ ବର୍ଷା ସିଂ ବରିହା ୧ ଲକ୍ଷ ୧୯ ହଜାର ୫୧୨ ଭୋଟ୍‌ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ  ୭୬ ହଜାର ୮୭୪ ଖଣ୍ଡ ପାଇଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ୩ ହଜାର ୫୪୮ ଖଣ୍ଡ ଭୋଟ୍‌ ପାଇଛନ୍ତି। ବିଜେଡି଼ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ପଦମପୁର ଭୋଟର ସମର୍ଥନ ଦେଇଛନ୍ତି । ବିଜେପିର ସବୁ ପ୍ରକାରର ନକରାତ୍ମକ ପ୍ରଚାରକୁ ଭୋଟର ପ୍ରତ୍ୟାଖାନ କରି ପ୍ରସଙ୍ଗ ଭିତ୍ତିକ ନିର୍ବାଚନକୁ ସମର୍ଥନ କରିଥିବା ଉପନିର୍ବାଚନ ଫଳାଫଳରୁ ପ୍ରମାଣିତ ହୋଇଛି । ବିଜେପି କେବଳ ପ୍ରଚାରର ହାୱା ସୃଷ୍ଟି କରି ଉପନିର୍ବାଚନୀ ବୈତରଣୀ ପାର ହେବା ଲକ୍ଷ୍ୟରେ ଥିଲା ବୋଲି ରାଜନୈତିକ ବିଶ୍ଲେଷକ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଦିନକୁ ଦିନ ବଢ଼଼ିବାରେ ଲାଗିଛି ଏବଂ ତଦନୁରୂପ ବିଜେଡି ବି ଶକ୍ତିଶାଳୀ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହେବାର ପ୍ରଥମ ଦିନରୁ ନବୀନ ସମସ୍ତଙ୍କ ପାଇଁ ଏକ ଅନ୍ତରଙ୍ଗ ଅବୋଧ୍ୟ ପାଲଟିଛନ୍ତି। ଦଳ ହେଉ ବା ସରକାର ସବୁକ୍ଷେତ୍ରରେ ନିଷ୍ଠା ଓ ସ୍ୱଚ୍ଛତା ଭିନ୍ନ ବ୍ୟକ୍ତିଗତ ସମ୍ପର୍କ ବା ପ୍ରିୟପଣିଆର କୌଣସି ମୂଲ୍ୟ ନାହିଁ ତାହା ଅନେକବାର ନବୀନ ପ୍ରମାଣିତ କରିଛନ୍ତି। ଯେଉଁଥିପାଇଁସରକାରକୁ ନିନ୍ଦିତ କରିବାକୁ ବିଭିନ୍ନ ସମୟରେ ବିରୋଧୀମାନେ ବହୁ ପ୍ରଚେଷ୍ଟା କରିଥିଲେ ହେଁ ନବୀନଙ୍କ ସଫେଦ ପୋଷାକରେ କାଳି ଚିହ୍ନଟିଏ ବି ପକାଇବାକୁ ସମର୍ଥ ହୋଇ ନାହାନ୍ତି। ବ୍ୟକ୍ତିଗତ ଲୋଭ ଓ ଆକାଂକ୍ଷାଠାରୁ ଦୂରରେ ରହି ପାରିଲେ ଜଣେ ସାଧାରଣ ଲୋକମାନଙ୍କର ନିକଟତର ହୋଇପାରିବ ତାହା ନବୀନଙ୍କ କ୍ଷେତ୍ରରେ ପ୍ରମାଣିତ ହୋଇ ସାରିଛି। ଯାହା ବିଜେଡି ପାଇଁ ଆଶୀର୍ବାଦ ହୋଇଛି।

ସାଧାରଣ ନିର୍ବାଚନ ଆହୁରି ଦେଢ ବର୍ଷ ବାକି ରହିଥିବା ବେଳେ ପଦ୍ମପୁର ଉପନିର୍ବାଚନ  ରାଜ୍ୟରେ ନିର୍ବାଚନୀ ବାତାବରଣକୁ ଗରମ କରିଥିଲା। ବିଜେଡିର ବରିଷ୍ଠ ନେତା ତଥା ସ୍ଥାନୀୟ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଅକାଳ ମୃତ୍ୟୁ ପରେ ଏହି ଉପନିର୍ବାଚନରେ ତାଙ୍କ ଝିଅ ବର୍ଷା ସିଂ ବରିହାଙ୍କୁ ବିଜେଡ଼ି ପ୍ରାର୍ଥୀ କରିଥିଲା। ତେବେ ବର୍ଷାଙ୍କ ବିପକ୍ଷରେ ବଜେପିର ବରିଷ୍ଠ ନେତା ପ୍ରଦୀପ ପୁରୋହିତ ପ୍ରାର୍ଥୀ ହୋଇଥିବା ବେଳେ ମାଳମାଳ କେନ୍ଦ୍ରମନ୍ତ୍ରୀ ତାଙ୍କ ପାଇଁ ପ୍ରଚାର କରିଥିଲେ। କିନ୍ତୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ଆଗରେ ସବୁକିଛି ଫେଲ ମାରିଛି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ୨୦୧୮ ମସିହାରେ ବରଗଡ଼ ଜିଲ୍ଲାର ବିଜେପୁରରେ ଯେଉଁ ପରିସ୍ଥିତି ସୃଷ୍ଟି ହୋଇଥିଲା ୨୦୨୨ରେ ପଦ୍ମପୁରରେ ଅନୁରୂପ ସ୍ଥିତି ସୃଷ୍ଟି ହୋଇଛି। ନବୀନ ଝଡ଼ ବିରୋଧୀ ଶିବିରକୁ ଧ୍ୱସ୍ତବିଧ୍ୱସ୍ତ କରି ଦେଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର