ରାଜ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ବର୍ଷା ଓ ବଜ୍ରପାତ ନେଇ ଟ୍ବିନ ସିଟି ସହ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ ପଶ୍ଚିମା ଝଡ଼ ପ୍ରଭାବ ଜାରି ରହିଛି। ଅପରାହ୍ନ ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ପବନ ସହ କୁଆପଥର ବୃଷ୍ଟି ହେଉଛି। ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ରହିଛି। ଏ ନେଇ ଟ୍ବିନ ସିଟି ସମେତ ୧୪ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୪  ଜିଲ୍ଲାଗୁଡିକ ହେଲା ଯାଜପୁର, କଟକ, ଖୋର୍ଦ୍ଧା, ଭଦ୍ରକ, […]

ଭୁବନେଶ୍ବର: ରାଜ୍ଯରେ ପଶ୍ଚିମା ଝଡ଼ ପ୍ରଭାବ ଜାରି ରହିଛି। ଅପରାହ୍ନ ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ପବନ ସହ କୁଆପଥର ବୃଷ୍ଟି ହେଉଛି। ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ରହିଛି। ଏ ନେଇ ଟ୍ବିନ ସିଟି ସମେତ ୧୪ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୪  ଜିଲ୍ଲାଗୁଡିକ ହେଲା ଯାଜପୁର, କଟକ, ଖୋର୍ଦ୍ଧା, ଭଦ୍ରକ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବରଗଡ଼, ସୋନପୁର, ବୌଦ୍ଧ, ଦେବଗଡ଼, ସମ୍ବଲପୁର, ମାଲକାନଗିରି ଓ ଗଜପତି।  ଏହି ଜିଲ୍ଲା ଗୁଡିକୁ ଆଗୁଆ ସତର୍କତା କରାଯଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର