ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା; ଓଡିଶା ସଂସ୍କୃତି ଓ ପରମ୍ପରାକୁ ମନେପକାଉଛନ୍ତି ପ୍ରତିଟି ଓଡ଼ିଆ…

The Sakala Picture
Published On

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏହି ଅବସରରେ ‘ଆ କା ବା ବୈ…ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର।’ ଆଜି ଓଡ଼ିଶାର ଗାଁଠୁ ସହର ସବୁଠି କିଛି ଏଭଳି ଗୀତ ଗାଇ ଡଙ୍ଗା ଭସାଇଛନ୍ତି ଲୋକେ। ପୋଖରୀ, ନଦୀ, ସମୁଦ୍ରକୂଳରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି। କାର୍ତ୍ତିକ ପୂର୍ଣ୍ଣିମା ଦିନ କାର୍ତ୍ତିକ ବ୍ରତର ଉଦ୍‌ଯାପନ କରାଯାଇଥାଏ। ଏହି ପୂର୍ଣ୍ଣିମାର ଅନ୍ୟନାମ ରାସ ପୂର୍ଣ୍ଣିମା। ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ […]

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏହି ଅବସରରେ ‘ଆ କା ବା ବୈ…ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର।’ ଆଜି ଓଡ଼ିଶାର ଗାଁଠୁ ସହର ସବୁଠି କିଛି ଏଭଳି ଗୀତ ଗାଇ ଡଙ୍ଗା ଭସାଇଛନ୍ତି ଲୋକେ। ପୋଖରୀ, ନଦୀ, ସମୁଦ୍ରକୂଳରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

କାର୍ତ୍ତିକ ପୂର୍ଣ୍ଣିମା ଦିନ କାର୍ତ୍ତିକ ବ୍ରତର ଉଦ୍‌ଯାପନ କରାଯାଇଥାଏ। ଏହି ପୂର୍ଣ୍ଣିମାର ଅନ୍ୟନାମ ରାସ ପୂର୍ଣ୍ଣିମା। ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ କାର୍ତ୍ତିକ ପୂର୍ଣ୍ଣିମା ବା ରାସ ପୂର୍ଣ୍ଣିମା ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ଉତ୍କଳର ଗୌରବମୟ ନୌବାଣିଜ୍ୟ ଇତିହାସ ସହିତ ମଧ୍ୟ ଏହା ନିବିଡ଼ ଭାବେ ସମ୍ପୃକ୍ତ। ଏହିଦିନ ବିଭିନ୍ନ ସ୍ଥାନରେ ରାସ ଉତ୍ସବ ମଧ୍ୟ ଅନୁଷ୍ଠିତ ହୋଇଥାଏ। ଆଜିର ଦିନରେ ଦାନ କଲେ କୋଟିପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଅଛି। 

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

କାର୍ତ୍ତିକ ମାସ ସାରା ଦେବଦେବୀଙ୍କ ନିକଟରେ ପୂଜା ଉପାସନା କରାଯାଇଥାଏ। ଏହାଦ୍ବାରା ଅକାଳ ମୃତ୍ୟୁ ହୋଇ ନ ଥାଏ ବୋଲି ବିଶ୍ବାସ ରହିଛି। ବିଷ୍ଣୁ ପୁରାଣ ଅନୁସାରେ, କାର୍ତ୍ତିକ ମାସର ପୂର୍ଣ୍ଣିମା ତିଥିରେ ଭଗବାନ ବିଷ୍ଣୁ ତାଙ୍କର ଦଶ ଅବତାରର ପ୍ରଥମ ଅବତାର ମତ୍ସ୍ୟ ଅବତାର ଧାରଣ କରିଥିଲେ। ଜଳ ପ୍ରଳୟ ସମୟରେ ସାରା ପୃଥିବୀ ଜଳମଗ୍ନ ହୋଇଯାଇଥିଲା। ସେତେବେଳେ ଭଗବାନ ବିଷ୍ଣୁ ମତ୍ସ୍ୟ ଅବତାରରେ ସମସ୍ତଙ୍କୁ ରକ୍ଷା କରିଥିଲେ। ବୈଷ୍ଣବ ମତରେ, ଏହି ପୂର୍ଣ୍ଣିମାର ବିଶେଷ ମହତ୍ତ୍ବ ରହିଛି । ସେହିପରି ଶୈବ ମତ ଅନୁସାରେ, କାର୍ତ୍ତିକ ପୂର୍ଣ୍ଣିମା ଦିନ ତ୍ରିପୁରାସୁରକୁ ସଂହାର କରିଥିଲେ ଭଗବାନ ଶିବ। ମାସସାରା ହବିଷ ବ୍ରତ କରିଥିବା ଶ୍ରଦ୍ଧାଳୁମାନେ କାର୍ତ୍ତିକ ପୂର୍ଣ୍ଣିମା ଦିନ ଡଙ୍ଗା ଭସାଇ ବ୍ରତ ଉଦ୍‌ଯାପନ କରନ୍ତି। ପ୍ରତ୍ୟୁଷରୁ ଆବାଳବୃଦ୍ଧବନିତା ନଦୀ ବା ପୁଷ୍କରିଣୀରେ ବୁଡ଼ ପକାଇ କଦଳୀ ବାସୁଙ୍ଗା ବା ସୋଲ ତିଆରି ଡଙ୍ଗାରେ ଦୀପ ଜାଳି ଏବଂ ସେଥିରେ ପାନଗୁଆ ଥୋଇ ସେସବୁ ଭସାଇ ଦିଅନ୍ତି। ଏହି ଅବସରରେ ଗାଇଥାନ୍ତି ‘ଆ – କା – ମା – ବୈ, ପାନ ଗୁଆ ଥୋଇ । ପାନ, ଗୁଆ ତୋର, ମାସକ ଧରମ ମୋର’। ତେବେ ଏହି ଆ – କା – ମା – ବୈର ଅର୍ଥ ହେଉଛି – ଆ – ଆଷାଢ଼, କା – କାର୍ତ୍ତିକ, ମା – ମାଘ, ବୈ – ବୈଶାଖ। ଏହି ଚାରିମାସ ଧର୍ମ ଅର୍ଜନ କରିବା ପାଇଁ ପ୍ରକୃଷ୍ଟ ମାସ।

ଆହୁରି ପଢ଼ନ୍ତୁ: ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ପପୁ ମଲ୍ଲିକ ଆହତ, ୩ ପୋଲିସ କର୍ମଚାରୀ ବି ଆହତ

ପୌରାଣିକ ଅନୁଧ୍ୟାନରୁ ଏହି ଚାରିମାସ ଧର୍ମ ଦୃଷ୍ଟିରୁ ଶୁଭପ୍ରଦ ଏବଂ ଦେବଦେବୀଙ୍କ ଉପାସନା ନିମନ୍ତେ ଅତ୍ୟନ୍ତ ଅନୁକୂଳ। ପୂର୍ବକାଳରେ ଆମ ଓଡ଼ିଆ ସାଧବ ପୁଅମାନେ କାର୍ତ୍ତିକ ମାସରେ ବେପାର ବଣିଜ କରିବାକୁ ବୋଇତରେ ବିଦେଶ ଯାଉଥିଲେ। କାରଣ ଏହି ସମୟକୁ ସେମାନେ ସମୁଦ୍ରରେ ବୋଇତ ନେଇଯିବାକୁ ପ୍ରକୃଷ୍ଟ ସମୟ ଭାବୁଥିଲେ, ଏହି ସମୟର ପବନର ଗତି ସେମାନଙ୍କ ଯାତ୍ରା ପାଇଁ ଅନୁକୂଳ ଥିଲା। ପୁଣି ଆଷାଢ଼ ମାସରେ ଫେରୁଥିଲେ। ସେଇ ସାଧବପୁଅଙ୍କ ଦୁଃସାହସିକ ବୋଇତ ଯାତ୍ରାକୁ ସ୍ମରଣ କରିବା ଉଦ୍ଦେଶ୍ୟରେ କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସାଇବା ପରମ୍ପରା ରହିଆସିଛି। ବହୁ ସ୍ଥାନରେ ଏହି ଦିନ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୁଏ। ଡଙ୍ଗା ଭସାଇ ଲୋକେ ମନ୍ଦିର ଯାଇ ଦେବଦେବୀଙ୍କୁ ଦର୍ଶନ କରିଥାନ୍ତି। ପୁରାଣ ଅନୁସାରେ, କାର୍ତ୍ତିକ ପୂର୍ଣ୍ଣିମା ଦିନ ଗୋପୀମାନଙ୍କ ମେଳରେ ରାଧାକୃଷ୍ଣଙ୍କର ନୃତ୍ୟୋତ୍ସବ ହୋଇଥିଲା । ଭଗବାନ ଶ୍ରୀକୃଷ୍ଣ ରାସେଶ୍ବରୀ ଶ୍ରୀରାଧାଙ୍କ ସହ ବୃନ୍ଦାବନର କୁଞ୍ଜକାନନରେ ଏହି ଦିନ ରାସ ରଚନା କରିଥିଲେ। କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥ ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି। କାର୍ତ୍ତିକ ପୂର୍ଣ୍ଣିମାଠାରୁ କଟକରେ ଐତିହାସିକ ବାଲିଯାତ୍ରା ଅନୁଷ୍ଠିତ ହୁଏ।

15 Nov 2024 By The Sakala

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା; ଓଡିଶା ସଂସ୍କୃତି ଓ ପରମ୍ପରାକୁ ମନେପକାଉଛନ୍ତି ପ୍ରତିଟି ଓଡ଼ିଆ…

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏହି ଅବସରରେ ‘ଆ କା ବା ବୈ…ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର।’ ଆଜି ଓଡ଼ିଶାର ଗାଁଠୁ ସହର ସବୁଠି କିଛି ଏଭଳି ଗୀତ ଗାଇ ଡଙ୍ଗା ଭସାଇଛନ୍ତି ଲୋକେ। ପୋଖରୀ, ନଦୀ, ସମୁଦ୍ରକୂଳରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି।

କାର୍ତ୍ତିକ ପୂର୍ଣ୍ଣିମା ଦିନ କାର୍ତ୍ତିକ ବ୍ରତର ଉଦ୍‌ଯାପନ କରାଯାଇଥାଏ। ଏହି ପୂର୍ଣ୍ଣିମାର ଅନ୍ୟନାମ ରାସ ପୂର୍ଣ୍ଣିମା। ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ କାର୍ତ୍ତିକ ପୂର୍ଣ୍ଣିମା ବା ରାସ ପୂର୍ଣ୍ଣିମା ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ଉତ୍କଳର ଗୌରବମୟ ନୌବାଣିଜ୍ୟ ଇତିହାସ ସହିତ ମଧ୍ୟ ଏହା ନିବିଡ଼ ଭାବେ ସମ୍ପୃକ୍ତ। ଏହିଦିନ ବିଭିନ୍ନ ସ୍ଥାନରେ ରାସ ଉତ୍ସବ ମଧ୍ୟ ଅନୁଷ୍ଠିତ ହୋଇଥାଏ। ଆଜିର ଦିନରେ ଦାନ କଲେ କୋଟିପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଅଛି। 

କାର୍ତ୍ତିକ ମାସ ସାରା ଦେବଦେବୀଙ୍କ ନିକଟରେ ପୂଜା ଉପାସନା କରାଯାଇଥାଏ। ଏହାଦ୍ବାରା ଅକାଳ ମୃତ୍ୟୁ ହୋଇ ନ ଥାଏ ବୋଲି ବିଶ୍ବାସ ରହିଛି। ବିଷ୍ଣୁ ପୁରାଣ ଅନୁସାରେ, କାର୍ତ୍ତିକ ମାସର ପୂର୍ଣ୍ଣିମା ତିଥିରେ ଭଗବାନ ବିଷ୍ଣୁ ତାଙ୍କର ଦଶ ଅବତାରର ପ୍ରଥମ ଅବତାର ମତ୍ସ୍ୟ ଅବତାର ଧାରଣ କରିଥିଲେ। ଜଳ ପ୍ରଳୟ ସମୟରେ ସାରା ପୃଥିବୀ ଜଳମଗ୍ନ ହୋଇଯାଇଥିଲା। ସେତେବେଳେ ଭଗବାନ ବିଷ୍ଣୁ ମତ୍ସ୍ୟ ଅବତାରରେ ସମସ୍ତଙ୍କୁ ରକ୍ଷା କରିଥିଲେ। ବୈଷ୍ଣବ ମତରେ, ଏହି ପୂର୍ଣ୍ଣିମାର ବିଶେଷ ମହତ୍ତ୍ବ ରହିଛି । ସେହିପରି ଶୈବ ମତ ଅନୁସାରେ, କାର୍ତ୍ତିକ ପୂର୍ଣ୍ଣିମା ଦିନ ତ୍ରିପୁରାସୁରକୁ ସଂହାର କରିଥିଲେ ଭଗବାନ ଶିବ। ମାସସାରା ହବିଷ ବ୍ରତ କରିଥିବା ଶ୍ରଦ୍ଧାଳୁମାନେ କାର୍ତ୍ତିକ ପୂର୍ଣ୍ଣିମା ଦିନ ଡଙ୍ଗା ଭସାଇ ବ୍ରତ ଉଦ୍‌ଯାପନ କରନ୍ତି। ପ୍ରତ୍ୟୁଷରୁ ଆବାଳବୃଦ୍ଧବନିତା ନଦୀ ବା ପୁଷ୍କରିଣୀରେ ବୁଡ଼ ପକାଇ କଦଳୀ ବାସୁଙ୍ଗା ବା ସୋଲ ତିଆରି ଡଙ୍ଗାରେ ଦୀପ ଜାଳି ଏବଂ ସେଥିରେ ପାନଗୁଆ ଥୋଇ ସେସବୁ ଭସାଇ ଦିଅନ୍ତି। ଏହି ଅବସରରେ ଗାଇଥାନ୍ତି ‘ଆ – କା – ମା – ବୈ, ପାନ ଗୁଆ ଥୋଇ । ପାନ, ଗୁଆ ତୋର, ମାସକ ଧରମ ମୋର’। ତେବେ ଏହି ଆ – କା – ମା – ବୈର ଅର୍ଥ ହେଉଛି – ଆ – ଆଷାଢ଼, କା – କାର୍ତ୍ତିକ, ମା – ମାଘ, ବୈ – ବୈଶାଖ। ଏହି ଚାରିମାସ ଧର୍ମ ଅର୍ଜନ କରିବା ପାଇଁ ପ୍ରକୃଷ୍ଟ ମାସ।

ପୌରାଣିକ ଅନୁଧ୍ୟାନରୁ ଏହି ଚାରିମାସ ଧର୍ମ ଦୃଷ୍ଟିରୁ ଶୁଭପ୍ରଦ ଏବଂ ଦେବଦେବୀଙ୍କ ଉପାସନା ନିମନ୍ତେ ଅତ୍ୟନ୍ତ ଅନୁକୂଳ। ପୂର୍ବକାଳରେ ଆମ ଓଡ଼ିଆ ସାଧବ ପୁଅମାନେ କାର୍ତ୍ତିକ ମାସରେ ବେପାର ବଣିଜ କରିବାକୁ ବୋଇତରେ ବିଦେଶ ଯାଉଥିଲେ। କାରଣ ଏହି ସମୟକୁ ସେମାନେ ସମୁଦ୍ରରେ ବୋଇତ ନେଇଯିବାକୁ ପ୍ରକୃଷ୍ଟ ସମୟ ଭାବୁଥିଲେ, ଏହି ସମୟର ପବନର ଗତି ସେମାନଙ୍କ ଯାତ୍ରା ପାଇଁ ଅନୁକୂଳ ଥିଲା। ପୁଣି ଆଷାଢ଼ ମାସରେ ଫେରୁଥିଲେ। ସେଇ ସାଧବପୁଅଙ୍କ ଦୁଃସାହସିକ ବୋଇତ ଯାତ୍ରାକୁ ସ୍ମରଣ କରିବା ଉଦ୍ଦେଶ୍ୟରେ କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସାଇବା ପରମ୍ପରା ରହିଆସିଛି। ବହୁ ସ୍ଥାନରେ ଏହି ଦିନ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୁଏ। ଡଙ୍ଗା ଭସାଇ ଲୋକେ ମନ୍ଦିର ଯାଇ ଦେବଦେବୀଙ୍କୁ ଦର୍ଶନ କରିଥାନ୍ତି। ପୁରାଣ ଅନୁସାରେ, କାର୍ତ୍ତିକ ପୂର୍ଣ୍ଣିମା ଦିନ ଗୋପୀମାନଙ୍କ ମେଳରେ ରାଧାକୃଷ୍ଣଙ୍କର ନୃତ୍ୟୋତ୍ସବ ହୋଇଥିଲା । ଭଗବାନ ଶ୍ରୀକୃଷ୍ଣ ରାସେଶ୍ବରୀ ଶ୍ରୀରାଧାଙ୍କ ସହ ବୃନ୍ଦାବନର କୁଞ୍ଜକାନନରେ ଏହି ଦିନ ରାସ ରଚନା କରିଥିଲେ। କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥ ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି। କାର୍ତ୍ତିକ ପୂର୍ଣ୍ଣିମାଠାରୁ କଟକରେ ଐତିହାସିକ ବାଲିଯାତ୍ରା ଅନୁଷ୍ଠିତ ହୁଏ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର