ମନୋରଞ୍ଜନ
୨୪ ଘଣ୍ଟା ପାଇଁ ରାଜ୍ଯର ୨୧ ଜିଲ୍ଲାକୁ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଆଜି ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏଥିପାଇଁ ଏହି ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟାଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ, ଢ଼େଙ୍କାନାଳ, ଯାଜପୁର, […]
ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଆଜି ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏଥିପାଇଁ ଏହି ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟାଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ପ୍ରଭୃତି ୨୧ଟି ଜିଲ୍ଲାର ଅନେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୪୦-୫୦ କିଲୋମିଟର ରହିବ । କାଳବୈଶାଖୀ ଭୟକୁ ଦୃଷ୍ଟିରେ ରଖି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ରାଜ୍ୟର ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ଏହି ସମୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି ।