ବହୁ ଚର୍ଚ୍ଚିତ ଗଣଦୁଷ୍କର୍ମ ମାମଲା; ୨୨ ବର୍ଷ ପରେ ଧରାପଡ଼ିଲା ମୁଖ୍ଯ ଅଭିଯୁକ୍ତ, ଯୋଗାଡ କରୁଥିଲା ନିଜ ମୃତ୍ଯୁ ପ୍ରମାଣ ପତ୍ର

The Sakala Picture
Published On

ଭୁବନେଶ୍ବର: ଦୀର୍ଘ ୨୨ ବର୍ଷ ପରେ ପୁଲିସ ହାତରେ ଧରାପଡିଛି ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ।  ଏହି ଗଣଦୁଷ୍କର୍ମ ମାମଲାର ସିବିଆଇ ତଦନ୍ତ କରୁଥିଲା । ୧୯୯୯ ଜାନୁଆରୀ ୯ରେ ବାରଙ୍ଗ ନିକଟରେ ଗଣଦୁଷ୍କର୍ମ ଓ ହତ୍ୟାକାଣ୍ଡ ଘଟିଥିଲା । ସେବେଠୁ ମୁଖ୍ୟ ଅଭିଯୁକ୍ତ ଫେରାର ଥିଲା । ପୂର୍ବରୁ ପଦିଆ ଓ ପୁନିଆଙ୍କୁ ଗିରଫ କରିଥିଲା ପୁଲିସ । ଉଭୟ ଦୋଷୀଙ୍କୁ ଆଜୀବନ କାରାଦଣ୍ଡାଦେଶ ପାଇଁ ନିର୍ଦ୍ଦେଶ […]

ଭୁବନେଶ୍ବର: ଦୀର୍ଘ ୨୨ ବର୍ଷ ପରେ ପୁଲିସ ହାତରେ ଧରାପଡିଛି ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ।  ଏହି ଗଣଦୁଷ୍କର୍ମ ମାମଲାର ସିବିଆଇ ତଦନ୍ତ କରୁଥିଲା । ୧୯୯୯ ଜାନୁଆରୀ ୯ରେ ବାରଙ୍ଗ ନିକଟରେ ଗଣଦୁଷ୍କର୍ମ ଓ ହତ୍ୟାକାଣ୍ଡ ଘଟିଥିଲା । ସେବେଠୁ ମୁଖ୍ୟ ଅଭିଯୁକ୍ତ ଫେରାର ଥିଲା । ପୂର୍ବରୁ ପଦିଆ ଓ ପୁନିଆଙ୍କୁ ଗିରଫ କରିଥିଲା ପୁଲିସ । ଉଭୟ ଦୋଷୀଙ୍କୁ ଆଜୀବନ କାରାଦଣ୍ଡାଦେଶ ପାଇଁ ନିର୍ଦ୍ଦେଶ ହୋଇଥିଲା ।

ଆହୁରି ପଢ଼ନ୍ତୁ: ପାଟନାରେ ଲଜ୍ଜା: ମାନେରରେ ଟ୍ୟୁସନ ଶିକ୍ଷକଙ୍କ ଦୁଷ୍କର୍ମ ଶିକାର ହେଲେ ନାବାଳିକା ଛାତ୍ରୀ, ଅଭିଯୁକ୍ତ ଫେରାର

୩ ମାସ ତଳୁ ବିବନକୁ ଖୋଜିବା ଆରମ୍ଭ କରିଥିଲା କମିଶନରେଟ୍ ପୁଲିସ । ମୁମ୍ବାଇ-ପୁନେ ରାସ୍ତାରେ ଛଦ୍ମ ନାମରେ ରହୁଥିଲା ବିବନ । ଜଳନ୍ଧର ସ୍ବାଇଁ ନାଁରେ ନଭି ମୁମ୍ବାଇରେ ରହୁଥିଲା ବିବନ । ନିଜର ମୃତ୍ୟୁ ପ୍ରମାଣ ପତ୍ର ଯୋଗାଡ କରିବାରେ ଲାଗିଥିଲା ବିବନ । ଶେଷରେ ପୁଲିସ ହାତରେ ଧରାପଡିଛି ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ସୂଚନା ଅନୁଯାୟୀ, ଅଞ୍ଜନା ମିଶ୍ର ନାମ୍ନୀ ଜନୈକ ବନ ସେବା ଅଧିକାରୀଙ୍କ ସ୍ୱାମୀ ପରିତ୍ୟକ୍ତା ସ୍ତ୍ରୀ ୯ ଜାନୁଆରୀ ୧୯୯୯ରେ ଧର୍ଷଣର ଶିକାର ହୋଇଥିଲେ । ଏହି ଦୁଃଖଦ ଘଟଣା ତତ୍କାଳୀନ ଓଡ଼ିଶାରେ ରାଜନୈତିକ ହଇଚଇ ସୃଷ୍ଟି କରିଥିଲା । ଏପରିକି, ଉକ୍ତ ଘଟଣାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ତାଙ୍କ ତଥାକଥିତ ବନ୍ଧୁ ତଥା ପୂର୍ବତନ ମହାଧୀବକ୍ତା ଇନ୍ଦ୍ରଜିତ ରାୟଙ୍କର ପ୍ରଛନ୍ନ ହାତ ଥିବା ଅଭିଯୋଗ ହୋଇଥିଲା । ଫଳରେ ଓଡ଼ିଶାର ତତ୍କାଳୀନ ଶାସକ ଦଳ କଂଗ୍ରେସର ଭାବମୂର୍ତ୍ତୀ ଅକ୍ଷୁର୍ଣ୍ଣ ରଖିବା ଉଦ୍ୟମରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକଙ୍କୁ ତାଙ୍କ ଆସନ ହରାଇବାକୁ ପଡିଲା । ପରେ ଗିରିଧର ଗମାଙ୍ଗ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଥିଲେ ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ଅଭିଯୋଗ ଅନୁଯାୟୀ, ଘଟଣା ଦିନ ଅର୍ଥାତ ୯ ଜାନୁଆରୀ ୧୯୯୯ ଦିନ ଅଞ୍ଜନା ତାଙ୍କରି ଜନୈକା ସାମ୍ବାଦିକା ବାନ୍ଧବୀଙ୍କ ସହ ଏକ କାର୍‌ରେ ଯାତ୍ରା କରୁଥିଲେ । ଭୁବନେଶ୍ୱର ଉପକଣ୍ଠସ୍ଥ ବାରଙ୍ଗ ନିକଟବର୍ତ୍ତୀ ଏକ ନିକାଞ୍ଚନ ଜାଗାରେ ତିନିଜଣ ଦୁର୍ବୃତ୍ତ ସେମାନଙ୍କ ପଥରୋଧ କରିବା ସହ ବାନ୍ଧବୀଙ୍କ ସାମନାରେ ଅଞ୍ଜନାକୁ ଗଣଧର୍ଷଣ କରିଥିଲେ । ଏଘଟଣା ପ୍ରଘଟ ହେବା ପରେ ପୋଲିସ ତତ୍ପରତାର ସହ ୨୬ ଜାନୁଆରୀ ୧୯୯୯ ଦିନ ମାତ୍ର ଦୁଇଜଣକୁ ଗିରଫ କଲା । ହେଲେ ମୁଖ୍ୟ ଅଭିଯୁକ୍ତ ଧରାପଡ଼ି ନ ଥିଲା ।

22 Feb 2021 By The Sakala

ବହୁ ଚର୍ଚ୍ଚିତ ଗଣଦୁଷ୍କର୍ମ ମାମଲା; ୨୨ ବର୍ଷ ପରେ ଧରାପଡ଼ିଲା ମୁଖ୍ଯ ଅଭିଯୁକ୍ତ, ଯୋଗାଡ କରୁଥିଲା ନିଜ ମୃତ୍ଯୁ ପ୍ରମାଣ ପତ୍ର

ଭୁବନେଶ୍ବର: ଦୀର୍ଘ ୨୨ ବର୍ଷ ପରେ ପୁଲିସ ହାତରେ ଧରାପଡିଛି ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ।  ଏହି ଗଣଦୁଷ୍କର୍ମ ମାମଲାର ସିବିଆଇ ତଦନ୍ତ କରୁଥିଲା । ୧୯୯୯ ଜାନୁଆରୀ ୯ରେ ବାରଙ୍ଗ ନିକଟରେ ଗଣଦୁଷ୍କର୍ମ ଓ ହତ୍ୟାକାଣ୍ଡ ଘଟିଥିଲା । ସେବେଠୁ ମୁଖ୍ୟ ଅଭିଯୁକ୍ତ ଫେରାର ଥିଲା । ପୂର୍ବରୁ ପଦିଆ ଓ ପୁନିଆଙ୍କୁ ଗିରଫ କରିଥିଲା ପୁଲିସ । ଉଭୟ ଦୋଷୀଙ୍କୁ ଆଜୀବନ କାରାଦଣ୍ଡାଦେଶ ପାଇଁ ନିର୍ଦ୍ଦେଶ ହୋଇଥିଲା ।

୩ ମାସ ତଳୁ ବିବନକୁ ଖୋଜିବା ଆରମ୍ଭ କରିଥିଲା କମିଶନରେଟ୍ ପୁଲିସ । ମୁମ୍ବାଇ-ପୁନେ ରାସ୍ତାରେ ଛଦ୍ମ ନାମରେ ରହୁଥିଲା ବିବନ । ଜଳନ୍ଧର ସ୍ବାଇଁ ନାଁରେ ନଭି ମୁମ୍ବାଇରେ ରହୁଥିଲା ବିବନ । ନିଜର ମୃତ୍ୟୁ ପ୍ରମାଣ ପତ୍ର ଯୋଗାଡ କରିବାରେ ଲାଗିଥିଲା ବିବନ । ଶେଷରେ ପୁଲିସ ହାତରେ ଧରାପଡିଛି ।

ସୂଚନା ଅନୁଯାୟୀ, ଅଞ୍ଜନା ମିଶ୍ର ନାମ୍ନୀ ଜନୈକ ବନ ସେବା ଅଧିକାରୀଙ୍କ ସ୍ୱାମୀ ପରିତ୍ୟକ୍ତା ସ୍ତ୍ରୀ ୯ ଜାନୁଆରୀ ୧୯୯୯ରେ ଧର୍ଷଣର ଶିକାର ହୋଇଥିଲେ । ଏହି ଦୁଃଖଦ ଘଟଣା ତତ୍କାଳୀନ ଓଡ଼ିଶାରେ ରାଜନୈତିକ ହଇଚଇ ସୃଷ୍ଟି କରିଥିଲା । ଏପରିକି, ଉକ୍ତ ଘଟଣାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ତାଙ୍କ ତଥାକଥିତ ବନ୍ଧୁ ତଥା ପୂର୍ବତନ ମହାଧୀବକ୍ତା ଇନ୍ଦ୍ରଜିତ ରାୟଙ୍କର ପ୍ରଛନ୍ନ ହାତ ଥିବା ଅଭିଯୋଗ ହୋଇଥିଲା । ଫଳରେ ଓଡ଼ିଶାର ତତ୍କାଳୀନ ଶାସକ ଦଳ କଂଗ୍ରେସର ଭାବମୂର୍ତ୍ତୀ ଅକ୍ଷୁର୍ଣ୍ଣ ରଖିବା ଉଦ୍ୟମରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକଙ୍କୁ ତାଙ୍କ ଆସନ ହରାଇବାକୁ ପଡିଲା । ପରେ ଗିରିଧର ଗମାଙ୍ଗ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଥିଲେ ।

ଅଭିଯୋଗ ଅନୁଯାୟୀ, ଘଟଣା ଦିନ ଅର୍ଥାତ ୯ ଜାନୁଆରୀ ୧୯୯୯ ଦିନ ଅଞ୍ଜନା ତାଙ୍କରି ଜନୈକା ସାମ୍ବାଦିକା ବାନ୍ଧବୀଙ୍କ ସହ ଏକ କାର୍‌ରେ ଯାତ୍ରା କରୁଥିଲେ । ଭୁବନେଶ୍ୱର ଉପକଣ୍ଠସ୍ଥ ବାରଙ୍ଗ ନିକଟବର୍ତ୍ତୀ ଏକ ନିକାଞ୍ଚନ ଜାଗାରେ ତିନିଜଣ ଦୁର୍ବୃତ୍ତ ସେମାନଙ୍କ ପଥରୋଧ କରିବା ସହ ବାନ୍ଧବୀଙ୍କ ସାମନାରେ ଅଞ୍ଜନାକୁ ଗଣଧର୍ଷଣ କରିଥିଲେ । ଏଘଟଣା ପ୍ରଘଟ ହେବା ପରେ ପୋଲିସ ତତ୍ପରତାର ସହ ୨୬ ଜାନୁଆରୀ ୧୯୯୯ ଦିନ ମାତ୍ର ଦୁଇଜଣକୁ ଗିରଫ କଲା । ହେଲେ ମୁଖ୍ୟ ଅଭିଯୁକ୍ତ ଧରାପଡ଼ି ନ ଥିଲା ।

https://www.thesakala.in/crime/after-22-years-prime-accused-arrested/article-176
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର