ଆଜି ପବିତ୍ର ବାହୁଡା ଯାତ୍ରା : ଗୋଟି ପହଣ୍ଡିରେ ରଥକୁ ଆସିଛନ୍ତି ତିନି ଠାକୁର

The Sakala Picture
Published On

ପୁରୀ: ଆଜି ପବିତ୍ର ବାହୁଡା ଯାତ୍ରା । ମହାବାହୁ ନିଳାଚଳିଆ, ଭଉଣୀ ସୁଭଦ୍ରା, ବଡ଼ ଭାଇ ବଳଭଦ୍ର ବାହୁଡି ଆସିବେ । ଗୁଣ୍ଡିଚା ମନ୍ଦିରରୁ ଆଜି ଶ୍ରୀମନ୍ଦିର ଅଭିମୁଖେ ଧାଇଁ ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ଯିବେ ଚତୁର୍ଦ୍ଧା ବିଗ୍ରହ । ପହଣ୍ଡିରେ ରଥକୁ ଆସିଛନ୍ତି ତିନି ଠାକୁର । ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ଅପେକ୍ଷାରେ ଅଛନ୍ତି ତିନିରଥ । ବାହୁଡ଼ା ଯାତ୍ରା ପାଇଁ ହୋଇଛି ନୀତିନିର୍ଘଣ୍ଟ । ପହଣ୍ଡିର ଆଭିଧାନିକ […]

ପୁରୀ: ଆଜି ପବିତ୍ର ବାହୁଡା ଯାତ୍ରା । ମହାବାହୁ ନିଳାଚଳିଆ, ଭଉଣୀ ସୁଭଦ୍ରା, ବଡ଼ ଭାଇ ବଳଭଦ୍ର ବାହୁଡି ଆସିବେ । ଗୁଣ୍ଡିଚା ମନ୍ଦିରରୁ ଆଜି ଶ୍ରୀମନ୍ଦିର ଅଭିମୁଖେ ଧାଇଁ ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ଯିବେ ଚତୁର୍ଦ୍ଧା ବିଗ୍ରହ । ପହଣ୍ଡିରେ ରଥକୁ ଆସିଛନ୍ତି ତିନି ଠାକୁର । ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ଅପେକ୍ଷାରେ ଅଛନ୍ତି ତିନିରଥ । ବାହୁଡ଼ା ଯାତ୍ରା ପାଇଁ ହୋଇଛି ନୀତିନିର୍ଘଣ୍ଟ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ପହଣ୍ଡିର ଆଭିଧାନିକ ଅର୍ଥ ହେଉଛି ପାଦରେ ଭ୍ରମଣ । ପହଣ୍ଡି ବିଜେ ଶ୍ରୀମନ୍ଦିରର ସ୍ନାନଯାତ୍ରା ଓ ରଥଯାତ୍ରା ସମୟରେ ହୋଇ ଆସୁଥିବା ବିଦ୍ଧି ସମ୍ବନ୍ଧୀୟ କ୍ରିୟାପଦ୍ଧତି । ପହଣ୍ଡି ପୁଣି ଦୁଇ ଭାଗରେ ବିଭକ୍ତ ଯଥା:- ଧାଡି ପହଣ୍ଡି ଓ ଗୋଟି ପହଣ୍ଡି। ସ୍ନାନଯାତ୍ରା ସମୟରେ ତିନିଠାକୁରଙ୍କୁ ଶ୍ରୀମନ୍ଦିର ରତ୍ନବେଦୀରୁ ସ୍ନାନ ମଣ୍ଡପକୁ ନେବା ସମୟରେ ଯେଉଁ ପହଣ୍ଡି ହୁଏ ତାହାକୁ ଧାଡି ପହଣ୍ଡି କୁହାଯାଏ । ରଥଯାତ୍ରା ସମୟରେ ତିନିଠାକୁରଙ୍କୁ ଶ୍ରୀମନ୍ଦିର ରତ୍ନବେଦୀରୁ ରଥ ଉପରକୁ ଓ ରଥରୁ ମନ୍ଦିରକୁ ନେବା ସମୟରେ ଯେଉଁ ପହଣ୍ଡି କରାଯାଏ ତାହାକୁ ଗୋଟି ପହଣ୍ଡି କୁହାଯାଇଥାଏ ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ତେବେ ଆଜି ତିନି ଠାକୁରଙ୍କୁ ଗୋଟି ପହଣ୍ଡିରେ ରଥ ଉପରକୁ ଆସୁଛନ୍ତି ତିନି ଦିଅଁ । ମଧ୍ୟାହ୍ନ ୧୨ଟାରୁ ସାଢେ ୨ଟା ମଧ୍ୟରେ ହେବ ବାହୁଡା ପହଣ୍ଡି । ଦିନ ଗୋଟାଏ ସାଢେ ୨ଟା ମଧ୍ୟରେ ଶେଷ ହେବ ବେଶ । ପରେ ଅପରାହ୍ନ ସାଢେ ୨ଟାରୁ ୩ଟା ୩୦ମଧ୍ୟରେ ଛେରା ପହଁରା କରାଯାଇ ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଚାରମାଳ ଫିଟିବା ଓ ଘୋଡା ଲାଗି ହେବ । ଏହାପରେ ଅପରାହ୍ନ ୪ଟାରୁ ଆରମ୍ଭ ହେବ ରଥଟଣା ।

ଆହୁରି ପଢ଼ନ୍ତୁ: କରୁର ଦଳାଚକଟା ମାମଲା: ଅଭିନେତା ତଥା TVK ମୁଖ୍ୟ ବିଜୟଙ୍କୁ ସିବିଆଇ ସମନ

09 Jul 2022 By The Sakala

ଆଜି ପବିତ୍ର ବାହୁଡା ଯାତ୍ରା : ଗୋଟି ପହଣ୍ଡିରେ ରଥକୁ ଆସିଛନ୍ତି ତିନି ଠାକୁର

ପୁରୀ: ଆଜି ପବିତ୍ର ବାହୁଡା ଯାତ୍ରା । ମହାବାହୁ ନିଳାଚଳିଆ, ଭଉଣୀ ସୁଭଦ୍ରା, ବଡ଼ ଭାଇ ବଳଭଦ୍ର ବାହୁଡି ଆସିବେ । ଗୁଣ୍ଡିଚା ମନ୍ଦିରରୁ ଆଜି ଶ୍ରୀମନ୍ଦିର ଅଭିମୁଖେ ଧାଇଁ ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ଯିବେ ଚତୁର୍ଦ୍ଧା ବିଗ୍ରହ । ପହଣ୍ଡିରେ ରଥକୁ ଆସିଛନ୍ତି ତିନି ଠାକୁର । ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ଅପେକ୍ଷାରେ ଅଛନ୍ତି ତିନିରଥ । ବାହୁଡ଼ା ଯାତ୍ରା ପାଇଁ ହୋଇଛି ନୀତିନିର୍ଘଣ୍ଟ ।

ପହଣ୍ଡିର ଆଭିଧାନିକ ଅର୍ଥ ହେଉଛି ପାଦରେ ଭ୍ରମଣ । ପହଣ୍ଡି ବିଜେ ଶ୍ରୀମନ୍ଦିରର ସ୍ନାନଯାତ୍ରା ଓ ରଥଯାତ୍ରା ସମୟରେ ହୋଇ ଆସୁଥିବା ବିଦ୍ଧି ସମ୍ବନ୍ଧୀୟ କ୍ରିୟାପଦ୍ଧତି । ପହଣ୍ଡି ପୁଣି ଦୁଇ ଭାଗରେ ବିଭକ୍ତ ଯଥା:- ଧାଡି ପହଣ୍ଡି ଓ ଗୋଟି ପହଣ୍ଡି। ସ୍ନାନଯାତ୍ରା ସମୟରେ ତିନିଠାକୁରଙ୍କୁ ଶ୍ରୀମନ୍ଦିର ରତ୍ନବେଦୀରୁ ସ୍ନାନ ମଣ୍ଡପକୁ ନେବା ସମୟରେ ଯେଉଁ ପହଣ୍ଡି ହୁଏ ତାହାକୁ ଧାଡି ପହଣ୍ଡି କୁହାଯାଏ । ରଥଯାତ୍ରା ସମୟରେ ତିନିଠାକୁରଙ୍କୁ ଶ୍ରୀମନ୍ଦିର ରତ୍ନବେଦୀରୁ ରଥ ଉପରକୁ ଓ ରଥରୁ ମନ୍ଦିରକୁ ନେବା ସମୟରେ ଯେଉଁ ପହଣ୍ଡି କରାଯାଏ ତାହାକୁ ଗୋଟି ପହଣ୍ଡି କୁହାଯାଇଥାଏ ।

ତେବେ ଆଜି ତିନି ଠାକୁରଙ୍କୁ ଗୋଟି ପହଣ୍ଡିରେ ରଥ ଉପରକୁ ଆସୁଛନ୍ତି ତିନି ଦିଅଁ । ମଧ୍ୟାହ୍ନ ୧୨ଟାରୁ ସାଢେ ୨ଟା ମଧ୍ୟରେ ହେବ ବାହୁଡା ପହଣ୍ଡି । ଦିନ ଗୋଟାଏ ସାଢେ ୨ଟା ମଧ୍ୟରେ ଶେଷ ହେବ ବେଶ । ପରେ ଅପରାହ୍ନ ସାଢେ ୨ଟାରୁ ୩ଟା ୩୦ମଧ୍ୟରେ ଛେରା ପହଁରା କରାଯାଇ ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଚାରମାଳ ଫିଟିବା ଓ ଘୋଡା ଲାଗି ହେବ । ଏହାପରେ ଅପରାହ୍ନ ୪ଟାରୁ ଆରମ୍ଭ ହେବ ରଥଟଣା ।

https://www.thesakala.in/big-news/today-is-the-holy-bahuda-yatra-three-thakurs-have-come-to-the-chariot-in-one-pahandi/article-13150
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର