ଏସିଏଫ୍‌ ସୌମ୍ୟଙ୍କ ମୃତ୍ୟୁ ଘଟଣାରେ ଡିଏଫ୍‌ଓ ସଂଗ୍ରାମ ବେହେରାଙ୍କୁ କ୍ଲିନ୍‌ଚିଟ୍‌

The Sakala Picture
Published On

ସୋର: ବହୁର୍ଚ୍ଚିତ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲା ଏବେ ଜଟିଳରୁ ଜଟିଳ ହେବାରେ ଲାଗିଛି। ଦିନ ଗଡ଼ିଚାଲିଥିଲେ ମଧ୍ୟ କୌଣସି ସୁରାଗ ଖୋଜି ପାଉନି ପୋଲିସ। ଏହାରିଭିତରେ ମୃତ୍ୟୁ ମାମଲାରେ ଚର୍ଚ୍ଚାକୁ ଆସିଥିବା ଊୠଙଙ୍କୁ ମିଳିଛି କ୍ଲିନ୍‌ ଚିଟ୍‌। ଡିଏଫଓଙ୍କର କୌଣସି ସଂପୃକ୍ତି ନାହିଁ ବୋଲି ଗଜପତି ଏସପି ତପନ କୁମାର ପଟ୍ଟନାୟକ କହିଛନ୍ତି। ଆଜି ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ସହ ମୋଟ୍‌ ୮ଜଣଙ୍କୁ ପଚରାଉଚରା କରାଯାଇଛି। ଜେରା ବେଳେ ବିଦ୍ୟାଭାରତୀଙ୍କୁ ଜାଣିନଥିବା କହିଥିଲେ ଡିଏଫଓ। ପୂର୍ବରୁ […]

ସୋର: ବହୁର୍ଚ୍ଚିତ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲା ଏବେ ଜଟିଳରୁ ଜଟିଳ ହେବାରେ ଲାଗିଛି। ଦିନ ଗଡ଼ିଚାଲିଥିଲେ ମଧ୍ୟ କୌଣସି ସୁରାଗ ଖୋଜି ପାଉନି ପୋଲିସ। ଏହାରିଭିତରେ ମୃତ୍ୟୁ ମାମଲାରେ ଚର୍ଚ୍ଚାକୁ ଆସିଥିବା ଊୠଙଙ୍କୁ ମିଳିଛି କ୍ଲିନ୍‌ ଚିଟ୍‌। ଡିଏଫଓଙ୍କର କୌଣସି ସଂପୃକ୍ତି ନାହିଁ ବୋଲି ଗଜପତି ଏସପି ତପନ କୁମାର ପଟ୍ଟନାୟକ କହିଛନ୍ତି। ଆଜି ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ସହ ମୋଟ୍‌ ୮ଜଣଙ୍କୁ ପଚରାଉଚରା କରାଯାଇଛି। ଜେରା ବେଳେ ବିଦ୍ୟାଭାରତୀଙ୍କୁ ଜାଣିନଥିବା କହିଥିଲେ ଡିଏଫଓ। ପୂର୍ବରୁ ସେ କେବେ ବିଦ୍ୟାଭାରତୀଙ୍କୁ ଭେଟିନଥିଲେ। ଘଟଣା ଦିନ ହିଁ ସେ ପ୍ରଥମ କରି ବିଦ୍ୟାଙ୍କୁ ଦେଖିଥିବା କହିଥିଲେ। ଏଥିସହ ତାଙ୍କ ସହ ସଂପର୍କକୁ ଅସ୍ୱୀକାର କରିଥିଲେ ଡିଏଫଓ।  ତେବେ ତଦନ୍ତ ପ୍ରକ୍ରିୟା ଜାରି ରହିବ ବୋଲି ଗଜପତି ଏସ୍‌ପି କହିଛନ୍ତି।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ସିଡିଆର୍‌ ଯାଞ୍ଚରୁ ଡିଏଫ୍‌ଓଙ୍କର ବିଦ୍ୟାଙ୍କ ସହ ସଂପୃକ୍ତି ନଥିବା ସ୍ପଷ୍ଟ ହୋଇଛି। ଅଧିକ ତଦନ୍ତ ପାଇଁ ପଡ଼ୋଶୀଙ୍କୁ ମଧ୍ୟ ପଚରାଉଚରା କରିଥିଲୁ। ଡିଏଫ୍‌ଓ, ବିଦ୍ୟାଙ୍କ ଘରକୁ ଆସୁଥିବା କେହି କହିନାହାନ୍ତି। କେବଳ ଘଟଣା ଦିନ ଡିଏଫ୍‌ଓ ସ୍ପଟକୁ ଯାଇଥିଲେ। ଏପରିକି ରୋଷେୟାଙ୍କର ମଧ୍ୟ କୌଣସି ସଂପୃକ୍ତି ନାହିଁ ବୋଲି ଏସ୍‌ପି କହିଛନ୍ତି।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ଥାଣେ ଜିଲ୍ଲା ଭିୱାଣ୍ଡି ଖାଡ଼ି ନିକଟରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ, ପୋଲିସର ତଦନ୍ତ ଜାରି

ଏସ୍‌ପି ଆହୁରି ମଧ୍ୟ କହିଛନ୍ତି-“ବିଦ୍ୟାଭାରତୀ ପଣ୍ଡାଙ୍କ ଘର ଲୋକଙ୍କ ଫୋନକଲ୍‌ ପାଇ ମମତା ପଣ୍ଡା ଯାଇଥିଲେ। ମମତା ବିଦ୍ୟାଙ୍କ ଦୂର ସଂପର୍କୀୟା। ମାନବିକତା ଦୃଷ୍ଟିରୁ ଯାଇଥିଲେ। ସୌମ୍ୟଙ୍କ ମୃତ୍ୟୁ କିପରି ହେଲା, ସେନେଇ ଅଧିକ ତଦନ୍ତ ଆବଶ୍ୟକ।”

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ସୌମ୍ୟଙ୍କ ମୃତ୍ୟୁର ୧୨ ଦିନ ପରେ ଆଜି ପାରଳାଖେମୁଣ୍ଡି ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କୁ ତାଙ୍କ ଅଫିସରେ ଜେରା କରାଯାଇଥିଲା। ପାଳାଖେମୁଣ୍ଡି ଥାନା ଅଧିକାରୀ ବିବେକାନନ୍ଦ ସ୍ୱାଇଁ, ଏସ୍‌ଡିପିଓ ରାମକୃଷ୍ଣ ପତି ଓ କ୍ରାଇମବ୍ରାଞ୍ଚ ମିଳିତ ଭାବେ ପ୍ରାୟ ୩ ଘଣ୍ଟାରୁ ଅଧିକ ସମୟ ଧରି ଡିଏଫ୍‌ଓଙ୍କୁ ପଚରାଉଚରା କରାଯାଇଥିଲା। ମିଳିଥିବା ତଥ୍ୟ ଅନୁସାରେ ତାଙ୍କୁ ୫୦ରୁ ଅଧିକ ପ୍ରଶ୍ନ ପଚରା ଯାଇଛି। ପଚରାଉଚରା ସମୟରେ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ସହ ତାଙ୍କର ସମ୍ପର୍କ କଥାକୁ ଡିଏଫ୍‌ଓ ଅସ୍ୱୀକାର କରିଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି।

23 Jul 2021 By The Sakala

ଏସିଏଫ୍‌ ସୌମ୍ୟଙ୍କ ମୃତ୍ୟୁ ଘଟଣାରେ ଡିଏଫ୍‌ଓ ସଂଗ୍ରାମ ବେହେରାଙ୍କୁ କ୍ଲିନ୍‌ଚିଟ୍‌

ସୋର: ବହୁର୍ଚ୍ଚିତ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲା ଏବେ ଜଟିଳରୁ ଜଟିଳ ହେବାରେ ଲାଗିଛି। ଦିନ ଗଡ଼ିଚାଲିଥିଲେ ମଧ୍ୟ କୌଣସି ସୁରାଗ ଖୋଜି ପାଉନି ପୋଲିସ। ଏହାରିଭିତରେ ମୃତ୍ୟୁ ମାମଲାରେ ଚର୍ଚ୍ଚାକୁ ଆସିଥିବା ଊୠଙଙ୍କୁ ମିଳିଛି କ୍ଲିନ୍‌ ଚିଟ୍‌। ଡିଏଫଓଙ୍କର କୌଣସି ସଂପୃକ୍ତି ନାହିଁ ବୋଲି ଗଜପତି ଏସପି ତପନ କୁମାର ପଟ୍ଟନାୟକ କହିଛନ୍ତି। ଆଜି ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ସହ ମୋଟ୍‌ ୮ଜଣଙ୍କୁ ପଚରାଉଚରା କରାଯାଇଛି। ଜେରା ବେଳେ ବିଦ୍ୟାଭାରତୀଙ୍କୁ ଜାଣିନଥିବା କହିଥିଲେ ଡିଏଫଓ। ପୂର୍ବରୁ ସେ କେବେ ବିଦ୍ୟାଭାରତୀଙ୍କୁ ଭେଟିନଥିଲେ। ଘଟଣା ଦିନ ହିଁ ସେ ପ୍ରଥମ କରି ବିଦ୍ୟାଙ୍କୁ ଦେଖିଥିବା କହିଥିଲେ। ଏଥିସହ ତାଙ୍କ ସହ ସଂପର୍କକୁ ଅସ୍ୱୀକାର କରିଥିଲେ ଡିଏଫଓ।  ତେବେ ତଦନ୍ତ ପ୍ରକ୍ରିୟା ଜାରି ରହିବ ବୋଲି ଗଜପତି ଏସ୍‌ପି କହିଛନ୍ତି।

ସିଡିଆର୍‌ ଯାଞ୍ଚରୁ ଡିଏଫ୍‌ଓଙ୍କର ବିଦ୍ୟାଙ୍କ ସହ ସଂପୃକ୍ତି ନଥିବା ସ୍ପଷ୍ଟ ହୋଇଛି। ଅଧିକ ତଦନ୍ତ ପାଇଁ ପଡ଼ୋଶୀଙ୍କୁ ମଧ୍ୟ ପଚରାଉଚରା କରିଥିଲୁ। ଡିଏଫ୍‌ଓ, ବିଦ୍ୟାଙ୍କ ଘରକୁ ଆସୁଥିବା କେହି କହିନାହାନ୍ତି। କେବଳ ଘଟଣା ଦିନ ଡିଏଫ୍‌ଓ ସ୍ପଟକୁ ଯାଇଥିଲେ। ଏପରିକି ରୋଷେୟାଙ୍କର ମଧ୍ୟ କୌଣସି ସଂପୃକ୍ତି ନାହିଁ ବୋଲି ଏସ୍‌ପି କହିଛନ୍ତି।

ଏସ୍‌ପି ଆହୁରି ମଧ୍ୟ କହିଛନ୍ତି-“ବିଦ୍ୟାଭାରତୀ ପଣ୍ଡାଙ୍କ ଘର ଲୋକଙ୍କ ଫୋନକଲ୍‌ ପାଇ ମମତା ପଣ୍ଡା ଯାଇଥିଲେ। ମମତା ବିଦ୍ୟାଙ୍କ ଦୂର ସଂପର୍କୀୟା। ମାନବିକତା ଦୃଷ୍ଟିରୁ ଯାଇଥିଲେ। ସୌମ୍ୟଙ୍କ ମୃତ୍ୟୁ କିପରି ହେଲା, ସେନେଇ ଅଧିକ ତଦନ୍ତ ଆବଶ୍ୟକ।”

ସୌମ୍ୟଙ୍କ ମୃତ୍ୟୁର ୧୨ ଦିନ ପରେ ଆଜି ପାରଳାଖେମୁଣ୍ଡି ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କୁ ତାଙ୍କ ଅଫିସରେ ଜେରା କରାଯାଇଥିଲା। ପାଳାଖେମୁଣ୍ଡି ଥାନା ଅଧିକାରୀ ବିବେକାନନ୍ଦ ସ୍ୱାଇଁ, ଏସ୍‌ଡିପିଓ ରାମକୃଷ୍ଣ ପତି ଓ କ୍ରାଇମବ୍ରାଞ୍ଚ ମିଳିତ ଭାବେ ପ୍ରାୟ ୩ ଘଣ୍ଟାରୁ ଅଧିକ ସମୟ ଧରି ଡିଏଫ୍‌ଓଙ୍କୁ ପଚରାଉଚରା କରାଯାଇଥିଲା। ମିଳିଥିବା ତଥ୍ୟ ଅନୁସାରେ ତାଙ୍କୁ ୫୦ରୁ ଅଧିକ ପ୍ରଶ୍ନ ପଚରା ଯାଇଛି। ପଚରାଉଚରା ସମୟରେ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ସହ ତାଙ୍କର ସମ୍ପର୍କ କଥାକୁ ଡିଏଫ୍‌ଓ ଅସ୍ୱୀକାର କରିଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି।

https://www.thesakala.in/crime/dfo-sangram-behera-was-given-a-clean-chit-in-the-case-of-acf-soumya-ranjans-death/article-4046
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର