ଆତଙ୍କବାଦ ବିରୋଧୀ ଯୁଦ୍ଧରେ ଭାରତକୁ ପୂର୍ଣ୍ଣ ସମର୍ଥନ ଜଣାଇଲା ରୁଷ

The Sakala Picture
Published On

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫୋନ କରି ଭାରତର ଯେକୌଣସି କାର୍ଯ୍ୟାନୁଷ୍ଠାନକୁ ସମର୍ଥନ ଜଣାଇଛନ୍ତି । ଏହା ପୂର୍ବରୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ କହିଥିଲେ ଯେ ଭାରତର ଜବାବୀ କାର୍ଯ୍ୟାନୁଷ୍ଠାନ ପାଇଁ ଅଧିକାର ରହିଛି, କିନ୍ତୁ ଏହା ଯେପରି ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧର ରୂପ ନ ନିଏ ତାହା ପ୍ରତି ଉଭୟ ଦେଶ ଯତ୍ନବାନ ହେବା ଉଚିତ। ପୁଟିନ ଆତଙ୍କବାଦ ବିରୋଧରେ ଭାରତକୁ ସମର୍ଥନ କରିବା ପାଇଁ […]

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫୋନ କରି ଭାରତର ଯେକୌଣସି କାର୍ଯ୍ୟାନୁଷ୍ଠାନକୁ ସମର୍ଥନ ଜଣାଇଛନ୍ତି । ଏହା ପୂର୍ବରୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ କହିଥିଲେ ଯେ ଭାରତର ଜବାବୀ କାର୍ଯ୍ୟାନୁଷ୍ଠାନ ପାଇଁ ଅଧିକାର ରହିଛି, କିନ୍ତୁ ଏହା ଯେପରି ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧର ରୂପ ନ ନିଏ ତାହା ପ୍ରତି ଉଭୟ ଦେଶ ଯତ୍ନବାନ ହେବା ଉଚିତ। ପୁଟିନ ଆତଙ୍କବାଦ ବିରୋଧରେ ଭାରତକୁ ସମର୍ଥନ କରିବା ପାଇଁ ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ। ସେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କରିଥିଲେ ଏବଂ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ସମବେଦନା ଜଣାଇଥିଲେ।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସୱାଲ ଟ୍ୱିଟରରେ ପୋଷ୍ଟ କରିଛନ୍ତି ଯେ, ଆଲୋଚନା ସମୟରେ ରୁଷ ରାଷ୍ଟ୍ରପତି ଜୋର ଦେଇଥିଲେ ଯେ ଆକ୍ରମଣ ପଛରେ ଥିବା ବ୍ୟକ୍ତି ଏବଂ ସେମାନଙ୍କ ସମର୍ଥକମାନଙ୍କୁ ନ୍ୟାୟ ଦିଆଯିବା ଉଚିତ। ଜମ୍ମୁ ଏବଂ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରାୟ ଦୁଇ ସପ୍ତାହ ପରେ ପୁଟିନ ଭାରତକୁ ସମର୍ଥନ କରିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର