ପୁରୀ ଶରଧାବାଲିରେ ଦଳାଚକଟା ଘଟଣା; ତଦନ୍ତ ପାଇଁ ୪ ଜଣିଆ ସ୍ବତନ୍ତ୍ର ଟିମ୍ ଗଠନ କଲେ ରାଜ୍ୟ ସରକାର….
ପୁରୀ: ପୁରୀ ଶରଧାବାଲିରେ ଗତ ରବିବାର ଦିନ ଘଟିଥିବା ଦଳାଚକଟା ଘଟଣାର ତଦନ୍ତ ପାଇଁ ଏକ ସ୍ବତନ୍ତ୍ର ଟିମ୍ ଗଠନ କରିଛନ୍ତି ରାଜ୍ୟ ସରକାର। ଉନ୍ନୟନ କମିସନରଙ୍କ ନେତୃତ୍ବରେ ଏହି କମିଟିରେ ୪ ଜଣ ଓଏଏସ୍ ଅଧିକାରୀଙ୍କୁ ସାମିଲ କରାଯାଇଛି। ଆଜି ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ଟିମରେ ଅଛନ୍ତି ମାନସ ରଂଜନ ସାମଲ, ବିନୟ କୁମାର ଦାଶ, ରଶ୍ମୀ ରଂଜନ ନାୟକ ଓ ପ୍ରଦୀପ […]
ପୁରୀ: ପୁରୀ ଶରଧାବାଲିରେ ଗତ ରବିବାର ଦିନ ଘଟିଥିବା ଦଳାଚକଟା ଘଟଣାର ତଦନ୍ତ ପାଇଁ ଏକ ସ୍ବତନ୍ତ୍ର ଟିମ୍ ଗଠନ କରିଛନ୍ତି ରାଜ୍ୟ ସରକାର। ଉନ୍ନୟନ କମିସନରଙ୍କ ନେତୃତ୍ବରେ ଏହି କମିଟିରେ ୪ ଜଣ ଓଏଏସ୍ ଅଧିକାରୀଙ୍କୁ ସାମିଲ କରାଯାଇଛି। ଆଜି ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।
ଏହି ଟିମରେ ଅଛନ୍ତି ମାନସ ରଂଜନ ସାମଲ, ବିନୟ କୁମାର ଦାଶ, ରଶ୍ମୀ ରଂଜନ ନାୟକ ଓ ପ୍ରଦୀପ କୁମାର ସାହୁ। ଏହି ୪ ଜଣ ଓଏଏସ୍ ଅଧିକାରୀ ପ୍ରତିଦିନ ଉନ୍ନୟନ କମିସନରଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହି ଅପରାହ୍ଣ ୩ଟାରୁ ୫ଟା ଯାଏଁ ତଦନ୍ତ ପାଇଁ ସମୟ ଦେବେ।
ଆହୁରି ପଢ଼ନ୍ତୁ: ଆଜି ନବୀନ ପଟ୍ଟନାୟକଙ୍କ ୮୦ତମ ଜନ୍ମଦିନ; ଲୋକପ୍ରିୟତାର ସଂଜ୍ଞା, ଜନ ନାୟକର ପରିଭାଷା ସବୁ ନବୀନଙ୍କ ଭିତରେ ସମାହିତ
ଗତ ରବିବାର ଦିନ ସକାଳେ ଶରଧାବାଲିରେ ମହାପ୍ରଭୁଙ୍କ ପହୁଡ଼ ଖୋଲିବା ପରେ ପ୍ରବଳ ଭିଡ଼ ଯୋଗୁଁ ଦଳାଚକଟାରେ ଏଥିରେ ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ର ବାସନ୍ତୀ ସାହୁ, ପ୍ରେମକାନ୍ତ ମହାନ୍ତି ଏବଂ ବାଲିପାଟଣାର ପ୍ରଭାତୀ ଦାସଙ୍କର ମୃତ୍ୟୁ ଘଟିଛି। ଏଥିରେ ଅନେକ ଶ୍ରଦ୍ଧାଳୁ ମଧ୍ୟ ଆହତ ହୋଇଥିଲେ।






