ଓଡ଼ିଶା ପହଞ୍ଚିଲେ ଉପରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁ

The Sakala Picture
Published On

ଭୁବନେଶ୍ବର: ଓଡ଼ିଶାରେ ଶୁକ୍ରବାର ଉପରାଷ୍ଟ୍ରପତି ପହଞ୍ଚିଛନ୍ତି। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁ ଆସିଛନ୍ତି।ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି ଉପରାଷ୍ଟ୍ରପତି। ବିମାନ ବନ୍ଦରରେ ପହଞ୍ଚିବାପରେ ରାଜ୍ଯପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଉପରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି। ବିମାନ ବନ୍ଦରରୁ ଉପରାଷ୍ଟ୍ରପତି ରାଜଭବନକୁ ଯିବାର କାର୍ଯ୍ଯକ୍ରମ ରହିଛି। ଉରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୁଲିସ ପକ୍ଷରୁ ବ୍ୟାପକ […]

ଭୁବନେଶ୍ବର: ଓଡ଼ିଶାରେ ଶୁକ୍ରବାର ଉପରାଷ୍ଟ୍ରପତି ପହଞ୍ଚିଛନ୍ତି। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁ ଆସିଛନ୍ତି।ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି ଉପରାଷ୍ଟ୍ରପତି। ବିମାନ ବନ୍ଦରରେ ପହଞ୍ଚିବାପରେ ରାଜ୍ଯପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଉପରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି। ବିମାନ ବନ୍ଦରରୁ ଉପରାଷ୍ଟ୍ରପତି ରାଜଭବନକୁ ଯିବାର କାର୍ଯ୍ଯକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ଉପନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ, ଜୁନ୍‌ ୧୮ରେ ଭୋଟିଂ

ଉରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବିମାନବନ୍ଦରରୁ ରାଜଭବନ ପର୍ଯ୍ଯନ୍ତ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଟ୍ରାଫିକ୍, ରୁଟ୍ ଲାଇନ୍, ବିମାନବନ୍ଦର, ରାଜଭବନରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ବର୍ବର କାଣ୍ଡ: କ୍ରାଇମବ୍ରାଞ୍ଚ ହାତରେ ସୌମ୍ୟ ହତ୍ୟା ମାମଲାର ଆଉ ଜଣେ ମୁଖ୍ୟ ଅଭିଯୁକ୍ତ

ଆଜି କଟକ ସ୍ଥିତ ସାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମବାର୍ଷିକୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଉଭୟ ଜିଲ୍ଲା ପ୍ରଶାସନ ଏବଂ ପୁଲିସ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ରାୟ ସଂରକ୍ଷିତ ରଖିବାର ୩ ମାସ ଭିତରେ ଚୂଡ଼ାନ୍ତ ନିଷ୍ପତ୍ତି ଶୁଣାଇବେ ହାଇକୋର୍ଟ

ଏହାପରେ ଆସନ୍ତାକାଲି ଏପ୍ରିଲ ୩ ତାରିଖ, ଶନିବାର ପୂର୍ବାହ୍ନ ସାଢ଼େ ୧୦ଟାରେ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ହେବାକୁ ଥିବା ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଉପରାଷ୍ଟ୍ରପତି । ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଧ୍ୟକ୍ଷତା କରିବେ।

02 Apr 2021 By The Sakala

ଓଡ଼ିଶା ପହଞ୍ଚିଲେ ଉପରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁ

ଭୁବନେଶ୍ବର: ଓଡ଼ିଶାରେ ଶୁକ୍ରବାର ଉପରାଷ୍ଟ୍ରପତି ପହଞ୍ଚିଛନ୍ତି। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁ ଆସିଛନ୍ତି।ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି ଉପରାଷ୍ଟ୍ରପତି। ବିମାନ ବନ୍ଦରରେ ପହଞ୍ଚିବାପରେ ରାଜ୍ଯପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଉପରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି। ବିମାନ ବନ୍ଦରରୁ ଉପରାଷ୍ଟ୍ରପତି ରାଜଭବନକୁ ଯିବାର କାର୍ଯ୍ଯକ୍ରମ ରହିଛି।

ଉରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବିମାନବନ୍ଦରରୁ ରାଜଭବନ ପର୍ଯ୍ଯନ୍ତ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଟ୍ରାଫିକ୍, ରୁଟ୍ ଲାଇନ୍, ବିମାନବନ୍ଦର, ରାଜଭବନରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ଆଜି କଟକ ସ୍ଥିତ ସାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମବାର୍ଷିକୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଉଭୟ ଜିଲ୍ଲା ପ୍ରଶାସନ ଏବଂ ପୁଲିସ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଏହାପରେ ଆସନ୍ତାକାଲି ଏପ୍ରିଲ ୩ ତାରିଖ, ଶନିବାର ପୂର୍ବାହ୍ନ ସାଢ଼େ ୧୦ଟାରେ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ହେବାକୁ ଥିବା ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଉପରାଷ୍ଟ୍ରପତି । ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଧ୍ୟକ୍ଷତା କରିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର