ମନୋରଞ୍ଜନ

ଦିବ୍ୟାଙ୍ଗଙ୍କ ଉପରେ ମନ୍ତବ୍ୟ ଦେଇ ଫସିଥିଲେ କମେଡିଆନ୍ ସମୟ ରାଇନା: ଏବେ ସବୁ ଏଫଆଇଆର ଖାରଜ କଲେ ସୁପ୍ରିମକୋର୍ଟ
ନିଟ୍ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗରେ ଚୁପ୍ କାହିଁକି ଥିଲେ ସୋନୁ ନିଗମ? ଦେଲେ ଏମିତି ଉତ୍ତର, କହିଲେ- 'ବାପାଙ୍କୁ କଥା ଦେଇଛି...'
ଭାରତରେ ପ୍ରତିବନ୍ଧକ ନେଇ ମୁହଁ ଖୋଲିଲେ ଅତିଫ ଅସଲାମ: କହିଲେ- 'ଯେଉଁମାନେ ବ୍ୟାନ୍ ଲଗାଇଲେ ସେମାନଙ୍କୁ ଧନ୍ୟବାଦ, ଫ୍ୟାନ୍ସ ଭିପିଏନରେ ଶୁଣୁଛନ୍ତି ଗୀତ'
୭୩ ବର୍ଷୀୟ ବଲିଉଡ ନିର୍ଦ୍ଦେଶକ ଶକିଲ ନୁରାନୀ ଗିରଫ, ୩୩ ବର୍ଷୀୟା ଅଭିନେତ୍ରୀଙ୍କୁ ଦୁଷ୍କର୍ମ ଓ ବ୍ଲାକମେଲ୍ ଅଭିଯୋଗ
ଗୋଆ ଏୟାରବିଏନବିରୁ ଦୈନିକ ୪୦,୦୦୦ ଟଙ୍କା ରୋଜଗାର ଆଶା ଫେଲ୍: ବାସ୍ତବତାକୁ ସ୍ୱୀକାର କଲେ ଅଭିନେତ୍ରୀ ପାରୁଲ ଗୁଲାଟୀ

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସଫଳ ଅସ୍ତ୍ରୋପଚାର

The Sakala Picture
Published On

ଭୁବନେଶ୍ବର : ସଫଳତାର ସହ ସରିଲା ନବୀନ ପଟ୍ଟନାୟକଙ୍କର ଅସ୍ତ୍ରୋପଚାର। ମୁମ୍ବାଇର କୋକିଳାବେନ୍ ଧୀରାଭାଇ ଅମ୍ବାନୀ ହସପିଟାଲରେ ନବୀନଙ୍କର କରାଯାଇଛି ସଫଳ ଅସ୍ତ୍ରୋପଚାର। ଅପରେସନ ସଫଳ ହୋଇଥିବା ନେଇ ସୂଚନା ଦେଇଛନ୍ତି ନବୀନଙ୍କ ବ୍ୟକ୍ତିଗତ ସ୍ବାସ୍ଥ୍ୟ ପରାମର୍ଶଦାତା। ସପ୍ତାହକ ମଧ୍ୟରେ ହସ୍ପିଟାଲରୁ ହେବେ ଡିସଚାର୍ଜ। କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲର ସ୍ପାଇନ ସ୍ପେସିଆଲିଷ୍ଟ ବିଶେଷଜ୍ଞ ଡାକ୍ତର ରାଜଶେଖର ନବୀନଙ୍କ ଅସ୍ତ୍ରୋପଚାର କରିଥିଲେ। ଏହାସହ ଏସିଆନ ହାର୍ଟ ଇନଷ୍ଟିଚ୍ୟୁଟର ବିଶେଷଜ୍ଞମାନେ ବି ଅପରେସନ ବେଳେ ଉପସ୍ଥିତ ଥିଲେ। ଅସ୍ତ୍ରୋପଚାର […]

ଭୁବନେଶ୍ବର : ସଫଳତାର ସହ ସରିଲା ନବୀନ ପଟ୍ଟନାୟକଙ୍କର ଅସ୍ତ୍ରୋପଚାର। ମୁମ୍ବାଇର କୋକିଳାବେନ୍ ଧୀରାଭାଇ ଅମ୍ବାନୀ ହସପିଟାଲରେ ନବୀନଙ୍କର କରାଯାଇଛି ସଫଳ ଅସ୍ତ୍ରୋପଚାର। ଅପରେସନ ସଫଳ ହୋଇଥିବା ନେଇ ସୂଚନା ଦେଇଛନ୍ତି ନବୀନଙ୍କ ବ୍ୟକ୍ତିଗତ ସ୍ବାସ୍ଥ୍ୟ ପରାମର୍ଶଦାତା। ସପ୍ତାହକ ମଧ୍ୟରେ ହସ୍ପିଟାଲରୁ ହେବେ ଡିସଚାର୍ଜ। କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲର ସ୍ପାଇନ ସ୍ପେସିଆଲିଷ୍ଟ ବିଶେଷଜ୍ଞ ଡାକ୍ତର ରାଜଶେଖର ନବୀନଙ୍କ ଅସ୍ତ୍ରୋପଚାର କରିଥିଲେ। ଏହାସହ ଏସିଆନ ହାର୍ଟ ଇନଷ୍ଟିଚ୍ୟୁଟର ବିଶେଷଜ୍ଞମାନେ ବି ଅପରେସନ ବେଳେ ଉପସ୍ଥିତ ଥିଲେ। ଅସ୍ତ୍ରୋପଚାର ପରେ ନବୀନ ପଟ୍ଟନାୟକ ଭଲ ଭାବେ କଥା ହୋଇ ପାରୁଛନ୍ତି। ଡାକ୍ତରଙ୍କ ସୂଚନା ଅନୁସାରେ, ବୟସ ବଢିଲେ ସର୍ଭିକାଲ ଆଥ୍ରାଇଟିସ ହୁଏ। ଆଜି ଦୁଇ ଘଣ୍ଟା ଧରି ଅପରେସନ ଚାଲିଥିଲା। ୫ରୁ ୭ ଦିନ ମଧ୍ୟରେ ଷ୍ଟିଚ ଖୋଲାଯିବ ବୋଲି କହିଛନ୍ତି ଡାକ୍ତର ରମାକାନ୍ତ ପଣ୍ଡା। ଅନେକ ପ୍ରତିଷ୍ଠିତ ଲୋକ ନବୀନ ପଟ୍ଟନାୟକଙ୍କୁ ଦେଖା କରିବାକୁ ଚାହୁଁଛନ୍ତି। ଅପରେସନ ସରିଥିବାରୁ ଡାକ୍ତର ୪୮ ଘଣ୍ଟା ଅପେକ୍ଷା କରିବାକୁ କହିଛନ୍ତି। ଆଇସିୟୁରୁ ରୁମକୁ ଆସିବାକୁ ପରେ ନବୀନଙ୍କୁ ସାକ୍ଷାତ କରିହେବ ବୋଲି କହିଛନ୍ତି ଡାକ୍ତର। ନବୀନଙ୍କ ପାଖରେ ଉପସ୍ଥିତ ଥିଲେ ତାଙ୍କ ଭାଇ ପ୍ରେମ ପଟ୍ଟନାୟକ ଓ ଭାଉଜ। ଦୀର୍ଘ ବର୍ଷର ଶାସନ ସମୟରେ ହେଉ କିମ୍ବା ବିରୋଧୀ ଦଳ ନେତା ଭାବେ ସବୁଠି ନବୀନ ପଟ୍ଟନାୟକ ଓଡିଶାବାସୀଙ୍କ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରି ଆସୁଛନ୍ତି । ଆଧୁନିକ ଓଡି଼ଶାର ବିକାଶ ପୁରୁଷର ମାନ୍ୟତା ପାଇଛନ୍ତି । ସାରା ରାଜ୍ଯରେ ନବୀନଙ୍କ ଆରୋଗ୍ଯ କାମନା କରି ଦୀପଦାନ କରାଯାଇଥିଲା। ଭୁବନେଶ୍ବର ଏକାମ୍ର କ୍ଷେତ୍ରରେ ପ୍ରଭୁ ଲିଙ୍ଗରାଜଙ୍କ ନିକଟରେ ପୂଜାର୍ଚ୍ଚନା କରିଥିଲେ ଶତାଧିକ ଲୋକେ। ନବୀନଙ୍କ ପାଇଁ ସାରା ରାଜ୍ଯରୁ ଆଶୁ ଆରୋଗ୍ଯ କାମନାର ସୁଅ ଛୁଟୁଛି।

ଆହୁରି ପଢ଼ନ୍ତୁ: ଦେବଗଡ଼ରେ ମଧ୍ୟାହ୍ନ ଭୋଜନ ଖାଇ ୪ ଛାତ୍ରୀ ଗୁରୁତର, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

22 Jun 2025 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର