ଆଜି କଂଗ୍ରେସର ଓଡ଼ିଶା ବନ୍ଦ ଡାକରା, ସବୁଠି ପଡ଼ିଲା ପ୍ରଭାବ…

The Sakala Picture
Published On

ଭୁବନେଶ୍ବର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି। ପୂର୍ବ ନିଷ୍ପତ୍ତି କ୍ରମେ କଂଗ୍ରେସ ତରଫରୁ ଡାକରା ଦିଆଯାଇଥିବା ଏହି ଆନ୍ଦୋଳନ ସକାଳ ୬ଟାରୁ ଆରମ୍ଭ ହୋଇଯାଇଛି। ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି ରହିବ। ଏହି ଆନ୍ଦୋଳନ ସମୟରେ ଯାନବାହନ ଚଳାଚଳ ସଂପୂର୍ଣ୍ଣ ଭାବେ ବନ୍ଦ କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି। ବାଲେଶ୍ବରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଗତ ୧୨ ତାରିଖ ଦିନ ଜଣେ ଆତ୍ମାହୁତି ଦେବା ଏବଂ ଭୁବନେଶ୍ବର […]

ଭୁବନେଶ୍ବର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି। ପୂର୍ବ ନିଷ୍ପତ୍ତି କ୍ରମେ କଂଗ୍ରେସ ତରଫରୁ ଡାକରା ଦିଆଯାଇଥିବା ଏହି ଆନ୍ଦୋଳନ ସକାଳ ୬ଟାରୁ ଆରମ୍ଭ ହୋଇଯାଇଛି। ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି ରହିବ। ଏହି ଆନ୍ଦୋଳନ ସମୟରେ ଯାନବାହନ ଚଳାଚଳ ସଂପୂର୍ଣ୍ଣ ଭାବେ ବନ୍ଦ କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି। ବାଲେଶ୍ବରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଗତ ୧୨ ତାରିଖ ଦିନ ଜଣେ ଆତ୍ମାହୁତି ଦେବା ଏବଂ ଭୁବନେଶ୍ବର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର-ମଙ୍ଗଳବାର ରାତିରେ ମୃତ୍ୟୁ ଘଟଣାକୁ କେନ୍ଦ୍ର କରି କଂଗ୍ରେସ ଏହି ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି। କଂଗ୍ରେସ କର୍ମୀମାନେ ନ୍ୟାୟ ଦାବିରେ ଅଖ, ଚଖ ବନ୍ଦ ରଖିବାକୁ ଜୋରଦାର ଉଦ୍ୟମ ଜାରି ରଖିଛନ୍ତି।

ଆହୁରି ପଢ଼ନ୍ତୁ: ଗହୀରମଥାରେ ଅଣ୍ଡା ନଦେଇ ଫେରିଗଲେ ଅଲିଭ ରିଡ଼ଲେ କଇଁଛ, ଚିନ୍ତାରେ ପରିବେଶବିତ୍

ରାଜଧାନୀ ଭୁବନେଶ୍ବରର ପ୍ରମୁଖ ଛକରେ କଂଗ୍ରେସ ପକ୍ଷରୁ ଜୋରଦାର ପିକେଟିଂ କରାଯାଇଛି। ମଷ୍ଟର କ୍ୟାଣ୍ଟିନ ଛକ, ଜୟଦେବ ବିହାର ଛକ, ଆଚାର୍ଯ୍ୟ ବିହାର ଛକ ସମେତ ଅନ୍ୟ ପ୍ରମୁଖ ଛକରେ କଂଗ୍ରେସକର୍ମୀମାନେ ପିକେଟିଂ କରିବା ସହିତ ଟାୟାର ଜାଳି ରାସ୍ତା ରୋକ କରିଛନ୍ତି।

ଛାତ୍ରୀଙ୍କୁ ନ୍ୟାୟ ଦେବା ଦାବି କରି କଂଗ୍ରେସ ନେତୃତ୍ବରେ ଅଲ୍ ଇଣ୍ଡିଆ ଫରୱାର୍ଡ ବ୍ଲକ୍ ସହିତ ଅନ୍ୟାନ୍ୟ ବିରୋଧୀ ଦଳଗୁଡ଼ିକ ସହିତ ଓଡ଼ିଶା ବନ୍ଦ ପାଳନ କରୁଛନ୍ତି। ନାରୀଙ୍କୁ ନ୍ୟାୟ ଦିଅ ନହେଲେ ଗାଦି ଛାଡ଼ ବୋଲି ବିରୋଧୀ ଦାବି କରିଛନ୍ତି।

ଆହୁରି ପଢ଼ନ୍ତୁ: ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା, ସରକାରଙ୍କ ଥିଙ୍କ ଟ୍ୟାଙ୍କ ଭାବରେ କାର୍ଯ୍ୟ କରିବ

ରାଜ୍ୟ ସରକାରଙ୍କ ବିରୋଧରେ ସିପିଆଇ(ଏମ୍ଏଲ୍) ଲିବରେସନ ଏବଂ ସିପିଆଇ(ଏମ୍)ର କର୍ମୀମାନେ ଭୁବନେଶ୍ୱରରେ ପ୍ରତିବାଦ କରିଛନ୍ତି। ସିପିଆଇ(ଏମ୍) ନେତା ସୁରେଶ ପାଣିଗ୍ରାହୀ କହିଛନ୍ତି, ଆଠଟି ରାଜନୈତିକ ଦଳ ଓଡ଼ିଶାର ଜନସାଧାରଣ ଏବଂ ଅନ୍ୟାନ୍ୟ ବାମ ଗଣତାନ୍ତ୍ରିକ ଶକ୍ତି, ପରିବହନ, ଶିକ୍ଷକ ସଂଗଠନଗୁଡ଼ିକୁ ଅନୁରୋଧ କରିଛନ୍ତି ଏବଂ ପ୍ରତିକ୍ରିୟା ବେଶ୍ ସଫଳ ରହିଛି। ଏହି ବନ୍ଦ କେବଳ ଆଠଟି ରାଜନୈତିକ ଦଳ ମଧ୍ୟରେ ସୀମିତ ନୁହେଁ। ଏହା ଓଡ଼ିଶାର ଏକ ଜନସାଧାରଣଙ୍କ ବନ୍ଦ ପାଲଟିଛି।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

17 Jul 2025 By The Sakala

ଆଜି କଂଗ୍ରେସର ଓଡ଼ିଶା ବନ୍ଦ ଡାକରା, ସବୁଠି ପଡ଼ିଲା ପ୍ରଭାବ…

ଭୁବନେଶ୍ବର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି। ପୂର୍ବ ନିଷ୍ପତ୍ତି କ୍ରମେ କଂଗ୍ରେସ ତରଫରୁ ଡାକରା ଦିଆଯାଇଥିବା ଏହି ଆନ୍ଦୋଳନ ସକାଳ ୬ଟାରୁ ଆରମ୍ଭ ହୋଇଯାଇଛି। ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି ରହିବ। ଏହି ଆନ୍ଦୋଳନ ସମୟରେ ଯାନବାହନ ଚଳାଚଳ ସଂପୂର୍ଣ୍ଣ ଭାବେ ବନ୍ଦ କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି। ବାଲେଶ୍ବରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଗତ ୧୨ ତାରିଖ ଦିନ ଜଣେ ଆତ୍ମାହୁତି ଦେବା ଏବଂ ଭୁବନେଶ୍ବର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର-ମଙ୍ଗଳବାର ରାତିରେ ମୃତ୍ୟୁ ଘଟଣାକୁ କେନ୍ଦ୍ର କରି କଂଗ୍ରେସ ଏହି ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି। କଂଗ୍ରେସ କର୍ମୀମାନେ ନ୍ୟାୟ ଦାବିରେ ଅଖ, ଚଖ ବନ୍ଦ ରଖିବାକୁ ଜୋରଦାର ଉଦ୍ୟମ ଜାରି ରଖିଛନ୍ତି।

ରାଜଧାନୀ ଭୁବନେଶ୍ବରର ପ୍ରମୁଖ ଛକରେ କଂଗ୍ରେସ ପକ୍ଷରୁ ଜୋରଦାର ପିକେଟିଂ କରାଯାଇଛି। ମଷ୍ଟର କ୍ୟାଣ୍ଟିନ ଛକ, ଜୟଦେବ ବିହାର ଛକ, ଆଚାର୍ଯ୍ୟ ବିହାର ଛକ ସମେତ ଅନ୍ୟ ପ୍ରମୁଖ ଛକରେ କଂଗ୍ରେସକର୍ମୀମାନେ ପିକେଟିଂ କରିବା ସହିତ ଟାୟାର ଜାଳି ରାସ୍ତା ରୋକ କରିଛନ୍ତି।

ଛାତ୍ରୀଙ୍କୁ ନ୍ୟାୟ ଦେବା ଦାବି କରି କଂଗ୍ରେସ ନେତୃତ୍ବରେ ଅଲ୍ ଇଣ୍ଡିଆ ଫରୱାର୍ଡ ବ୍ଲକ୍ ସହିତ ଅନ୍ୟାନ୍ୟ ବିରୋଧୀ ଦଳଗୁଡ଼ିକ ସହିତ ଓଡ଼ିଶା ବନ୍ଦ ପାଳନ କରୁଛନ୍ତି। ନାରୀଙ୍କୁ ନ୍ୟାୟ ଦିଅ ନହେଲେ ଗାଦି ଛାଡ଼ ବୋଲି ବିରୋଧୀ ଦାବି କରିଛନ୍ତି।

ରାଜ୍ୟ ସରକାରଙ୍କ ବିରୋଧରେ ସିପିଆଇ(ଏମ୍ଏଲ୍) ଲିବରେସନ ଏବଂ ସିପିଆଇ(ଏମ୍)ର କର୍ମୀମାନେ ଭୁବନେଶ୍ୱରରେ ପ୍ରତିବାଦ କରିଛନ୍ତି। ସିପିଆଇ(ଏମ୍) ନେତା ସୁରେଶ ପାଣିଗ୍ରାହୀ କହିଛନ୍ତି, ଆଠଟି ରାଜନୈତିକ ଦଳ ଓଡ଼ିଶାର ଜନସାଧାରଣ ଏବଂ ଅନ୍ୟାନ୍ୟ ବାମ ଗଣତାନ୍ତ୍ରିକ ଶକ୍ତି, ପରିବହନ, ଶିକ୍ଷକ ସଂଗଠନଗୁଡ଼ିକୁ ଅନୁରୋଧ କରିଛନ୍ତି ଏବଂ ପ୍ରତିକ୍ରିୟା ବେଶ୍ ସଫଳ ରହିଛି। ଏହି ବନ୍ଦ କେବଳ ଆଠଟି ରାଜନୈତିକ ଦଳ ମଧ୍ୟରେ ସୀମିତ ନୁହେଁ। ଏହା ଓଡ଼ିଶାର ଏକ ଜନସାଧାରଣଙ୍କ ବନ୍ଦ ପାଲଟିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର