ବରଗଡ଼ବାସୀଙ୍କୁ BSKY କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ , କ୍ୟାନସର ହସ୍ପିଟାଲ ପାଇଁ ହେଲା ଶିଳାନ୍ୟାସ

The Sakala Picture
Published On

ବରଗଡ଼: ବିଜେପୁରରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମିଶନ ସ୍ମାର୍ଟ ବରଗଡ଼ । ବିଜେପୁରରୁ ବରଗଡ଼ ପାଇଁ ଅଙ୍କା ହେଲା ବିକାଶର ବ୍ଲୁପ୍ରିଣ୍ଟ । ବିଜେପୁରରୁ ଶୁଭିଲା ବିକାଶର ଶଙ୍ଖନାଦ । ସ୍ୱାସ୍ଥ୍ୟସେବାର ମହାବିପ୍ଳବରେ ସାମିଲ ହେଲା ବରଗଡ଼ ଜିଲ୍ଲା । ଏହାଦ୍ୱାରା ଜିଲ୍ଲାର ୩ ଲକ୍ଷ ୬୪ ହଜାର ହିତାଧିକାରୀ ସ୍ମାର୍ଟକାର୍ଡ ଦ୍ୱାରା ଉପକୃତ ହେବେ । ସ୍ମାର୍ଟକାର୍ଡ ବାଣ୍ଟିବା ସହିତ ବରଗଡ଼ ଜିଲ୍ଲା ପାଇଁ ୩୦୦ […]

ବରଗଡ଼: ବିଜେପୁରରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମିଶନ ସ୍ମାର୍ଟ ବରଗଡ଼ । ବିଜେପୁରରୁ ବରଗଡ଼ ପାଇଁ ଅଙ୍କା ହେଲା ବିକାଶର ବ୍ଲୁପ୍ରିଣ୍ଟ । ବିଜେପୁରରୁ ଶୁଭିଲା ବିକାଶର ଶଙ୍ଖନାଦ । ସ୍ୱାସ୍ଥ୍ୟସେବାର ମହାବିପ୍ଳବରେ ସାମିଲ ହେଲା ବରଗଡ଼ ଜିଲ୍ଲା । ଏହାଦ୍ୱାରା ଜିଲ୍ଲାର ୩ ଲକ୍ଷ ୬୪ ହଜାର ହିତାଧିକାରୀ ସ୍ମାର୍ଟକାର୍ଡ ଦ୍ୱାରା ଉପକୃତ ହେବେ ।

ଆହୁରି ପଢ଼ନ୍ତୁ: ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ: ଭୋକ ଉପବାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ..

ସ୍ମାର୍ଟକାର୍ଡ ବାଣ୍ଟିବା ସହିତ ବରଗଡ଼ ଜିଲ୍ଲା ପାଇଁ ୩୦୦ କୋଟି ଟଙ୍କାରେ ୧୫୦ରୁ ଅଧିକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ବରଗଡ଼ରେ ୭୧ଟି ସ୍କୁଲର ରୂପାନ୍ତର ହୋଇଛି । ସ୍ମାର୍ଟ ସ୍କୁଲ ଉଦଘାଟନ ସହିତ କ୍ୟାନସର ହସ୍ପିଟାଲର ଶିଳାନ୍ୟାସ, ନୃସିଂହନାଥ ମନ୍ଦିରର ଉନ୍ନତିକରଣ କାର୍ଯ୍ୟର ନିଅଁ ପଡ଼ିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ବରଗଡ଼ ହେଉଛି ମାଆ ଲକ୍ଷ୍ମୀଙ୍କ ପବିତ୍ର ଭୂମି, ଓଡ଼ିଶାର ଭାତ ହାଣ୍ଡି ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

ଚାଷୀଙ୍କ ଭଳି ବରଗଡ଼ର ବୁଣାକାର ମଧ୍ୟ ସାରା ବିଶ୍ୱକୁ ସମ୍ବଲପୁରୀ ଶାଢ଼ି ଉପହାର ଦେଇଛନ୍ତି । ବରଗଡ଼ର ଚାଷୀ ଓ ବୁଣାକାରଙ୍କ ଦକ୍ଷତାକୁ ସମ୍ମାନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତଙ୍କୁ ନେଇ ବରଗଡ଼ ଗର୍ବିତ । ମୁଖ୍ୟମନ୍ତ୍ରୀ ୩ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଆରମ୍ଭ କରିଥିବା ବେଳେ ୨ ହଜାର ୫ ଶହ କୋଟିର ପ୍ରକଳ୍ପ କାର୍ଯ୍ୟ ଚାଲିଛି । ଗୁରୁତ୍ୱପୂର୍ଣ୍ଣ ଗଙ୍ଗାଧର ମେହେର ଉଠାଜଳସେଚନ କାର୍ଯ୍ୟ ୨ ହଜାର ୯୦ କୋଟି ଟଙ୍କାରେ ଚାଲିଛି । ୨୦୨୩ ସେପ୍ଟେମ୍ବର ସୁଦ୍ଧା ଏହି ପ୍ରକଳ୍ପରୁ ପାଣି ମିଳିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ର ପ୍ରଦେଶର ଆଦିବାସୀ କଲ୍ୟାଣ ମନ୍ତ୍ରୀ, ବିରୋଧରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଓଡ଼ିଆ ଅସ୍ମିତା ପରିଷଦ

ମୁଖ୍ୟମନ୍ତ୍ରୀ ବିଏସକେୱାଇ କାର୍ଡ ବାଣ୍ଟିବା ସହ କହିଛନ୍ତି, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଗରିବ ଲୋକମାନେ ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡ଼ିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି । ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ । ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ବିଜେପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟିକା ରୀତା ସାହୁ, ସ୍ନେହାଙ୍ଗୀନୀ ଛୁରିଆ ପ୍ରମୁଖ
ଉଦବୋଧନ ଦେଇ ବିଭିନ୍ନ କ୍ଷେତ୍ରରେ ବିଜେପୁରର ବିକାଶ ଉପରେ ଆଲୋକପାତ କରିଥିଲେ । ଯେଉଁଭଳି ଦୂରଦର୍ଶିତାର ପରିଚୟ ଦେଇ ମୁଖ୍ୟମନ୍ତ୍ରୀ ଓଡିଶାରେ ଏହି ସ୍ମାର୍ଟ କାର୍ଡ ବ୍ୟବସ୍ଥା ଆରମ୍ଭ କରିଛନ୍ତି, ସେଭଳି ବ୍ୟବସ୍ଥା ଭାରତବର୍ଷରେ ଆଉ କେଉଁ ଠାରେ ନାହିଁ ବୋଲି ସେମାନେ କହିଥିଲେ । ଏହି ଯୋଜନା ଗରିବ ଲୋକଙ୍କର, ବିଶେଷ କରି ମହିଳା ମାନଙ୍କର ଏକ ବଡ ଚିନ୍ତା ଦୂର କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ । ମନ୍ତ୍ରୀ ସୁଶାନ୍ତ ସିଂହ ସ୍ୱାଗତ ଭାଷଣ ଦେଇଥିଲେ । ମନ୍ତ୍ରୀ ନିରଞନ ପୂଜାରୀ ଧନ୍ୟବାଦ ଅର୍ପଣ କରିଥିଲେ ।

13 Nov 2021 By The Sakala

ବରଗଡ଼ବାସୀଙ୍କୁ BSKY କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ , କ୍ୟାନସର ହସ୍ପିଟାଲ ପାଇଁ ହେଲା ଶିଳାନ୍ୟାସ

ବରଗଡ଼: ବିଜେପୁରରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମିଶନ ସ୍ମାର୍ଟ ବରଗଡ଼ । ବିଜେପୁରରୁ ବରଗଡ଼ ପାଇଁ ଅଙ୍କା ହେଲା ବିକାଶର ବ୍ଲୁପ୍ରିଣ୍ଟ । ବିଜେପୁରରୁ ଶୁଭିଲା ବିକାଶର ଶଙ୍ଖନାଦ । ସ୍ୱାସ୍ଥ୍ୟସେବାର ମହାବିପ୍ଳବରେ ସାମିଲ ହେଲା ବରଗଡ଼ ଜିଲ୍ଲା । ଏହାଦ୍ୱାରା ଜିଲ୍ଲାର ୩ ଲକ୍ଷ ୬୪ ହଜାର ହିତାଧିକାରୀ ସ୍ମାର୍ଟକାର୍ଡ ଦ୍ୱାରା ଉପକୃତ ହେବେ ।

ସ୍ମାର୍ଟକାର୍ଡ ବାଣ୍ଟିବା ସହିତ ବରଗଡ଼ ଜିଲ୍ଲା ପାଇଁ ୩୦୦ କୋଟି ଟଙ୍କାରେ ୧୫୦ରୁ ଅଧିକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ବରଗଡ଼ରେ ୭୧ଟି ସ୍କୁଲର ରୂପାନ୍ତର ହୋଇଛି । ସ୍ମାର୍ଟ ସ୍କୁଲ ଉଦଘାଟନ ସହିତ କ୍ୟାନସର ହସ୍ପିଟାଲର ଶିଳାନ୍ୟାସ, ନୃସିଂହନାଥ ମନ୍ଦିରର ଉନ୍ନତିକରଣ କାର୍ଯ୍ୟର ନିଅଁ ପଡ଼ିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ବରଗଡ଼ ହେଉଛି ମାଆ ଲକ୍ଷ୍ମୀଙ୍କ ପବିତ୍ର ଭୂମି, ଓଡ଼ିଶାର ଭାତ ହାଣ୍ଡି ।

ଚାଷୀଙ୍କ ଭଳି ବରଗଡ଼ର ବୁଣାକାର ମଧ୍ୟ ସାରା ବିଶ୍ୱକୁ ସମ୍ବଲପୁରୀ ଶାଢ଼ି ଉପହାର ଦେଇଛନ୍ତି । ବରଗଡ଼ର ଚାଷୀ ଓ ବୁଣାକାରଙ୍କ ଦକ୍ଷତାକୁ ସମ୍ମାନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତଙ୍କୁ ନେଇ ବରଗଡ଼ ଗର୍ବିତ । ମୁଖ୍ୟମନ୍ତ୍ରୀ ୩ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଆରମ୍ଭ କରିଥିବା ବେଳେ ୨ ହଜାର ୫ ଶହ କୋଟିର ପ୍ରକଳ୍ପ କାର୍ଯ୍ୟ ଚାଲିଛି । ଗୁରୁତ୍ୱପୂର୍ଣ୍ଣ ଗଙ୍ଗାଧର ମେହେର ଉଠାଜଳସେଚନ କାର୍ଯ୍ୟ ୨ ହଜାର ୯୦ କୋଟି ଟଙ୍କାରେ ଚାଲିଛି । ୨୦୨୩ ସେପ୍ଟେମ୍ବର ସୁଦ୍ଧା ଏହି ପ୍ରକଳ୍ପରୁ ପାଣି ମିଳିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ବିଏସକେୱାଇ କାର୍ଡ ବାଣ୍ଟିବା ସହ କହିଛନ୍ତି, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଗରିବ ଲୋକମାନେ ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡ଼ିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି । ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ । ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ବିଜେପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟିକା ରୀତା ସାହୁ, ସ୍ନେହାଙ୍ଗୀନୀ ଛୁରିଆ ପ୍ରମୁଖ
ଉଦବୋଧନ ଦେଇ ବିଭିନ୍ନ କ୍ଷେତ୍ରରେ ବିଜେପୁରର ବିକାଶ ଉପରେ ଆଲୋକପାତ କରିଥିଲେ । ଯେଉଁଭଳି ଦୂରଦର୍ଶିତାର ପରିଚୟ ଦେଇ ମୁଖ୍ୟମନ୍ତ୍ରୀ ଓଡିଶାରେ ଏହି ସ୍ମାର୍ଟ କାର୍ଡ ବ୍ୟବସ୍ଥା ଆରମ୍ଭ କରିଛନ୍ତି, ସେଭଳି ବ୍ୟବସ୍ଥା ଭାରତବର୍ଷରେ ଆଉ କେଉଁ ଠାରେ ନାହିଁ ବୋଲି ସେମାନେ କହିଥିଲେ । ଏହି ଯୋଜନା ଗରିବ ଲୋକଙ୍କର, ବିଶେଷ କରି ମହିଳା ମାନଙ୍କର ଏକ ବଡ ଚିନ୍ତା ଦୂର କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ । ମନ୍ତ୍ରୀ ସୁଶାନ୍ତ ସିଂହ ସ୍ୱାଗତ ଭାଷଣ ଦେଇଥିଲେ । ମନ୍ତ୍ରୀ ନିରଞନ ପୂଜାରୀ ଧନ୍ୟବାଦ ଅର୍ପଣ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର