ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା: ଜୀବନ ରକ୍ଷାକୁ ସର୍ବାଧିକ ଗୁରୁତ୍ବ, ଆସନ୍ତାକାଲି ପ୍ରଭାବିତ ୧୧ଟି ଜିଲ୍ଲାରେ ବନ୍ଦ ରହିବ ସ୍କୁଲ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ଦିଲ୍ଲୀରୁ ବାତ୍ୟା ଗୁଲ୍‌ଆବର ମୁକାବିଲାର ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଥିଲେ ଏବଂ ଏହା ସୁନିଶ୍ଚିତ କରିବା ପାଇଁ ଆବଶ୍ୟକାତା ଠାରୁ ଅଧିକ ଆଗକୁ ଯାଇ କାମ କରିବା ପାଇଁ ପରାମର୍ଶ ଦେଇଥିଲେ। ଆଜି ଅପରାହ୍ନ ସୁଦ୍ଧା ଗୁଲ୍‌ଆବ ପ୍ରଭାବିତ ଜିଲ୍ଲା ମାନଙ୍କର ତଳିଆ ତଥା ବନ୍ୟାପ୍ରବଣ ସ୍ଥାନ ମାନଙ୍କରୁ ଏବଂ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ଦିଲ୍ଲୀରୁ ବାତ୍ୟା ଗୁଲ୍‌ଆବର ମୁକାବିଲାର ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଥିଲେ ଏବଂ ଏହା ସୁନିଶ୍ଚିତ କରିବା ପାଇଁ ଆବଶ୍ୟକାତା ଠାରୁ ଅଧିକ ଆଗକୁ ଯାଇ କାମ କରିବା ପାଇଁ ପରାମର୍ଶ ଦେଇଥିଲେ। ଆଜି ଅପରାହ୍ନ ସୁଦ୍ଧା ଗୁଲ୍‌ଆବ ପ୍ରଭାବିତ ଜିଲ୍ଲା ମାନଙ୍କର ତଳିଆ ତଥା ବନ୍ୟାପ୍ରବଣ ସ୍ଥାନ ମାନଙ୍କରୁ ଏବଂ କଚ୍ଚା ଘର ମାନଙ୍କରୁ ଲୋକମାନଙ୍କୁ ସ୍ଥାନାନ୍ତର କରାଯିବ ସହିତ ଭୂସ୍ଖଳନ ସଂଭାବନା ଥିବା ଅଞ୍ଚଳ ମାନଙ୍କରେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ଆହୁରି ପଢ଼ନ୍ତୁ: ମଝି ଆକାଶରୁ ଫେରିଲା ଇଣ୍ଡିଗୋ ବିମାନ: ପଶ୍ଚିମ ଏସିଆ ସଙ୍କଟ ଯୋଗୁଁ ନୂଆଦିଲ୍ଲୀରୁ ମାଞ୍ଚେଷ୍ଟର ଯାଉଥିବା ବିମାନର ୟୁ-ଟର୍ଣ୍ଣ

ବାତ୍ୟା ୟାସ୍‌ ପରବର୍ତ୍ତୀ ସମୟରେ ଯେପରି ପ୍ରଭାବିତ ଅଞ୍ଚଳ ମାନଙ୍କରେ କୋଭିଡ ସଂଖ୍ୟା ବୃଦ୍ଧି ଘଟିଥିଲା, ତାକୁ ଦୃଷ୍ଟିରେ ରଖି ବାତ୍ୟା ଆଶ୍ରୟସ୍ଥଳ ମାନଙ୍କରେ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରାଯିବା ତଥା ମାସ୍କ ବ୍ୟବହାରକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହାସହିତ ଆସ୍କା, ଗୁଡାରୀ, ଗୁଣପୁର, କଡିନଗର ଏବଂ ପୁରୁଷୋତ୍ତମପୁର ତଥା ଅନ୍ୟ ବନ୍ୟା ପ୍ରବଣ ଗାଁ ମାନଙ୍କରେ ଥିବା ବନ୍ଧବାଡ ଉପରେ ସତର୍କ ଦୃଷ୍ଟି ରଖିବା ପାଇଁ ପରାମର୍ଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ବାତ୍ୟା ଆଶ୍ରୟସ୍ଥଳ ଗୁଡିକରେ ଭଲ ପିଇବା ପାଣି ସମେତ ସବୁପ୍ରକାର ମୌଳିକ ବ୍ୟବସ୍ଥା ଗ୍ରହଣ କରାଯିବା ସଙ୍ଗେସଙ୍ଗେ ଗର୍ଭବତୀ ମହିଳା, ବୟସ୍କ ଓ ଶିଶୁ ମାନଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବାପାଇଁ ମଧ୍ୟ ପରାମର୍ଶ ଦେଇଥିଲେ । ବାତ୍ୟା ପରେ ପରେ ରାସ୍ତା ସଫା କରିବା, ବିଦ୍ୟୁତ ଓ ଜଳଯୋଗାଣ ବ୍ୟବସ୍ଥାର ପୁନରୁଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ଆଗୁଆ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ମାଇକ ଯୋଗେ ଲୋକଙ୍କୁ ସଚେତନ କରିବା ସହ ସ୍ଥାନାନ୍ତର ଆଶ୍ରୟସ୍ଥଳ ପରିଚାଳନା ତଥା ପୁନରୁଦ୍ଧାର କାର୍ଯ୍ୟରେ ପଞ୍ଚାୟତିରାଜ ଅନୁଷ୍ଠାନ,ମି ଶନ ଶକ୍ତି ଗୋଷ୍ଠୀ, NGO. ଓ ସ୍ବଚ୍ଛାସେବୀମାନଙ୍କୁ ସାମିଲ କରିବା ପାଇଁ ପରାମର୍ଶ ଦେଇଥିଲେ । ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା କାଲି ପ୍ରଭାବିତ ସମସ୍ତ ୧୧ ଗୋଟି ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ପରବର୍ତ୍ତୀ ସମୟରେ ଜିଲ୍ଲାପାଳ ମାନେ ସ୍ଥାନୀୟ ପରିସ୍ଥିତିକୁ ବିଚାରକୁ ନେଇ ସ୍କୁଲ ଖୋଲିବା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଯଥା ନିରାପଦ ସ୍ଥାନକୁ ସ୍ଥାନାନ୍ତର ଏବଂ କୋଭିଡ ନିୟମ ପାଳନ ଆଦି ବିଷୟରେ ପୂର୍ଣ୍ଣ ସହଯୋଗ କରବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ ।

ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ପ୍ରଭାବିତ ଜିଲ୍ଲା ମାନଙ୍କରେ ୪୨ଟି ଓଡ୍ରାଫ, ୨୪ NDRF, ୧୦୩ ଅଗ୍ନିଶମ ଦଳ ମୁତୟନ କରାଯାଇଛି ବୋଲି ସୂଚନା ଦେଇଥିଲେ । ବାତ୍ୟା ଆଶ୍ରୟସ୍ଥଳ ମାନଙ୍କରେ ମାସ୍କ ଓ ସାନିଟାଇଜର ବ୍ୟବସ୍ଥା ସହିତ ସାମାଜିକ ଦୂରତା ଉପରେ ଗୁରୁତ୍ବ ଦିଆଯାଉଛି ବୋଲି ସୂଚନା ଦେଇଥିଲେ। ଏହି ବାତ୍ୟା ଦ୍ବାରା ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟ ଜିଲ୍ଲା ସର୍ବାଧିକ ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ ଏହି ଜିଲ୍ଲାଗୁଡିକ ସହିତ କନ୍ଧମାଳ, ମାଲକାନଗିରି, ନବରଂଗପୁର ଓ କଳାହାଣ୍ଡିର କିଛି ଅଞ୍ଚଳରେ ପ୍ରବଳକୁ ପ୍ରବଳତର ବର୍ଷା ଏବଂ ଖୋର୍ଦ୍ଧା, ପୁରୀ ଓ ନୟାଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ସୂଚନା ଦେଇଥିଲେ । ଏହା ସହିତ କେତେକ ସ୍ଥାନରେ ଭୂସ୍ଖଳନ ହେବାର ସଂଭାବନା ରହିଛି ବୋଲି ସେ ସତର୍କ କରାଇ ଦେଇଥିଲେ। ଆଜି ଅପରାହ୍ନ ୪ଟି ସୁଦ୍ଧା ସ୍ଥାନାନ୍ତର କାର୍ଯ୍ୟ ଶେଷ କରାଯିବ ବୋଲି ସେ ମୁଖ୍ୟମନ୍ତ୍ରୀ ଅବଗତ କରାଇଥିଲେ । ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟର ଜିଲ୍ଲାପାଳ ମାନେ ଜିଲ୍ଲାର ପରିସ୍ଥିତି ଏବଂ ବାତ୍ୟାର ମୁକାବିଲା ପାଇଁ ନିଆଯାଇଥିବା ଆଗୁଆ ପଦକ୍ଷେପ ଓ ସେମାନଙ୍କର ଆବଶ୍ୟକତା ସଂପର୍କରେ ବୈଠକରେ ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତରେ ଥିବା ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜଳସଂପଦ ବିଭାଗର ପ୍ରମୁଖ ସଚିବ, ଶକ୍ତି ବିଭାଗର ପ୍ରମୁଖ ସଚିବ, ମତ୍ସ୍ୟ ଓ ପଶୁସଂପଦ ବିଭାଗର ସଚିବ ଓ ପ୍ରଭାବିତ ୧୧ଟି ଜିଲ୍ଲାର ଜିଲ୍ଲାପାଳ ମାନେ ବୈଠରେ ଭାଗ ନେଇଥିଲେ ।

26 Sep 2021 By The Sakala

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା: ଜୀବନ ରକ୍ଷାକୁ ସର୍ବାଧିକ ଗୁରୁତ୍ବ, ଆସନ୍ତାକାଲି ପ୍ରଭାବିତ ୧୧ଟି ଜିଲ୍ଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ଦିଲ୍ଲୀରୁ ବାତ୍ୟା ଗୁଲ୍‌ଆବର ମୁକାବିଲାର ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଥିଲେ ଏବଂ ଏହା ସୁନିଶ୍ଚିତ କରିବା ପାଇଁ ଆବଶ୍ୟକାତା ଠାରୁ ଅଧିକ ଆଗକୁ ଯାଇ କାମ କରିବା ପାଇଁ ପରାମର୍ଶ ଦେଇଥିଲେ। ଆଜି ଅପରାହ୍ନ ସୁଦ୍ଧା ଗୁଲ୍‌ଆବ ପ୍ରଭାବିତ ଜିଲ୍ଲା ମାନଙ୍କର ତଳିଆ ତଥା ବନ୍ୟାପ୍ରବଣ ସ୍ଥାନ ମାନଙ୍କରୁ ଏବଂ କଚ୍ଚା ଘର ମାନଙ୍କରୁ ଲୋକମାନଙ୍କୁ ସ୍ଥାନାନ୍ତର କରାଯିବ ସହିତ ଭୂସ୍ଖଳନ ସଂଭାବନା ଥିବା ଅଞ୍ଚଳ ମାନଙ୍କରେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ବାତ୍ୟା ୟାସ୍‌ ପରବର୍ତ୍ତୀ ସମୟରେ ଯେପରି ପ୍ରଭାବିତ ଅଞ୍ଚଳ ମାନଙ୍କରେ କୋଭିଡ ସଂଖ୍ୟା ବୃଦ୍ଧି ଘଟିଥିଲା, ତାକୁ ଦୃଷ୍ଟିରେ ରଖି ବାତ୍ୟା ଆଶ୍ରୟସ୍ଥଳ ମାନଙ୍କରେ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରାଯିବା ତଥା ମାସ୍କ ବ୍ୟବହାରକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହାସହିତ ଆସ୍କା, ଗୁଡାରୀ, ଗୁଣପୁର, କଡିନଗର ଏବଂ ପୁରୁଷୋତ୍ତମପୁର ତଥା ଅନ୍ୟ ବନ୍ୟା ପ୍ରବଣ ଗାଁ ମାନଙ୍କରେ ଥିବା ବନ୍ଧବାଡ ଉପରେ ସତର୍କ ଦୃଷ୍ଟି ରଖିବା ପାଇଁ ପରାମର୍ଶ ଦେଇଥିଲେ ।

ବାତ୍ୟା ଆଶ୍ରୟସ୍ଥଳ ଗୁଡିକରେ ଭଲ ପିଇବା ପାଣି ସମେତ ସବୁପ୍ରକାର ମୌଳିକ ବ୍ୟବସ୍ଥା ଗ୍ରହଣ କରାଯିବା ସଙ୍ଗେସଙ୍ଗେ ଗର୍ଭବତୀ ମହିଳା, ବୟସ୍କ ଓ ଶିଶୁ ମାନଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବାପାଇଁ ମଧ୍ୟ ପରାମର୍ଶ ଦେଇଥିଲେ । ବାତ୍ୟା ପରେ ପରେ ରାସ୍ତା ସଫା କରିବା, ବିଦ୍ୟୁତ ଓ ଜଳଯୋଗାଣ ବ୍ୟବସ୍ଥାର ପୁନରୁଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ଆଗୁଆ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମାଇକ ଯୋଗେ ଲୋକଙ୍କୁ ସଚେତନ କରିବା ସହ ସ୍ଥାନାନ୍ତର ଆଶ୍ରୟସ୍ଥଳ ପରିଚାଳନା ତଥା ପୁନରୁଦ୍ଧାର କାର୍ଯ୍ୟରେ ପଞ୍ଚାୟତିରାଜ ଅନୁଷ୍ଠାନ,ମି ଶନ ଶକ୍ତି ଗୋଷ୍ଠୀ, NGO. ଓ ସ୍ବଚ୍ଛାସେବୀମାନଙ୍କୁ ସାମିଲ କରିବା ପାଇଁ ପରାମର୍ଶ ଦେଇଥିଲେ । ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା କାଲି ପ୍ରଭାବିତ ସମସ୍ତ ୧୧ ଗୋଟି ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ପରବର୍ତ୍ତୀ ସମୟରେ ଜିଲ୍ଲାପାଳ ମାନେ ସ୍ଥାନୀୟ ପରିସ୍ଥିତିକୁ ବିଚାରକୁ ନେଇ ସ୍କୁଲ ଖୋଲିବା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଯଥା ନିରାପଦ ସ୍ଥାନକୁ ସ୍ଥାନାନ୍ତର ଏବଂ କୋଭିଡ ନିୟମ ପାଳନ ଆଦି ବିଷୟରେ ପୂର୍ଣ୍ଣ ସହଯୋଗ କରବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ ।

ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ପ୍ରଭାବିତ ଜିଲ୍ଲା ମାନଙ୍କରେ ୪୨ଟି ଓଡ୍ରାଫ, ୨୪ NDRF, ୧୦୩ ଅଗ୍ନିଶମ ଦଳ ମୁତୟନ କରାଯାଇଛି ବୋଲି ସୂଚନା ଦେଇଥିଲେ । ବାତ୍ୟା ଆଶ୍ରୟସ୍ଥଳ ମାନଙ୍କରେ ମାସ୍କ ଓ ସାନିଟାଇଜର ବ୍ୟବସ୍ଥା ସହିତ ସାମାଜିକ ଦୂରତା ଉପରେ ଗୁରୁତ୍ବ ଦିଆଯାଉଛି ବୋଲି ସୂଚନା ଦେଇଥିଲେ। ଏହି ବାତ୍ୟା ଦ୍ବାରା ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟ ଜିଲ୍ଲା ସର୍ବାଧିକ ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ ଏହି ଜିଲ୍ଲାଗୁଡିକ ସହିତ କନ୍ଧମାଳ, ମାଲକାନଗିରି, ନବରଂଗପୁର ଓ କଳାହାଣ୍ଡିର କିଛି ଅଞ୍ଚଳରେ ପ୍ରବଳକୁ ପ୍ରବଳତର ବର୍ଷା ଏବଂ ଖୋର୍ଦ୍ଧା, ପୁରୀ ଓ ନୟାଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ସୂଚନା ଦେଇଥିଲେ । ଏହା ସହିତ କେତେକ ସ୍ଥାନରେ ଭୂସ୍ଖଳନ ହେବାର ସଂଭାବନା ରହିଛି ବୋଲି ସେ ସତର୍କ କରାଇ ଦେଇଥିଲେ। ଆଜି ଅପରାହ୍ନ ୪ଟି ସୁଦ୍ଧା ସ୍ଥାନାନ୍ତର କାର୍ଯ୍ୟ ଶେଷ କରାଯିବ ବୋଲି ସେ ମୁଖ୍ୟମନ୍ତ୍ରୀ ଅବଗତ କରାଇଥିଲେ । ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟର ଜିଲ୍ଲାପାଳ ମାନେ ଜିଲ୍ଲାର ପରିସ୍ଥିତି ଏବଂ ବାତ୍ୟାର ମୁକାବିଲା ପାଇଁ ନିଆଯାଇଥିବା ଆଗୁଆ ପଦକ୍ଷେପ ଓ ସେମାନଙ୍କର ଆବଶ୍ୟକତା ସଂପର୍କରେ ବୈଠକରେ ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତରେ ଥିବା ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜଳସଂପଦ ବିଭାଗର ପ୍ରମୁଖ ସଚିବ, ଶକ୍ତି ବିଭାଗର ପ୍ରମୁଖ ସଚିବ, ମତ୍ସ୍ୟ ଓ ପଶୁସଂପଦ ବିଭାଗର ସଚିବ ଓ ପ୍ରଭାବିତ ୧୧ଟି ଜିଲ୍ଲାର ଜିଲ୍ଲାପାଳ ମାନେ ବୈଠରେ ଭାଗ ନେଇଥିଲେ ।

https://www.thesakala.in/big-news/review-of-the-chief-minister-cyclone-gulab/article-5657
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର