ପରଲୋକରେ ଭେଟେରାନ ଅଭିନେତା ମନୋଜ କୁମାର, ୮୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ

The Sakala Picture
Published On

ମୁମ୍ବାଇ: ଆଉ ନାହାନ୍ତି ଭେଟେରାନ ଅଭିନେତା ମନୋଜ କୁମାର । ୮୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ବଲିଉଡର ବରିଷ୍ଠ ଅଭିନେତା ମନୋଜ କୁମାରଙ୍କ ପରଲୋକ ହୋଇଛି । ମୁମ୍ବାଇର କୋକିଳାବେନ୍ ହସ୍ପିଟାଲରେ ଆଖି ବୁଜିଛନ୍ତି ଏହି ବର୍ଷିଆନ୍ କଳାକାର। ଅନେକ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି ମନୋଜ । ‘ମେରେ ଦେଶ କି ଧରତି’ ସଙ୍ଗୀତ ପାଇଁ ସେ ବେଶ ଜଣାଶୁଣା ଥିଲେ । ୧୯୯୨ରେ ପଦ୍ମଶ୍ରୀ ଏବଂ ଦାଦାସାହେବ ଫାଲକେ ସମ୍ମାନରେ ସମ୍ମାନିତ ହୋଇଥିଲେ […]

ମୁମ୍ବାଇ: ଆଉ ନାହାନ୍ତି ଭେଟେରାନ ଅଭିନେତା ମନୋଜ କୁମାର । ୮୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ବଲିଉଡର ବରିଷ୍ଠ ଅଭିନେତା ମନୋଜ କୁମାରଙ୍କ ପରଲୋକ ହୋଇଛି । ମୁମ୍ବାଇର କୋକିଳାବେନ୍ ହସ୍ପିଟାଲରେ ଆଖି ବୁଜିଛନ୍ତି ଏହି ବର୍ଷିଆନ୍ କଳାକାର। ଅନେକ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି ମନୋଜ । ‘ମେରେ ଦେଶ କି ଧରତି’ ସଙ୍ଗୀତ ପାଇଁ ସେ ବେଶ ଜଣାଶୁଣା ଥିଲେ । ୧୯୯୨ରେ ପଦ୍ମଶ୍ରୀ ଏବଂ ଦାଦାସାହେବ ଫାଲକେ ସମ୍ମାନରେ ସମ୍ମାନିତ ହୋଇଥିଲେ । ସମଗ୍ର ଦେଶରେ ଦେଶାତ୍ମବୋଧକ ଫିଲ୍ମ ପାଇଁ ଭାରତ କୁମାର ନାଁରେ ତାଙ୍କର ଅଧିକ ପରିଚିତି ରହିଥିଲା। ଖାସ୍ କରି, ସେ କ୍ରାନ୍ତି ଏବଂ ଉପକାର ଭଳି ଦେଶପ୍ରେମପୂର୍ଣ୍ଣ ଚଳଚ୍ଚିତ୍ର ପାଇଁ ପ୍ରସିଦ୍ଧ ଥିଲେ । ମନୋଜଙ୍କ ମୃତ୍ୟୁ ଖବର ପାଇବା ପରେ ଶୋକର ଛାୟା ଖେଳିଯାଇଛି ।

ଆହୁରି ପଢ଼ନ୍ତୁ: ସଂସଦର ସ୍ୱତନ୍ତ୍ର ଅଧିବେଶନରେ ଆଗତ ହେଲା ୩ଟି ଗୁରୁତ୍ୱପୂର୍ଣ୍ଣ ବିଲ୍, ସୀମା ପୁନଃନିର୍ଦ୍ଧାରଣ ବିଲକୁ ଜୋରଦାର ବିରୋଧ

୧୯୫୭ ମସିହାରେ ଫ୍ୟାସନ୍ ଫିଲ୍ମରୁ ଡେବ୍ୟୁ କରିଥିଲେ ମନୋଜ। ପରେ ପରେ ଷାଠିଏ ଓ ୭୦ ଦଶକରେ ଦେଇଥିଲେ ବହୁ ସୁପରହିଟ୍ ଫିଲ୍ମ। ଉପକାର ଫିଲ୍ମ ପାଇଁ ୧୯୬୭ ମସିହାରେ ତାଙ୍କୁ ଜାତୀୟ ଚଳଚିତ୍ର ପୁରସ୍କାର ମିଳିଥିଲା। ୧୯୬୪ରୁ ୧୯୮୦ ଥିଲା ମନୋଜ କୁମାରଙ୍କ ଏରା। ୧୯୮୧ର କ୍ରାନ୍ତି ଥିଲା ଭାରତୀୟ ସିନେମା ଜଗତର ଅନ୍ୟଏକ ମାଇଲଖୁଣ୍ଟ।

ଆହୁରି ପଢ଼ନ୍ତୁ: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ସହୀଦ, ସୋର, ରୋଟି କପଡା ଔର ମକାନ, ପୁରବ ଔର ପଶ୍ଚିମ, ମେରା ନାମ ଜୋକର, ଦଶ ନମ୍ବରୀ, ସହିତ ଶହେରୁ ଅଧିକ ଫିଲ୍ମରେ ତାଙ୍କର ସୁନ୍ଦର ଅଭିନୟ ଦେଖିବାକୁ ମିଳିଥିଲା। ଦେବାନନ୍ଦ, ରାଜ କାପୁର, ଦିଲ୍ଲୀପ କୁମାର, ରାଜେଶ ଖାନ୍ନା ପ୍ରମୁଖଙ୍କ ସମସାମୟିକ ଥିଲେ ମନୋଜ କୁମାର। ୧୯୯୨ରେ ଭାରତ ସରକାରଙ୍କ ପକ୍ଷରୁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଥିଲା। ୧୯୯୯ରେ ଜୀବନ ବ୍ୟାପୀ ସାଧନା ପାଇଁ ଲାଇଫ୍ ଟାଇମ୍ ସମ୍ମାନ ହାସଲ କରିଥିଲେ। ୨୦୧୫ରେ ଫିଲ୍ମ ଜଗତର ଶ୍ରେଷ୍ଠ ସମ୍ମାନ, ଦାଦା ସାହେବ ଫାଲକେରେ ସମ୍ମାନୀତ ହୋଇଥିଲେ ମନୋଜ କୁମାର। ସେ ମୋଟ୍ ୭ ଥର ଫିଲ୍ମ ଫେୟାର ଆୱାର୍ଡରେ ସମ୍ମାନୀତ ହୋଇଛନ୍ତି। ୧୯୩୭ ମସିହାରେ ବର୍ତ୍ତମାନର ପାକିସ୍ତାନର ଖାଇବର ଫଖତୁନଖାୱାରା ଜଣେ ପଞ୍ଜାବୀ ବ୍ରାହ୍ମଣ ପରିବାରରେ ଜନ୍ମ ହୋଇଥିଲେ ମନୋଜ। ତାଙ୍କର ପିଲାଦିନର ନାଁ ଥିଲା ହରିକ୍ରିଷ୍ଣା ଗୋସ୍ବାମୀ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଲେ

04 Apr 2025 By The Sakala

ପରଲୋକରେ ଭେଟେରାନ ଅଭିନେତା ମନୋଜ କୁମାର, ୮୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ

ମୁମ୍ବାଇ: ଆଉ ନାହାନ୍ତି ଭେଟେରାନ ଅଭିନେତା ମନୋଜ କୁମାର । ୮୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ବଲିଉଡର ବରିଷ୍ଠ ଅଭିନେତା ମନୋଜ କୁମାରଙ୍କ ପରଲୋକ ହୋଇଛି । ମୁମ୍ବାଇର କୋକିଳାବେନ୍ ହସ୍ପିଟାଲରେ ଆଖି ବୁଜିଛନ୍ତି ଏହି ବର୍ଷିଆନ୍ କଳାକାର। ଅନେକ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି ମନୋଜ । ‘ମେରେ ଦେଶ କି ଧରତି’ ସଙ୍ଗୀତ ପାଇଁ ସେ ବେଶ ଜଣାଶୁଣା ଥିଲେ । ୧୯୯୨ରେ ପଦ୍ମଶ୍ରୀ ଏବଂ ଦାଦାସାହେବ ଫାଲକେ ସମ୍ମାନରେ ସମ୍ମାନିତ ହୋଇଥିଲେ । ସମଗ୍ର ଦେଶରେ ଦେଶାତ୍ମବୋଧକ ଫିଲ୍ମ ପାଇଁ ଭାରତ କୁମାର ନାଁରେ ତାଙ୍କର ଅଧିକ ପରିଚିତି ରହିଥିଲା। ଖାସ୍ କରି, ସେ କ୍ରାନ୍ତି ଏବଂ ଉପକାର ଭଳି ଦେଶପ୍ରେମପୂର୍ଣ୍ଣ ଚଳଚ୍ଚିତ୍ର ପାଇଁ ପ୍ରସିଦ୍ଧ ଥିଲେ । ମନୋଜଙ୍କ ମୃତ୍ୟୁ ଖବର ପାଇବା ପରେ ଶୋକର ଛାୟା ଖେଳିଯାଇଛି ।

୧୯୫୭ ମସିହାରେ ଫ୍ୟାସନ୍ ଫିଲ୍ମରୁ ଡେବ୍ୟୁ କରିଥିଲେ ମନୋଜ। ପରେ ପରେ ଷାଠିଏ ଓ ୭୦ ଦଶକରେ ଦେଇଥିଲେ ବହୁ ସୁପରହିଟ୍ ଫିଲ୍ମ। ଉପକାର ଫିଲ୍ମ ପାଇଁ ୧୯୬୭ ମସିହାରେ ତାଙ୍କୁ ଜାତୀୟ ଚଳଚିତ୍ର ପୁରସ୍କାର ମିଳିଥିଲା। ୧୯୬୪ରୁ ୧୯୮୦ ଥିଲା ମନୋଜ କୁମାରଙ୍କ ଏରା। ୧୯୮୧ର କ୍ରାନ୍ତି ଥିଲା ଭାରତୀୟ ସିନେମା ଜଗତର ଅନ୍ୟଏକ ମାଇଲଖୁଣ୍ଟ।

ସହୀଦ, ସୋର, ରୋଟି କପଡା ଔର ମକାନ, ପୁରବ ଔର ପଶ୍ଚିମ, ମେରା ନାମ ଜୋକର, ଦଶ ନମ୍ବରୀ, ସହିତ ଶହେରୁ ଅଧିକ ଫିଲ୍ମରେ ତାଙ୍କର ସୁନ୍ଦର ଅଭିନୟ ଦେଖିବାକୁ ମିଳିଥିଲା। ଦେବାନନ୍ଦ, ରାଜ କାପୁର, ଦିଲ୍ଲୀପ କୁମାର, ରାଜେଶ ଖାନ୍ନା ପ୍ରମୁଖଙ୍କ ସମସାମୟିକ ଥିଲେ ମନୋଜ କୁମାର। ୧୯୯୨ରେ ଭାରତ ସରକାରଙ୍କ ପକ୍ଷରୁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଥିଲା। ୧୯୯୯ରେ ଜୀବନ ବ୍ୟାପୀ ସାଧନା ପାଇଁ ଲାଇଫ୍ ଟାଇମ୍ ସମ୍ମାନ ହାସଲ କରିଥିଲେ। ୨୦୧୫ରେ ଫିଲ୍ମ ଜଗତର ଶ୍ରେଷ୍ଠ ସମ୍ମାନ, ଦାଦା ସାହେବ ଫାଲକେରେ ସମ୍ମାନୀତ ହୋଇଥିଲେ ମନୋଜ କୁମାର। ସେ ମୋଟ୍ ୭ ଥର ଫିଲ୍ମ ଫେୟାର ଆୱାର୍ଡରେ ସମ୍ମାନୀତ ହୋଇଛନ୍ତି। ୧୯୩୭ ମସିହାରେ ବର୍ତ୍ତମାନର ପାକିସ୍ତାନର ଖାଇବର ଫଖତୁନଖାୱାରା ଜଣେ ପଞ୍ଜାବୀ ବ୍ରାହ୍ମଣ ପରିବାରରେ ଜନ୍ମ ହୋଇଥିଲେ ମନୋଜ। ତାଙ୍କର ପିଲାଦିନର ନାଁ ଥିଲା ହରିକ୍ରିଷ୍ଣା ଗୋସ୍ବାମୀ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର