ମାଡ଼ି ଆସୁଛି ବାତ୍ୟା ‘ୟଶ୍’: ଓପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ, ୬ ଘଣ୍ଟା ହେଲା ଘଣ୍ଟାପ୍ରତି ୪ କିମି ବେଗରେ ଆଗକୁ ବଢ଼ୁଛି ବାତ୍ୟା ‘ୟଶ୍’
ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ‘ୟଶ୍’ । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବିଗତ ୬ ଘଣ୍ଟା ହେଲା ଘଣ୍ଟାପ୍ରତି ୪ କିଲୋମିଟର ବେଗରେ ବାତ୍ୟା ‘ୟଶ୍’ ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେଉଛି । ପାରାଦୀପରୁ ସାଗର ଦ୍ୱୀପ ମଧ୍ୟରେ ୟାସ୍ ଲ୍ୟାଣ୍ଡଫଲ କରିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବା ବେଳେ ଏବେ ପାରାଦୀପ ଠାରୁ ୫୨୦ କିଲୋମିଟର ଦୂର ଏବଂ ବାଲେଶ୍ୱର ଠାରୁ ୬୨୦ କିଲୋମିଟର ଦୂରରେ ରହିଛି । ସେହିଭଳି ଦୀଘା ଠାରୁ ୟାସ୍ ୬୧୦ […]
ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ‘ୟଶ୍’ । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବିଗତ ୬ ଘଣ୍ଟା ହେଲା ଘଣ୍ଟାପ୍ରତି ୪ କିଲୋମିଟର ବେଗରେ ବାତ୍ୟା ‘ୟଶ୍’ ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେଉଛି । ପାରାଦୀପରୁ ସାଗର ଦ୍ୱୀପ ମଧ୍ୟରେ ୟାସ୍ ଲ୍ୟାଣ୍ଡଫଲ କରିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବା ବେଳେ ଏବେ ପାରାଦୀପ ଠାରୁ ୫୨୦ କିଲୋମିଟର ଦୂର ଏବଂ ବାଲେଶ୍ୱର ଠାରୁ ୬୨୦ କିଲୋମିଟର ଦୂରରେ ରହିଛି । ସେହିଭଳି ଦୀଘା ଠାରୁ ୟାସ୍ ୬୧୦ କିଲୋମିଟର ଦୂରରେ ବାତ୍ୟା ୟାସ୍ ରହିଛି । ଏହା ଆାଗମୀ ୧୨ ଘଣ୍ଟାରେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଯାଇ ଅତି ଭୟଙ୍କର ବାତ୍ୟାରେ ପରିଣତ ହେବ । ସେହିଭଳି ୨୪ ଘଣ୍ଟା ମଧ୍ୟରେ ଏହା ଅତି ଭୀଷଣ ବାତ୍ୟାର ରୂପ ନେବ ।
At 1130 IST, Cyclone ‘Yaas’ about 520 km south-southeast of Paradip. To intensify further and cross north Odisha-West Bengal coasts betweenParadip and Sagar Islands around Balasore, during noon of 26th Mayas a Very Severe Cyclonic Storm. pic.twitter.com/Xb9cHYsfyE
ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି— India Meteorological Department (@Indiametdept) May 24, 2021
ବାତ୍ୟା ‘ୟଶ୍’ ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଛି । ବାତ୍ୟାର ବାହାର ଭାଗରେ ଥିବା ମେଘ ଖଣ୍ଡ ବର୍ଷା କରାଉଛି । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ସମେତ ବାଲେଶ୍ୱର ଜିଲ୍ଲାରେ ବର୍ଷା ସହ ପବନ ଆରମ୍ଭ ହୋଇଛି । ୨୬ ତାରିଖ ଭୋର୍ ସମୟରେ ବାତ୍ୟା ‘ୟଶ୍’ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟମରେ ସ୍ଥଳଭାଗ ଛୁଇଁ ମଧ୍ୟାହ୍ନରେ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
Rainfall started over coastal districts of Odisha due to the outer band clouds associated with the #YaasCyclone #Glimpses of rainfall over #Dhamara #Bhadrak #CycloneAlert #Yaas #YaasCyclone pic.twitter.com/IpVUV3RCNT
— Meteorological Centre, Bhubaneswar (@mcbbsr) May 24, 2021
ବାତ୍ୟା ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟାପ୍ରତି ୧୫୫ରୁ ୧୬୫ କିଲୋମିଟର ଏବଂ ଝଟକା ପବନର ବେଗ ଘଣ୍ଟାପ୍ରତି ୧୮୫ କିଲୋମିଟର ରହିବ । ଏହାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଏବଂ କିଛି ସ୍ଥାନରେ ଅତ୍ୟଧିକ ବର୍ଷା ହେବ । ସମୁଦ୍ର ଅଶାନ୍ତ ରହୁଥିବାରୁ ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ପାରାଦୀପ ଓ ଧାମରା ବନ୍ଦରରେ ୪ ନମ୍ବର ବିପଦ ସଂକେତ ଦିଆଯାଇଥିବା ବେଳେ ଗୋପାଳପୁର ଓ ପୁରୀରେ ୩ ନମ୍ବର ବିପଦ ସଂକେତ ଦିଆଯାଇଛି ।
ତେବେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି ରାଜ୍ୟ ସରକାର । ପ୍ରଭାବିତ ହେବାକୁ ଥିବା ୫ ଜିଲ୍ଲା ପାଇଁ ୫ ଜଣ ଆଇଏଏସ ଓ ୫ ଜଣ ଆଇପିଏସ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି । ଯେଉଁମାନେ ବାତ୍ୟା ମୁକାବିଲା ଉପରେ ନଜର ରଖିବେ । ଏହାସହ ସୁରକ୍ଷିତ ସ୍ଥାନକୁ ଲୋକଙ୍କୁ ସ୍ଥାନାନ୍ତରଣ, କୋଭିଡ ହସ୍ପିଟାଲରେ ଯେପରି ସମସ୍ୟା ନ ଉପୁଜେ ସେଥିପ୍ରତି ଦୃଷ୍ଟି ଦେବେ । ଏହାଛଡା ବାତ୍ୟାର ମୁକାବିଲା ପାଇଁ ଏନଡିଆରଏଫ, ଓଡ୍ରାଫ ଟିମ୍ ମଧ୍ୟ ପ୍ରସ୍ତୁତ ହୋଇ ରହିଛନ୍ତି ।
ମାଡ଼ି ଆସୁଛି ବାତ୍ୟା ‘ୟଶ୍’: ଓପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ, ୬ ଘଣ୍ଟା ହେଲା ଘଣ୍ଟାପ୍ରତି ୪ କିମି ବେଗରେ ଆଗକୁ ବଢ଼ୁଛି ବାତ୍ୟା ‘ୟଶ୍’
ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ‘ୟଶ୍’ । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବିଗତ ୬ ଘଣ୍ଟା ହେଲା ଘଣ୍ଟାପ୍ରତି ୪ କିଲୋମିଟର ବେଗରେ ବାତ୍ୟା ‘ୟଶ୍’ ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେଉଛି । ପାରାଦୀପରୁ ସାଗର ଦ୍ୱୀପ ମଧ୍ୟରେ ୟାସ୍ ଲ୍ୟାଣ୍ଡଫଲ କରିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବା ବେଳେ ଏବେ ପାରାଦୀପ ଠାରୁ ୫୨୦ କିଲୋମିଟର ଦୂର ଏବଂ ବାଲେଶ୍ୱର ଠାରୁ ୬୨୦ କିଲୋମିଟର ଦୂରରେ ରହିଛି । ସେହିଭଳି ଦୀଘା ଠାରୁ ୟାସ୍ ୬୧୦ କିଲୋମିଟର ଦୂରରେ ବାତ୍ୟା ୟାସ୍ ରହିଛି । ଏହା ଆାଗମୀ ୧୨ ଘଣ୍ଟାରେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଯାଇ ଅତି ଭୟଙ୍କର ବାତ୍ୟାରେ ପରିଣତ ହେବ । ସେହିଭଳି ୨୪ ଘଣ୍ଟା ମଧ୍ୟରେ ଏହା ଅତି ଭୀଷଣ ବାତ୍ୟାର ରୂପ ନେବ ।
At 1130 IST, Cyclone ‘Yaas’ about 520 km south-southeast of Paradip. To intensify further and cross north Odisha-West Bengal coasts betweenParadip and Sagar Islands around Balasore, during noon of 26th Mayas a Very Severe Cyclonic Storm. pic.twitter.com/Xb9cHYsfyE
— India Meteorological Department (@Indiametdept) May 24, 2021