ଦିବଙ୍ଗତ ରାଜନେତା ଦେବେନ୍ଦ୍ର ପ୍ରଧାନଙ୍କ ଅନ୍ତିମ ଦର୍ଶନ ସହ ଶ୍ରଦ୍ଧାଞ୍ଜଳି ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର : ଦିବଙ୍ଗତ ରାଜନେତା ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।  ଏଥିସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସଦବେଦନା ଜଣାଇଛନ୍ତି। ଦେବେନ୍ଦ୍ର ସବୁବେଳେ ମନେ ରହିବା ସହ ଏଭଳି ଜଣେ ରାଜନେତାଙ୍କୁ ଆମେ ସର୍ବଦା ଝୁରିବୁ ବୋଲି କହିଛନ୍ତି ନବୀନ ପଟ୍ଟନାୟକ। ବାଜପେୟୀଙ୍କ ସରକାରରେ ଏକାଠି ନବୀନ ଓ ଦେବେନ୍ଦ୍ର ମନ୍ତ୍ରିମଣ୍ଡଳରେ ସହଯୋଗୀ ଥିଲେ। ସେହିପରି ବିଜେଡିର ଅନ୍ୟ ନେତା ବି ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। […]

ଭୁବନେଶ୍ବର : ଦିବଙ୍ଗତ ରାଜନେତା ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।  ଏଥିସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସଦବେଦନା ଜଣାଇଛନ୍ତି। ଦେବେନ୍ଦ୍ର ସବୁବେଳେ ମନେ ରହିବା ସହ ଏଭଳି ଜଣେ ରାଜନେତାଙ୍କୁ ଆମେ ସର୍ବଦା ଝୁରିବୁ ବୋଲି କହିଛନ୍ତି ନବୀନ ପଟ୍ଟନାୟକ। ବାଜପେୟୀଙ୍କ ସରକାରରେ ଏକାଠି ନବୀନ ଓ ଦେବେନ୍ଦ୍ର ମନ୍ତ୍ରିମଣ୍ଡଳରେ ସହଯୋଗୀ ଥିଲେ।

ସେହିପରି ବିଜେଡିର ଅନ୍ୟ ନେତା ବି ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଆଜି ଦିଲ୍ଲୀରୁ ଭୁବନେଶ୍ବରରେ ପହଞ୍ଚିଥିଲା ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର । ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିମାନ ବନ୍ଦରରେ ମରଶରୀର ପହଁଚିବା ପରେ ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା । ବିମାନବନ୍ଦରରେ ବାଚସ୍ପତି ସୁରମା ପାଢୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସମେତ ବିଜେଡି ନେତା ମହେଶ ସାହୁ, ବ୍ରଜ କିଶୋର ପ୍ରଧାନ, ରୋମାଞ୍ଚ ରଂଜନ ବିଶ୍ବାଳ, ମନ୍ମଥ ରାଉତରାୟ, ଭୃଗୁ ବକ୍ସିପାତ୍ର ଓ କଂଗ୍ରେସର ପୂର୍ବତନ ବିଧାୟକ ସୁରେଶ କୁମାର ରାଉତରାୟ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ବାପାଙ୍କ ପାର୍ଥିବ ଶରୀର ପହଞ୍ଚିବା ବେଳେ ଉପସ୍ଥିତ ରହିଥିଲେ ପୁଅ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିମାନ ବନ୍ଦରରୁ ଏକ ସ୍ବତନ୍ତ୍ର ଗାଡିରେ ଡାକ୍ତର ପ୍ରଧାନଙ୍କ ପାର୍ଥିବ ଶରୀରକୁ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ନିଆଯାଇଥିଲା । ସେଠାରେ ରାଜ୍ୟ ବିଜେପିର ବହୁ ନେତା ଓ କର୍ମୀ ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

Join Us @ WhatsApp

About The Author

Google News
Join Us @ WhatsApp

ରାଶିଫଳ