ବଢ଼ିଲା ଦୁଇ ହଜାର ଟଙ୍କିଆ ନୋଟ୍ ବଦଳ ଅବଧି, ଅକ୍ଟୋବର ୭ଯାଏ ବ୍ୟାଙ୍କରେ ବଦଳା ଯାଇପାରିବ ଦୁଇ ହଜାର ଟଙ୍କିଆ

ନୂଆଦିଲ୍ଲୀ : ଆଜି ଅର୍ଥାତ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ବ୍ୟାଙ୍କରେ ଦୁଇ ହଜାର ଟଙ୍କିଆ ନୋଟ୍ ଜମା ବା ବଦଳାଇବା ପାଇଁ ଶେଷ ତାରିଖ ଥିଲା। ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ମଇ ୨୩ ରୁ ୨ହଜାର ଟଙ୍କିଆ ନୋଟ ବଦଳାଇବା ଆରମ୍ଭ କରାଯାଇଥିଲା। ଏହି ଅବଧି ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଥିଲା। ଯାହାକୁ ଆଜି ବୃଦ୍ଧି କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଅକ୍ଟୋବର ୭ ଯାଏ ବ୍ୟାଙ୍କରେ ବଦଳା ଯାଇପାରିବ ଦୁଇ ହଜାର […]

ନୂଆଦିଲ୍ଲୀ : ଆଜି ଅର୍ଥାତ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ବ୍ୟାଙ୍କରେ ଦୁଇ ହଜାର ଟଙ୍କିଆ ନୋଟ୍ ଜମା ବା ବଦଳାଇବା ପାଇଁ ଶେଷ ତାରିଖ ଥିଲା। ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ମଇ ୨୩ ରୁ ୨ହଜାର ଟଙ୍କିଆ ନୋଟ ବଦଳାଇବା ଆରମ୍ଭ କରାଯାଇଥିଲା। ଏହି ଅବଧି ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଥିଲା। ଯାହାକୁ ଆଜି ବୃଦ୍ଧି କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଅକ୍ଟୋବର ୭ ଯାଏ ବ୍ୟାଙ୍କରେ ବଦଳା ଯାଇପାରିବ ଦୁଇ ହଜାର ଟଙ୍କିଆ ନୋଟ।

ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ୨ହଜାର ଟଙ୍କିଆ ନୋଟ ବଦଳାଇବାକୁ ବ୍ୟାଙ୍କ ଶାଖା ଓ ରିଜର୍ଭ ବ୍ୟାଙ୍କର ଆଞ୍ଚଳିକ ଶାଖା ଗୁଡ଼ିକରେ ସ୍ବତନ୍ତ୍ର କାଉଣ୍ଟର ଖୋଲାଯାଇଛି । ବ୍ୟାଙ୍କରେ ଥରକେ ୧୦ଟି ନୋଟ ଅର୍ଥାତ ୨୦ ହଜାର ଟଙ୍କା ବଦଳାଇ ପାରିବେ। ବ୍ୟାଙ୍କ ମାନଙ୍କୁ ଏନେଇ ରିଜର୍ଭ ବ୍ୟାଙ୍କ ପକ୍ଷରୁ ନିର୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ କେନ୍ଦ୍ର ସରକାର ନଭେମ୍ବର ୮, ୨୦୧୬ରେ ବିମୁଦ୍ରିକରଣ ଘୋଷଣା କରି ୫୦୦ ଟଙ୍କିଆ ଓ ୧ ହଜାର ଟଙ୍କିଆ ନୋଟ ପ୍ରଚଳନ ବନ୍ଦ କରିଦେଇଥିଲେ ଓ ନୂଆ ୨ ବଜାର ଟଙ୍କିଆ ନୋଟ ଓ ୫୦୦ ଟଙ୍କିଆ ନୋଟ ପ୍ରଚଳନ କରିଥିଲେ । ସେତେବେଳର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୨ ହଜାର ଟଙ୍କିଆ ନୋଟ ବଜାରକୁ ଛଡ଼ାଯାଇଥିଲା । କିନ୍ତୁ ଏବେ ବଜାରରେ ଅନ୍ୟ ନୋଟ ଯଥେଷ୍ଟ ପରିମାଣରେ ଥିବାରୁ ଏହାର ଆବଶ୍ୟକତା ଶେଷ ହୋଇଯାଇଛି । ଏଣୁ ଗତ ୨୦୧୮-୧୯ ଆର୍ଥିକ ବର୍ଷରୁ ହିଁ ଏହି ନୋଟର ମୁଦ୍ରଣ ବନ୍ଦ ହୋଇଯାଇଛି ବୋଲି ରିଜର୍ଭ ବ୍ୟାଙ୍କ କହିଛି।

ବ୍ୟାଙ୍କରେ ୨୦୦୦ ଟଙ୍କିଆ ନୋଟ୍‌ ବଦଳାଇବାର ନିୟମ

ଯେଉଁମାନଙ୍କ ପାଖରେ ୨୦୦୦ ଟଙ୍କିଆ ନୋଟ୍ ଅଛି ସେମାନେ ବିନା ସ୍ଲିପ୍‌ ଏବଂ ଆଇଡିରେ ବ୍ୟାଙ୍କ ଯାଇ ତାହାକୁ ବିନିମୟ ଏବଂ ଜମା କରିପାରିବେ। ୨୦,୦୦୦ ଟଙ୍କା ପର୍ଯ୍ୟନ୍ତ ୨୦୦୦ ଟଙ୍କିଆ ନୋଟ୍‌ ଜମା ଏବଂ ବଦଳ କ୍ଷେତ୍ରରେ କୌଣସି ପ୍ରକାରର କାଗଜପତ୍ର ଆବଶ୍ୟକ ନାହିଁ। ନିକଟତମ ଶାଖା କିମ୍ବା ଅନ୍ୟ କୌଣସି ବ୍ୟାଙ୍କରେ ମଧ୍ୟ ଏହି ନୋଟ୍‌ଗୁଡିକୁ ଆକାଉଣ୍ଟରେ ବିନିମୟ କିମ୍ବା ଜମା କରାଯାଇପାରିବ। ବ୍ୟାଙ୍କରେ ନୋଟ୍ ଜମା କରିବା ଏବଂ ବିନିମୟ ପାଇଁ ପୁରୁଣା ନିୟମ ଲାଗୁ ହେବ।

୨୦୦୦ ଟଙ୍କିଆ ନୋଟ୍‌ ଜମା କରିବାରେ କୌଣସି ସୀମା ଧାର୍ଯ୍ୟ କରାଯାଇନାହିଁ। ଆପଣ ନିଜ ଆକାଉଣ୍ଟରେ ଯେତିକି ନଗଦ ଚାହିଁବେ ଜମା କରିପାରିବେ। ୫୦ ହଜାରରୁ ଅଧିକ ଟଙ୍କା ଜମା ଉପରେ ପାନ୍ କାର୍ଡ ଦେବାକୁ ପଡିବ, ଯେଉଁ ନିୟମ ପୂର୍ବରୁ ବଳବତ୍ତର ଅଛି। ଏହା କେବଳ ୨୦୦୦ ଟଙ୍କିଆ ନୋଟ୍‌ ନୁହେଁ ବରଂ ସମସ୍ତ ବର୍ଗର ନୋଟ କ୍ଷେତ୍ରରେ ପ୍ରଯୁଯ୍ୟ। ଆରବିଆଇ ନିୟମ ଅନୁଯାୟୀ, ବ୍ୟାଙ୍କ ଆକାଉଣ୍ଟରେ ୨୦ ଲକ୍ଷରୁ ଅଧିକ ଟଙ୍କା କିମ୍ବା ଗୋଟିଏ ଆର୍ଥିକବର୍ଷରେ ଦିନକୁ ୫୦,୦୦୦ରୁ ଅଧିକ ଟଙ୍କା ଜମା କିମ୍ବା ଉଠାଣ ପାଇଁ ପାନ୍ ଏବଂ ଆଧାର ଆବଶ୍ୟକ। ଗୋଟିଏ ଦିନରେ ଜଣେ ୧୦ ଖଣ୍ଡ ୨୦୦୦ ଟଙ୍କିଆ ନୋଟ୍‌ କିମ୍ବା ସର୍ବାଧିକ ୨୦,୦୦୦ ଟଙ୍କା ପର୍ଯ୍ୟନ୍ତ ନୋଟ୍‌ ବଦଳ କରିପାରିବେ।

About The Author: The Sakala