ଆଜି ବାହୁଡ଼ିବେ ମହାପ୍ରଭୁ

The Sakala Picture
Published On

ପୁରୀ : ଜନ୍ମବେଦୀରେ ଶେଷ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳା। ଏବେ ରତ୍ନବେଦୀକୁ ବାହୁଡିବାକୁ ପ୍ରସ୍ତୁତ ହେଉଛନ୍ତି ମହାପ୍ରଭୁ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ ଦିନ ରହଣି ପରେ ଶନିବାର ଭାଇ ଭଉଣୀଙ୍କୁ ସାଥୀରେ ଧରି ବାହୁଡିବେ କାଳିଆ ଠାକୁର। ଏଥିପାଇଁ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ମହାପ୍ରଭୁଙ୍କୁ ଅପେକ୍ଷା କରିରହିଛନ୍ତି ତିନିରଥ। ଶନିବାର ରଥାରୁଢ ହୋଇ ଦାରୁବିଗ୍ରହ ଯିବେ ଶ୍ରୀମନ୍ଦିର ଅଭିମୁଖେ। ତେବେ ଦକ୍ଷିଣମୋଡ଼ ହୋଇ ନାକଚଣା ଦ୍ୱାରରେ ଲାଗିଥିବା ତିନିରଥକୁ ମହାରଣା ସେବକ ଓ ରଥ ବିଶେଷଜ୍ଞ […]

ପୁରୀ : ଜନ୍ମବେଦୀରେ ଶେଷ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳା। ଏବେ ରତ୍ନବେଦୀକୁ ବାହୁଡିବାକୁ ପ୍ରସ୍ତୁତ ହେଉଛନ୍ତି ମହାପ୍ରଭୁ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ ଦିନ ରହଣି ପରେ ଶନିବାର ଭାଇ ଭଉଣୀଙ୍କୁ ସାଥୀରେ ଧରି ବାହୁଡିବେ କାଳିଆ ଠାକୁର। ଏଥିପାଇଁ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ମହାପ୍ରଭୁଙ୍କୁ ଅପେକ୍ଷା କରିରହିଛନ୍ତି ତିନିରଥ। ଶନିବାର ରଥାରୁଢ ହୋଇ ଦାରୁବିଗ୍ରହ ଯିବେ ଶ୍ରୀମନ୍ଦିର ଅଭିମୁଖେ। ତେବେ ଦକ୍ଷିଣମୋଡ଼ ହୋଇ ନାକଚଣା ଦ୍ୱାରରେ ଲାଗିଥିବା ତିନିରଥକୁ ମହାରଣା ସେବକ ଓ ରଥ ବିଶେଷଜ୍ଞ କମିଟି ଯାଞ୍ଚ କରିସାରିଛନ୍ତି। ଅନ୍ୟପକ୍ଷରେ ବାହୁଡ଼ା ଯାତ୍ରା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି।

ଆହୁରି ପଢ଼ନ୍ତୁ: FATF ବୈଠକ ପୂର୍ବରୁ ପାକିସ୍ତାନର ନୂଆ ଡ୍ରାମା: ଆତଙ୍କବାଦୀ ମାସୁଦ୍ ଆଝାର ଉପରେ ୭୦ ଲକ୍ଷର ପୁରସ୍କାର ଘୋଷଣା

ଶୁକ୍ରବାର ଥିଲା ସନ୍ଧ୍ୟା ଦର୍ଶନ।ଭୋର ୫ଟା ୪୫ରେ ଦ୍ୱାର ଫିଟା ଯାଇଥିଲା। ୬ଟା ୩୦ରେ ମଙ୍ଗଳ ଆଳତି। ଏହାପରେ ଆରମ୍ଭ ହୋଇଥିଲା ଆଡପମଣ୍ଡପରେ ଚତୁର୍ଦ୍ଧାବିଗ୍ରହଙ୍କ ଦର୍ଶନ। ସକାଳୁ ଆରମ୍ଭ ହୋଇଯାଇଥିଲା ଭକ୍ତଙ୍କ ଗହଳି। ଲମ୍ବା ଧାଡିରେ ବ୍ୟାରିକେଡ ମଧ୍ୟ ଦେଇ ଶ୍ରଦ୍ଧାଳୁମାନେ ଜନ୍ମବେଦୀରେ ଦାରୁଦିଅଁଙ୍କୁ ଦର୍ଶନ କରିଥିଲେ। ଅନ୍ୟପକ୍ଷରେ ନୀତି ବି ସଅଳ ଚାଲିଥିଲା। ପୂର୍ବାହ୍ନ ୧୦ଟାରେ ସକାଳ ଧୂପ ସରି ଆଡପ ଅବଢ଼ା ବାହାରିଥିଲା। ଶେଷ ଆଡପ ଅବଢ଼ା ପାଇଁ ଭକ୍ତମାନେ ବେଶ ଭିଡ଼ ଜମାଇଥିଲେ। ବାହୁଡା ଯାତ୍ରା ପ୍ରସ୍ତୁତି ପାଇଁ ସନ୍ଧ୍ୟା ଦର୍ଶନ ସନ୍ଧ୍ୟା ୬ଟାରେ ବନ୍ଦ କରାଯାଇଥିଲା। ଆଡପମଣ୍ଡପରେ ଚତୁର୍ଦ୍ଧାବିଗ୍ରହଙ୍କ ପହୁଡ଼ ଆଳତି ସରିବା ପରେ ଶ୍ରୀମୁଖ ଖଣ୍ଡୁଆ ନୀତି ସମ୍ପନ୍ନ ହୋଇଥିଲା। ଏହାପରେ ମହାପ୍ରଭୁଙ୍କ ବାହୁଟକଣ୍ଟ, ଚାରବନ୍ଧା ଓ କୁସୁମି ଲାଗି ନୀତି ପାଇଁ ଆରମ୍ଭ ହୋଇଥିଲା ପ୍ରସ୍ତୁତି।

ଆହୁରି ପଢ଼ନ୍ତୁ: ପେମେଣ୍ଟ ଆଣ୍ଡ ସେଟଲମେଣ୍ଟ୍ ଆକ୍ଟ ୨୦୨୬: ₹୨୦୦୦ ପର୍ଯ୍ୟନ୍ତ ୟୁପିଆଇ ଏବଂ ରୁପେ କାରବାର ଉପରେ କୌଣସି ଶୁଳ୍କ ନାହିଁ

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି ହେବ। ଠାକୁର ଖେଚୁଡି ଭୋଗ ଖାଇସାରି ଶ୍ରୀମନ୍ଦିର ଅଭମୁଖେ ବାହାରିବେ। ପୂର୍ବାହ୍ନ ୧୧ଟା ୪୫ରେ ମଙ୍ଗଳାର୍ପଣ ହୋଇ ମଧ୍ୟାହ୍ନ ୧୨ଟାରେ ବାହୁଡ଼ା ପହଣ୍ଡି ଆରମ୍ଭ ହେବ। ଅପରାହ୍ନ ସାଢେ ୨ଟାରୁ ସାଢେ ୩ଟା ମଧ୍ୟରେ ଛେରାପହଁରା ନୀତି ବଢ଼ି ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ କରାଯିବା ଲାଗି ନୀତି ନିର୍ଘଣ୍ଟ ହୋଇଛି। ରଥଟଣା ସରିବା ପରେ ରଥ ଉପରେ ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ବାହୁଡ଼ା ପରଦିନ ଅର୍ଥାତ୍‍ ରବିବାର ସୁନାବେଶ ରହିଛି। ତେଣୁ ବାହୁଡ଼ା ଦିନ ହିଁ ସିଂହଦ୍ୱାରରେ ତିନିରଥ ପହଞ୍ଚାଇବା ଲାଗି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷରେ ଦାରୁବିଗ୍ରହଙ୍କ ବାହୁଡା ଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହିତ ସମ୍ପନ୍ନ କରିବା ଲାଗି ପୁଲିସ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛି। ପଞ୍ଚସ୍ତରୀୟ ସୁରକ୍ଷା ବଳୟରେ ରହିଛି ପୁରୀ ସହର।

ଆହୁରି ପଢ଼ନ୍ତୁ: ଦିଗ ବଦଳାଉଛି ଘୂର୍ଣ୍ଣିବଳୟ: ୨୩ରୁ ୨୫ ତାରିଖ ମଧ୍ୟରେ ରାଜ୍ୟରେ ଭୀଷଣ ବର୍ଷା ଆଶଙ୍କା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର