ଆଗାମୀ ୧୨ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ, ୩୬ ଘଣ୍ଟା ମଧ୍ୟରେ ନେବ ଅବପାତର ରୂପ

The Sakala Picture
Published On

ଭୁବନେଶ୍ବର : ପୂର୍ବକେନ୍ଦ୍ରୀୟ ଆରବସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର କର୍ଣ୍ଣାଟକ -ଗୋଆ ଉପକୂଳ ଅଞ୍ଚଳରେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପରବର୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବା ସହ ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ସେହିପରି ପାଣିପାଗ […]

ଭୁବନେଶ୍ବର : ପୂର୍ବକେନ୍ଦ୍ରୀୟ ଆରବସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର କର୍ଣ୍ଣାଟକ -ଗୋଆ ଉପକୂଳ ଅଞ୍ଚଳରେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପରବର୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବା ସହ ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଭୟ: ଓଡ଼ିଶା ମୁହାଁ ହେବ କି ଘୂର୍ଣ୍ଣିବଳୟ?

ସେହିପରି ପାଣିପାଗ ବିଶେଷଜ୍ଞଙ୍କ ଅନୁଯାୟୀ ୨୩ ତାରିଖ କେନ୍ଦ୍ରୀୟ-ପୂର୍ବ ଆରବ ସାଗରରେ ମହାରାଷ୍ଟ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୪ରେ ଏହା ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇ ଅଧିକ ଘନୀଭୂତ ହେବ। ଏହା ଉତ୍ତର ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୫ରେ ବାତ୍ୟା ଓ ୨୭ରେ ଭୀଷଣ ବାତ୍ୟାରେ ପରିଣତ ହୋଇ ୨୯ରେ ଗୁଜୁରାଟ ଉପକୂଳ ଛୁଇଁବ।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଅନ୍ୟପଟେ ପାଣିପାଗ ବିଶେଷଜ୍ଞ ପ୍ରଫେସର୍‌ ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ଯେ କେନ୍ଦ୍ରୀୟ ପୂର୍ବ-ବଙ୍ଗୋପସାଗରରେ ଥାଇଲାଣ୍ଡ ଉପକୂଳ ନିକଟରେ ୨୭ତାରିଖରେ ଏକ ଘୂର୍ଣ୍ଣିବଳୟ ଓ ୨୮ରେ ଏହା ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବ। ୨୯ରେ ଏହା ଅବପାତରେ ପରିଣତ ହେବ। ପ୍ରାଥମିକ ଆକଳନରୁ ଜଣାପଡ଼ୁଛି ଯେ ଏହା ୨୯ କିମ୍ବା ୩୦ ବେଳକୁ ବାଂଲାଦେଶ/ପଶ୍ଚିମବଙ୍ଗ ଉପକୂଳ ଛୁଇଁପାରେ। ତେବେ ଆଗକୁ ଏହା ଉପରେ ତୀକ୍ଷ୍ଣ ନଜର ରହିବ ବୋଲି ପ୍ରଫେସର୍‌ ପଶୁପାଳକ କହିଛନ୍ତି।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତରେ ପରିବର୍ତ୍ତନ, ନଭେମ୍ୱର ୪ରେ ଆସିପାରନ୍ତି ରାଷ୍ଟ୍ରପତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର