ପରଲୋକରେ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ

ମୁମ୍ୱାଇ : ପରଲୋକରେ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ । ୫୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ଗତ କିଛି ଦିନ ଧରି ସେ ଦିଲ୍ଲୀ ଏମ୍ସ ଭେଣ୍ଟିଲେଟରରେ ଚାଲିଥିଲା ଚିକିତ୍ସା । ତାଙ୍କ ମୃତ୍ୟୁ ପରେ ବଲିଉଡରେ ଶୋକର ଛାୟା ଖେଳିଯାଇଛି । ଅଗଷ୍ଟ 10ରେ ଜିମରେ ବ୍ୟାୟାମ କରୁଥିବାବେଳେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହୋଇଯାଇଥିଲା। ଏହା ପରେ ତାଙ୍କୁ ଏମ୍ସ ଦିଲ୍ଲୀରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଚିକିତ୍ସିତ ହେଉଥିଲେ। ତାଙ୍କ […]

ମୁମ୍ୱାଇ : ପରଲୋକରେ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ । ୫୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ଗତ କିଛି ଦିନ ଧରି ସେ ଦିଲ୍ଲୀ ଏମ୍ସ ଭେଣ୍ଟିଲେଟରରେ ଚାଲିଥିଲା ଚିକିତ୍ସା । ତାଙ୍କ ମୃତ୍ୟୁ ପରେ ବଲିଉଡରେ ଶୋକର ଛାୟା ଖେଳିଯାଇଛି । ଅଗଷ୍ଟ 10ରେ ଜିମରେ ବ୍ୟାୟାମ କରୁଥିବାବେଳେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହୋଇଯାଇଥିଲା। ଏହା ପରେ ତାଙ୍କୁ ଏମ୍ସ ଦିଲ୍ଲୀରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଚିକିତ୍ସିତ ହେଉଥିଲେ। ତାଙ୍କ ଅବସ୍ଥା ସୁଧୁରି ନଥିବା ବେଳେ ତାଙ୍କୁ ଲାଇଫ୍ ସପୋର୍ଟ ସିଷ୍ଟମରେ ରଖାଯାଇଥିଲା। ଚିକିତ୍ସା ସମୟରେ ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେବାର ଖବର ଆସିଥିଲା ​​କିନ୍ତୁ ଏବେ ତାଙ୍କର ମୃତ୍ୟୁ ଘଟିଛି।

About The Author: The Sakala