୧୩ ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

The Sakala Picture
Published On

ଭୁବନେଶ୍ବର : କିଛି ଦିନ ହେବ ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ସକାଳୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବା ସହ ଖରା ବଢୁଥିବା ବେଳେ ଅପରାହ୍ନରୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା-ପବନ ହେଉଛି। ଯାହାକୁ ନେଇ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି ଲୋକେ । ତେବେ ଆସନ୍ତା ୩ ଦିନ ଅର୍ଥାତ୍ ୨୩ ତାରିଖ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ସେପଟେ ଆଜି ପାଇଁ ୧୩ ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି […]

ଭୁବନେଶ୍ବର : କିଛି ଦିନ ହେବ ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ସକାଳୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବା ସହ ଖରା ବଢୁଥିବା ବେଳେ ଅପରାହ୍ନରୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା-ପବନ ହେଉଛି। ଯାହାକୁ ନେଇ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି ଲୋକେ । ତେବେ ଆସନ୍ତା ୩ ଦିନ ଅର୍ଥାତ୍ ୨୩ ତାରିଖ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଆହୁରି ପଢ଼ନ୍ତୁ: ପୁଲିସରେ ଅଭିଯୋଗ କଲେ ବୋଲି ଦିବ୍ୟାଙ୍ଗ ଦୁଷ୍କର୍ମ ପୀଡ଼ିତାଙ୍କୁ କଙ୍ଗାରୁ କୋର୍ଟରେ ବାସନ୍ଦ

ସେପଟେ ଆଜି ପାଇଁ ୧୩ ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ଦେବଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ଉଷ୍ଣ ଆର୍ଦ୍ରତା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆହୁରି ପଢ଼ନ୍ତୁ: ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, FIR ରୁଜୁ କରିବ SCERT

21 May 2025 By The Sakala

୧୩ ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର : କିଛି ଦିନ ହେବ ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ସକାଳୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବା ସହ ଖରା ବଢୁଥିବା ବେଳେ ଅପରାହ୍ନରୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା-ପବନ ହେଉଛି। ଯାହାକୁ ନେଇ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି ଲୋକେ । ତେବେ ଆସନ୍ତା ୩ ଦିନ ଅର୍ଥାତ୍ ୨୩ ତାରିଖ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।

ସେପଟେ ଆଜି ପାଇଁ ୧୩ ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ଦେବଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ଉଷ୍ଣ ଆର୍ଦ୍ରତା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର