ମାର୍ଚ୍ଚ ୩୧ ‘ସୁଭଦ୍ରା’ ଆବେଦନର ଶେଷ ତାରିଖ, ଚଳିତ ମାସ ଦୁଇଥର ମିଳିବ ସୁଭଦ୍ରା ଟଙ୍କା : ଉପମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ସୁଭଦ୍ରା ଯୋଜନାକୁ ନେଇ ଆସିଛି ବଡ଼ ଖବର। ମାର୍ଚ୍ଚ ୩୧ ତାରିଖରେ ‘ସୁଭଦ୍ରା’ ଯୋଜନାରେ ଆବେଦନ ଶେଷ ହେବ। ଏହି ଶେଷ ତାରିଖ ସୁଦ୍ଧା ଯେଉଁମାନେ ଆବେଦନ କରିବେ, ସେମାନେ ଯୋଗ୍ୟ ହିତାଧିକାରୀ ହୋଇଥିଲେ ରାକ୍ଷୀ ପୂର୍ଣ୍ଣିମାରେ ଏକକାଳୀନ ୩ଟି କିସ୍ତିରେ ଟଙ୍କା ପାଇବେ। ଏନେଇ ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୯୮ ଲକ୍ଷରୁ ଉର୍ଦ୍ଧ୍ବ ମହିଳା […]

ଭୁବନେଶ୍ବର : ସୁଭଦ୍ରା ଯୋଜନାକୁ ନେଇ ଆସିଛି ବଡ଼ ଖବର। ମାର୍ଚ୍ଚ ୩୧ ତାରିଖରେ ‘ସୁଭଦ୍ରା’ ଯୋଜନାରେ ଆବେଦନ ଶେଷ ହେବ। ଏହି ଶେଷ ତାରିଖ ସୁଦ୍ଧା ଯେଉଁମାନେ ଆବେଦନ କରିବେ, ସେମାନେ ଯୋଗ୍ୟ ହିତାଧିକାରୀ ହୋଇଥିଲେ ରାକ୍ଷୀ ପୂର୍ଣ୍ଣିମାରେ ଏକକାଳୀନ ୩ଟି କିସ୍ତିରେ ଟଙ୍କା ପାଇବେ। ଏନେଇ ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆରମ୍ଭ ହେଲା ଶ୍ରୀଜିଉଙ୍କ ଦିବ୍ୟ ସ୍ନାନ, ୧୦୮ ଗରା ସୁବାସିତ ଜଳରେ ସ୍ନାନ କରୁଛନ୍ତି ମହାବାହୁ

ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୯୮ ଲକ୍ଷରୁ ଉର୍ଦ୍ଧ୍ବ ମହିଳା ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତି ଟଙ୍କା ପାଇସାରିଛନ୍ତି। ଆଉ ଏକ ଲକ୍ଷ  ୭୦ ହଜାର ମହିଳା ସୁଭଦ୍ରା ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ୫ମ କିସ୍ତି ଟଙ୍କା ପାଇବାକୁ ବାକି ଅଛନ୍ତି। ସେହି ମହିଳା ମାନଙ୍କୁ ମାର୍ଚ୍ଚ ୬ ତାରିଖରେ ଟଙ୍କା ମିଳିବ। ଏହାପରେ ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସ ଦିନ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଯୋଜନାର ଦ୍ବିତୀୟ ପର୍ଯ୍ୟାୟରେ ୫ ହଜାର ଲେଖାଏଁ ଦିଆଯିବ।

ଆହୁରି ପଢ଼ନ୍ତୁ: ତାମିଲନାଡ଼ୁ ଗ୍ୟାସ୍‌ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଯୁବତୀ, ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି

ସୂଚନାଯୋଗ୍ୟ ଗତବର୍ଷ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ୨୦୨୪ ସେପ୍ଟେମ୍ବର ୧୭ ତାରିଖରେ ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇ ଏହି ଯୋଜନାର ଶୁଭାରମ୍ଭ କରିବା ସହ ପ୍ରଥମ କିସ୍ତି ପ୍ରଦାନ କରିଥିଲେ। ଏହପରେ ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳି ସାରିଛି। ଗତ ଫେବ୍ରୁଆରୀ ୮ ତାରିଖରେ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିଥିଲା । ଏହାକୁ ମିଶାଇ ରାଜ୍ୟବ୍ୟାପି ୯୮ ଲକ୍ଷ ୩୦ ହଜାର ୯୩୪ ଜଣ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି। ମାର୍ଚ୍ଚ ୬ରେ ଆଉ ଏକ ଲକ୍ଷ  ୭୦ ହଜାର ମହିଳାଙ୍କୁ ପ୍ରଥମ ପର୍ଯ୍ୟାୟରେ ୫ମ କିସ୍ତି ଟଙ୍କା ମିଳିବା ପରେ ହିତାଧିକାରୀ ସଂଖ୍ୟା ଏକ କୋଟି ଛୁଇଁବ।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଭିମ୍‌ସାର୍‌ର ଦୁଇ ଅଧିକାରୀଙ୍କୁ ଗିରଫ କଲା ଭିଜିଲାନ୍ସ, ରେଡ୍ ବେଳେ ଉଭୟଙ୍କର ୪୨ ପ୍ଲଟ ଠାବ

02 Mar 2025 By The Sakala

ମାର୍ଚ୍ଚ ୩୧ ‘ସୁଭଦ୍ରା’ ଆବେଦନର ଶେଷ ତାରିଖ, ଚଳିତ ମାସ ଦୁଇଥର ମିଳିବ ସୁଭଦ୍ରା ଟଙ୍କା : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ସୁଭଦ୍ରା ଯୋଜନାକୁ ନେଇ ଆସିଛି ବଡ଼ ଖବର। ମାର୍ଚ୍ଚ ୩୧ ତାରିଖରେ ‘ସୁଭଦ୍ରା’ ଯୋଜନାରେ ଆବେଦନ ଶେଷ ହେବ। ଏହି ଶେଷ ତାରିଖ ସୁଦ୍ଧା ଯେଉଁମାନେ ଆବେଦନ କରିବେ, ସେମାନେ ଯୋଗ୍ୟ ହିତାଧିକାରୀ ହୋଇଥିଲେ ରାକ୍ଷୀ ପୂର୍ଣ୍ଣିମାରେ ଏକକାଳୀନ ୩ଟି କିସ୍ତିରେ ଟଙ୍କା ପାଇବେ। ଏନେଇ ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି।

ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୯୮ ଲକ୍ଷରୁ ଉର୍ଦ୍ଧ୍ବ ମହିଳା ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତି ଟଙ୍କା ପାଇସାରିଛନ୍ତି। ଆଉ ଏକ ଲକ୍ଷ  ୭୦ ହଜାର ମହିଳା ସୁଭଦ୍ରା ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ୫ମ କିସ୍ତି ଟଙ୍କା ପାଇବାକୁ ବାକି ଅଛନ୍ତି। ସେହି ମହିଳା ମାନଙ୍କୁ ମାର୍ଚ୍ଚ ୬ ତାରିଖରେ ଟଙ୍କା ମିଳିବ। ଏହାପରେ ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସ ଦିନ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଯୋଜନାର ଦ୍ବିତୀୟ ପର୍ଯ୍ୟାୟରେ ୫ ହଜାର ଲେଖାଏଁ ଦିଆଯିବ।

ସୂଚନାଯୋଗ୍ୟ ଗତବର୍ଷ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ୨୦୨୪ ସେପ୍ଟେମ୍ବର ୧୭ ତାରିଖରେ ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇ ଏହି ଯୋଜନାର ଶୁଭାରମ୍ଭ କରିବା ସହ ପ୍ରଥମ କିସ୍ତି ପ୍ରଦାନ କରିଥିଲେ। ଏହପରେ ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳି ସାରିଛି। ଗତ ଫେବ୍ରୁଆରୀ ୮ ତାରିଖରେ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିଥିଲା । ଏହାକୁ ମିଶାଇ ରାଜ୍ୟବ୍ୟାପି ୯୮ ଲକ୍ଷ ୩୦ ହଜାର ୯୩୪ ଜଣ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି। ମାର୍ଚ୍ଚ ୬ରେ ଆଉ ଏକ ଲକ୍ଷ  ୭୦ ହଜାର ମହିଳାଙ୍କୁ ପ୍ରଥମ ପର୍ଯ୍ୟାୟରେ ୫ମ କିସ୍ତି ଟଙ୍କା ମିଳିବା ପରେ ହିତାଧିକାରୀ ସଂଖ୍ୟା ଏକ କୋଟି ଛୁଇଁବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର