ମନୋରଞ୍ଜନ
ଅଧରାତିରେ ତାଣ୍ଡବ ରଚିଲା କାଳବୈଶାଖୀ; ଘଡଘଡି, ପବନ ସାଙ୍ଗକୁ ପ୍ରବଳ ବର୍ଷାରେ ଭିଜିଲା ଟ୍ୱିନସିଟି

ଭୁବନେଶ୍ୱର: ଗତକାଲି ବିଳମ୍ବିତ ରାତିରେ ତାଣ୍ଡବ ରଚିଲା କାଳବୈଶାଖୀ । ପବନ, ବିଜୁଳି, ଘଡଘଡି ସାଙ୍ଗକୁ ଅତିପ୍ରବଳ ବର୍ଷାରେ ଭିଜିଲା ଟ୍ୱିନସିଟି । ଏତେ ଜୋରରେ ପବନ ବହିଥିଲା ଯେ ରାସ୍ତା ଉପରେ ଗଛ ଉପୁଡି ପଡିବା ସହ ରାଜଧାନୀର ବିଭିନ୍ନ ସ୍ଥାନରେ ବିଜୁଳି ସେବା ପ୍ରଭାବିତ ହୋଇଥିଲା । ପ୍ରବଳ ବର୍ଷ ଯୋଗୁଁ ତଳିଆ ଅଂଚଳରେ ରହିଥିବା ଘର ଗୁଡିକରେ ପାଣି ପଶିବା ସହିତ ଆସବାପତ୍ର ଗୁଡ଼ିକ ମଧ୍ୟ ନଷ୍ଟ ହୋଇଥିବା ଜଣାପଡିଛି । ଭୁବନେଶ୍ୱରରେ […]
ଭୁବନେଶ୍ୱର: ଗତକାଲି ବିଳମ୍ବିତ ରାତିରେ ତାଣ୍ଡବ ରଚିଲା କାଳବୈଶାଖୀ । ପବନ, ବିଜୁଳି, ଘଡଘଡି ସାଙ୍ଗକୁ ଅତିପ୍ରବଳ ବର୍ଷାରେ ଭିଜିଲା ଟ୍ୱିନସିଟି । ଏତେ ଜୋରରେ ପବନ ବହିଥିଲା ଯେ ରାସ୍ତା ଉପରେ ଗଛ ଉପୁଡି ପଡିବା ସହ ରାଜଧାନୀର ବିଭିନ୍ନ ସ୍ଥାନରେ ବିଜୁଳି ସେବା ପ୍ରଭାବିତ ହୋଇଥିଲା । ପ୍ରବଳ ବର୍ଷ ଯୋଗୁଁ ତଳିଆ ଅଂଚଳରେ ରହିଥିବା ଘର ଗୁଡିକରେ ପାଣି ପଶିବା ସହିତ ଆସବାପତ୍ର ଗୁଡ଼ିକ ମଧ୍ୟ ନଷ୍ଟ ହୋଇଥିବା ଜଣାପଡିଛି ।
ଭୁବନେଶ୍ୱରରେ ୭୬.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଚଳିତ ବର୍ଷ ଏହା ରାଜଧାନୀ ଭୁବନେଶ୍ୱରରେ ପ୍ରଥମ ଭାରି ବର୍ଷା ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ତାଙ୍କ Xରେ ଉଲ୍ଲେଖ କରିଛନ୍ତି। ବର୍ଷା ଯୋଗୁ ଭୁବନେଶ୍ୱରରେ ଥିବା କ୍ୟାପିଟାଲ ହସ୍ପିଟାଲରେ ପାଣି ପଶି ଯାଇଥିଲା। ୨୪ ଘଂଟା ମଧ୍ୟରେ କେନ୍ଦ୍ରାପଡା ରାଜନଗରରେ ସର୍ବାଧିକ ୧୦୧ ମିଲିମିଟର ବର୍ଷା ହୋଇଥିବା ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ୟପକ୍ଷରେ ଆସନ୍ତା ୧୫ ତାରିଖ ଯାଏଁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ପାଇଁ ୪ ଜିଲ୍ଲା- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।