ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆଜି ସୃଷ୍ଟିହେବ ଲଘୁଚାପ, ରାଜ୍ୟରେ ୨୭ ପର୍ଯ୍ୟନ୍ତ ରହିବ ବର୍ଷାର ପ୍ରଭାବ…

The Sakala Picture
Published On

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ଗୁରୁବାର ଏକ ଲଘୁଚାପ ସୃଷ୍ଟି ହେବ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଅନ୍ୟପଟେ ଲଘୁଚାପ ସୃଷ୍ଟି ପରେ ଏହା ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପ ଓ ଅବପାତର ରୂପ ନେବାକୁ ଥିବାରୁ ଆଗକୁ ବର୍ଷାର ପ୍ରଭାବ ଆହୁରି ବଢ଼ିବାର ସମ୍ଭାବନା ରହିଛି। ଏହ ଲଘୁଚାପ ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା […]

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ଗୁରୁବାର ଏକ ଲଘୁଚାପ ସୃଷ୍ଟି ହେବ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଅନ୍ୟପଟେ ଲଘୁଚାପ ସୃଷ୍ଟି ପରେ ଏହା ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପ ଓ ଅବପାତର ରୂପ ନେବାକୁ ଥିବାରୁ ଆଗକୁ ବର୍ଷାର ପ୍ରଭାବ ଆହୁରି ବଢ଼ିବାର ସମ୍ଭାବନା ରହିଛି। ଏହ ଲଘୁଚାପ ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବାକୁ ଥିବା ବେଳେ ୨୪ ଓ ୨୫ ତାରିଖରେ ବର୍ଷାର ପ୍ରଭାବ ସବୁଠୁ ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ରୁ ୨୭ ତାରିଖ ପର୍ଯନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଗୁରୁବାର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରି ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଚାରି ଜିଲ୍ଲାରେ ୭ରୁ ୨୦ ସେମି ବର୍ଷା ନେଇ ଅରେଞ୍ଜ ଆର୍ଲଟ ଜାରି ହୋଇଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଜପତିକୁ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆହୁରି ପଢ଼ନ୍ତୁ: ମାଲକାନଗିରି କେରିମେଟି ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଅନ୍ୟପଟେ ବୁଧବାର ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ଭୁବନେଶ୍ୱର ସମେତ କଟକ, ପୁରୀ ଦାରିଙ୍ଗବାଡ଼ି, ଛତ୍ରପୁର, ନାୟଗଡ଼, ଖୋର୍ଦ୍ଧା, ରାୟଗଡ଼ା ଓ ପାରଳା ଖେମୁଣ୍ଡି ଆଦିରେ ପ୍ରବଳ ବର୍ଷା ହୋଇଛି। ଏହି ସମୟରେ ଭୁବନେଶ୍ୱରରେ ସର୍ବାଧିକ ୭୦ ମିମି ବର୍ଷା ରେକର୍ଡ ହୋଇଛି। ପ୍ରବଳ ବର୍ଷା ପ୍ରଭାବରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।

ଆହୁରି ପଢ଼ନ୍ତୁ: ଭଦ୍ରକରେ ମହୁମାଛି ଆକ୍ରମଣରେ ମହିଳାଙ୍କ ମୃତ୍ୟୁ, ୧୨ରୁ ଅଧିକ ଆହତ

24 Jul 2025 By The Sakala

ଆଜି ସୃଷ୍ଟିହେବ ଲଘୁଚାପ, ରାଜ୍ୟରେ ୨୭ ପର୍ଯ୍ୟନ୍ତ ରହିବ ବର୍ଷାର ପ୍ରଭାବ…

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ଗୁରୁବାର ଏକ ଲଘୁଚାପ ସୃଷ୍ଟି ହେବ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଅନ୍ୟପଟେ ଲଘୁଚାପ ସୃଷ୍ଟି ପରେ ଏହା ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପ ଓ ଅବପାତର ରୂପ ନେବାକୁ ଥିବାରୁ ଆଗକୁ ବର୍ଷାର ପ୍ରଭାବ ଆହୁରି ବଢ଼ିବାର ସମ୍ଭାବନା ରହିଛି। ଏହ ଲଘୁଚାପ ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବାକୁ ଥିବା ବେଳେ ୨୪ ଓ ୨୫ ତାରିଖରେ ବର୍ଷାର ପ୍ରଭାବ ସବୁଠୁ ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ରୁ ୨୭ ତାରିଖ ପର୍ଯନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଗୁରୁବାର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରି ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଚାରି ଜିଲ୍ଲାରେ ୭ରୁ ୨୦ ସେମି ବର୍ଷା ନେଇ ଅରେଞ୍ଜ ଆର୍ଲଟ ଜାରି ହୋଇଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଜପତିକୁ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଅନ୍ୟପଟେ ବୁଧବାର ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ଭୁବନେଶ୍ୱର ସମେତ କଟକ, ପୁରୀ ଦାରିଙ୍ଗବାଡ଼ି, ଛତ୍ରପୁର, ନାୟଗଡ଼, ଖୋର୍ଦ୍ଧା, ରାୟଗଡ଼ା ଓ ପାରଳା ଖେମୁଣ୍ଡି ଆଦିରେ ପ୍ରବଳ ବର୍ଷା ହୋଇଛି। ଏହି ସମୟରେ ଭୁବନେଶ୍ୱରରେ ସର୍ବାଧିକ ୭୦ ମିମି ବର୍ଷା ରେକର୍ଡ ହୋଇଛି। ପ୍ରବଳ ବର୍ଷା ପ୍ରଭାବରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର