UCDA : ଏଣିକି ରାଜ୍ୟ ବାହାରୁ ଔଷଧ ଆଣି ପାରିବେନି ଦୋକାନୀ

The Sakala Picture
Published On

ଭୁବନେଶ୍ବର: ଏଣିକି ରାଜ୍ୟ ବାହାରୁ ନିଜ ଆଡୁ କୌଣସି ଔଷଧ ଦୋକାନୀ ଔଷଧ ଆଣିପାରିବେ ନାହିଁ । ଏଭଳି ନିଷ୍ପତ୍ତି ନେଇଛି ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ । ସଂଘର ଏକ ଜରୁରୀ ବୈଠକରେ ଏଭଳି ନିଷ୍ପତ୍ତି ହୋଇଥିବା ସୂଚନା ଦେଇଛନ୍ତି ସଂଘର ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ମହାପାତ୍ର । ଔଷଧର ନକଲି କାରବାରକୁ ରୋକିବା ପାଇଁ ସଂଘ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ନିକଟରେ ଟେଲମା-40 ଓ ଟେଲମା-H ଔଷଧର ନକଲି […]

ଭୁବନେଶ୍ବର: ଏଣିକି ରାଜ୍ୟ ବାହାରୁ ନିଜ ଆଡୁ କୌଣସି ଔଷଧ ଦୋକାନୀ ଔଷଧ ଆଣିପାରିବେ ନାହିଁ । ଏଭଳି ନିଷ୍ପତ୍ତି ନେଇଛି ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ । ସଂଘର ଏକ ଜରୁରୀ ବୈଠକରେ ଏଭଳି ନିଷ୍ପତ୍ତି ହୋଇଥିବା ସୂଚନା ଦେଇଛନ୍ତି ସଂଘର ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ମହାପାତ୍ର । ଔଷଧର ନକଲି କାରବାରକୁ ରୋକିବା ପାଇଁ ସଂଘ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ନିକଟରେ ଟେଲମା-40 ଓ ଟେଲମା-H ଔଷଧର ନକଲି କାରବାର ଘଟଣା ପଦାକୁ ଆସିବା ପରେ ତନାଘନା ହୋଇଥିଲା ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

ସଂଘର ନିଷ୍ପତ୍ତି କ୍ରମେ ବିଭିନ୍ନ ଔଷଧ କମ୍ପାନୀର ସି ଆଣ୍ଡ ଏଫ୍ ଏଜେଣ୍ଟ ଅଛନ୍ତି । ଦୋକାନୀ କେବଳ ଏଜେଣ୍ଟଙ୍କ ଠାରୁ ଔଷଧ କିଣିପାରିବେ ତେବେ ଅଧିକ କମିଶନ ଲୋଭରେ ନିଜ ଆଡୁ ରାଜ୍ୟ ବାହାରୁ କୌଣସି ଔଷଧ ଆଣିପାରିବେ ନାହିଁ । ଏନେଇ ସଂଘ ପକ୍ଷରୁ ରାଜ୍ୟର ସମସ୍ତ ଔଷଧ ଦୋକାନୀଙ୍କୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି । ରାଜ୍ୟରେ ଗୋଟିଏ ହେଲେ ଔଷଧ ପ୍ରସ୍ତୁତକାରୀ କମ୍ପାନୀ ନଥିଲେ ହେଁ ନକଲି କାରବାରକୁ ରୋକିବାକୁ ସଂଘର ଏଭଳି ପଦକ୍ଷେପ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି ।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର