ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାମ ଅନୁକୂଳ

The Sakala Picture
Published On

ପୁରୀ: ଆଜି ପବିତ୍ର ଅକ୍ଷୟ ତୃତୀୟା। ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଅନୁକୂଳ ହୋଇଛି ରଥକାମ । ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ ସମ୍ମୁଖ ରଥଖଳାକୁ ଆଜ୍ଞାମାଳ ବିଜେ କରିଛନ୍ତି। ୩ଜଣ ପୂଜାପଣ୍ଡା ଆଜ୍ଞାମାଳ ଧରି ରଥଖଳାରେ ପହଞ୍ଚିଛନ୍ତି । ଏହାପରେ ୩ ଖଣ୍ଡ ଧଉରା କାଠରେ ରଥ ନିର୍ମାଣର ଅନୁକୂଳ କରାଯିବ । ବୈଶାଖ ମାସ ତୃତୀୟା ସତ୍ୟ ଯୁଗର ଉତ୍ପତି ଦିବସ ହୋଇଥିବା ବେଳେ ରାଜଗୁରୁ ଓ ସ୍ରୋତ୍ରୀୟ ବ୍ରାହ୍ମଣଙ୍କ ଦ୍ୱାରା ବନଯାଗ ପଦ୍ଧତିରେ ରଥକାମ […]

ପୁରୀ: ଆଜି ପବିତ୍ର ଅକ୍ଷୟ ତୃତୀୟା। ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଅନୁକୂଳ ହୋଇଛି ରଥକାମ । ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ ସମ୍ମୁଖ ରଥଖଳାକୁ ଆଜ୍ଞାମାଳ ବିଜେ କରିଛନ୍ତି। ୩ଜଣ ପୂଜାପଣ୍ଡା ଆଜ୍ଞାମାଳ ଧରି ରଥଖଳାରେ ପହଞ୍ଚିଛନ୍ତି । ଏହାପରେ ୩ ଖଣ୍ଡ ଧଉରା କାଠରେ ରଥ ନିର୍ମାଣର ଅନୁକୂଳ କରାଯିବ । ବୈଶାଖ ମାସ ତୃତୀୟା ସତ୍ୟ ଯୁଗର ଉତ୍ପତି ଦିବସ ହୋଇଥିବା ବେଳେ ରାଜଗୁରୁ ଓ ସ୍ରୋତ୍ରୀୟ ବ୍ରାହ୍ମଣଙ୍କ ଦ୍ୱାରା ବନଯାଗ ପଦ୍ଧତିରେ ରଥକାମ ଅନୁକୂଳ କରାଯାଉଛି । ଏହି ଅବସରରେ ତିନି ରଥର ମୁଖ୍ୟ ମହାରଣା, ଭୋଇ ସର୍ଦାରଙ୍କ ସମେତ, ମୁଖ୍ୟ କମାର, କରତୀ ଓ ରୂପକାର ସେବାୟତମାନଙ୍କୁ ରାଜଗୁରୁ ଶାଢ଼ୀ ବାନ୍ଧିବା ପରେ ଆରମ୍ଭ ହେବ ରଥକାମ ।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ସେହିପରି ପ୍ରଚଣ୍ଡ ରୌଦ୍ରତାପରୁ ଆଶ୍ବସ୍ତି ପାଇଁ ନୌବିହାର କରିବେ ମହାପ୍ରଭୁ । ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ ଦିନିଆ ବାହାର ଚନ୍ଦନ ଯାତ୍ରା । ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୁଦେବୀ, ଶ୍ରୀଦେବୀ, ପଞ୍ଚୁ ପାଣ୍ଡଵ ଓ ରାମ କୃଷ୍ଣ ନରେନ୍ଦ୍ର ପୁଷ୍କରିଣୀରେ କରିବେ ନୌକା ବିହାର । ଏଥିପାଇଁ ନରେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଚିତ୍ରକର ସେବାୟତମାନେ ରଙ୍ଗ କରିବା ସହ ମହାରଣା ସେବାୟତଙ୍କ ଦ୍ବାରା ପ୍ରସ୍ତୁତ ହୋଇ ରହିଛନ୍ତି ନନ୍ଦା ଓ ଭଦ୍ରା ।

ଆହୁରି ପଢ଼ନ୍ତୁ: ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ବ୍ୟବସ୍ଥା: ଗୋଟିଏ ବିଷୟରେ ଦେଇପାରିବେ ଇମ୍‌ପ୍ରୁଭମେଣ୍ଟ ପରୀକ୍ଷା

23 Apr 2023 By The Sakala

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାମ ଅନୁକୂଳ

ପୁରୀ: ଆଜି ପବିତ୍ର ଅକ୍ଷୟ ତୃତୀୟା। ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଅନୁକୂଳ ହୋଇଛି ରଥକାମ । ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ ସମ୍ମୁଖ ରଥଖଳାକୁ ଆଜ୍ଞାମାଳ ବିଜେ କରିଛନ୍ତି। ୩ଜଣ ପୂଜାପଣ୍ଡା ଆଜ୍ଞାମାଳ ଧରି ରଥଖଳାରେ ପହଞ୍ଚିଛନ୍ତି । ଏହାପରେ ୩ ଖଣ୍ଡ ଧଉରା କାଠରେ ରଥ ନିର୍ମାଣର ଅନୁକୂଳ କରାଯିବ । ବୈଶାଖ ମାସ ତୃତୀୟା ସତ୍ୟ ଯୁଗର ଉତ୍ପତି ଦିବସ ହୋଇଥିବା ବେଳେ ରାଜଗୁରୁ ଓ ସ୍ରୋତ୍ରୀୟ ବ୍ରାହ୍ମଣଙ୍କ ଦ୍ୱାରା ବନଯାଗ ପଦ୍ଧତିରେ ରଥକାମ ଅନୁକୂଳ କରାଯାଉଛି । ଏହି ଅବସରରେ ତିନି ରଥର ମୁଖ୍ୟ ମହାରଣା, ଭୋଇ ସର୍ଦାରଙ୍କ ସମେତ, ମୁଖ୍ୟ କମାର, କରତୀ ଓ ରୂପକାର ସେବାୟତମାନଙ୍କୁ ରାଜଗୁରୁ ଶାଢ଼ୀ ବାନ୍ଧିବା ପରେ ଆରମ୍ଭ ହେବ ରଥକାମ ।

ସେହିପରି ପ୍ରଚଣ୍ଡ ରୌଦ୍ରତାପରୁ ଆଶ୍ବସ୍ତି ପାଇଁ ନୌବିହାର କରିବେ ମହାପ୍ରଭୁ । ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ ଦିନିଆ ବାହାର ଚନ୍ଦନ ଯାତ୍ରା । ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୁଦେବୀ, ଶ୍ରୀଦେବୀ, ପଞ୍ଚୁ ପାଣ୍ଡଵ ଓ ରାମ କୃଷ୍ଣ ନରେନ୍ଦ୍ର ପୁଷ୍କରିଣୀରେ କରିବେ ନୌକା ବିହାର । ଏଥିପାଇଁ ନରେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଚିତ୍ରକର ସେବାୟତମାନେ ରଙ୍ଗ କରିବା ସହ ମହାରଣା ସେବାୟତଙ୍କ ଦ୍ବାରା ପ୍ରସ୍ତୁତ ହୋଇ ରହିଛନ୍ତି ନନ୍ଦା ଓ ଭଦ୍ରା ।

https://www.thesakala.in/big-news/puri-rathayatra-preparation-of-ratha/article-21022
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର