ଇଓ ଙ୍କୁ ଜୀବନରୁ ମାରିବାକୁ ଉଦ୍ୟମ, ବାସଭବନ ଚାରିକଡେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଦୁର୍ବୁତ୍ତ

ବାଲିମେଳା : କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ବାସଭବନ ଉପରେ ମରଣାନ୍ତକ ଆକ୍ରମଣ। ଆଜି ଏପରି ଏକ ଅଭାବନୀୟ ଘଟଣା ମାଲକାନଗିରି ଜିଲ୍ଲା ବାଲିମେଳା ଏନଏସି ରେ ଦେଖିବାକୁ ମିଳିଛି। ତେବେ ଗତ କିଛିଦିନ ଧରି ବାଲିମେଳା କୁ ଆସିଥିବା ବିକାଶ ମୂଳକ କାର୍ଯ୍ୟ ତଥା ଇଣ୍ଡୋର ଷ୍ଟାଡିୟମ ଏବଂ ଅର୍ବାନ ମେଡିକାଲ ନିମନ୍ତେ ଜାଗା ଅଧିଗ୍ରହଣ ସହ ଲୋକମାନଙ୍କ ଘର ଭଙ୍ଗା ଯାଉଥିବା ହେତୁ ଏପରି ହିଂସାତ୍ମକ ଆକ୍ରମଣ ରଚା ଯାଇଥିବା ଅନୁମାନ କରାଯାଉଛି। ଗତ ମଧ୍ୟରାତ୍ରିରେ […]

ବାଲିମେଳା : କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ବାସଭବନ ଉପରେ ମରଣାନ୍ତକ ଆକ୍ରମଣ। ଆଜି ଏପରି ଏକ ଅଭାବନୀୟ ଘଟଣା ମାଲକାନଗିରି ଜିଲ୍ଲା ବାଲିମେଳା ଏନଏସି ରେ ଦେଖିବାକୁ ମିଳିଛି। ତେବେ ଗତ କିଛିଦିନ ଧରି ବାଲିମେଳା କୁ ଆସିଥିବା ବିକାଶ ମୂଳକ କାର୍ଯ୍ୟ ତଥା ଇଣ୍ଡୋର ଷ୍ଟାଡିୟମ ଏବଂ ଅର୍ବାନ ମେଡିକାଲ ନିମନ୍ତେ ଜାଗା ଅଧିଗ୍ରହଣ ସହ ଲୋକମାନଙ୍କ ଘର ଭଙ୍ଗା ଯାଉଥିବା ହେତୁ ଏପରି ହିଂସାତ୍ମକ ଆକ୍ରମଣ ରଚା ଯାଇଥିବା ଅନୁମାନ କରାଯାଉଛି। ଗତ ମଧ୍ୟରାତ୍ରିରେ ପାଖାପାଖି ୨.୩୦ ସମୟରେ କାର୍ଯ୍ୟ ନିର୍ବାହୀ ଅଧିକାରୀ କୃଷ୍ଣଚନ୍ଦ୍ର ରଥ ଙ୍କ ବାସଭବନ ପଛ ପଟୁ କିଛି ଦୁର୍ବୁତ୍ତ ଆସି ପେଟ୍ରୋଲ ପକାଇ ଘରକୁ ଜାଳିବାକୁ ଉଦ୍ୟମ କରୁଥିଲେ।

ଏହି ସମୟରେ ଅଧିକାରୀ ଙ୍କ ଝିଅଙ୍କର ହଠାତ ନିଦ ଭାଙ୍ଗିବାରୁ ସେ ଧୂଆଁ ବାହାରୁଥିବା ଦେଖିଥିଲେ। ପରେ ଅଧିକାରୀ ଏବଂ ତାଙ୍କ ଝିଅ ବାହାରକୁ ଆସି ଦେଖିଲା ବେଳକୁ ଘର ଚାରି କଡରେ ନିଆଁ ହୁତୁହୁତୁ ହୋଇ ଜଳୁଥିବା ଦେଖିଥିଲେ। ପରେ ଫୋନ ଯୋଗେ ଯୋଗାଯୋଗ କରିବା ପରେ ଏନଏସି କିଛି କର୍ମଚାରୀ ଏବଂ ଅଧ୍ୟକ୍ଷ ପ୍ରଦୀପ କୁମାର ନାୟକ ତାଙ୍କ ବାସଭବନ ରେ ପହଞ୍ଚି ନିଆଁ କୁ ଆୟତ୍ତ କରିବାରେ ସକ୍ଷମ ହୋଇଥିଲେ। ବର୍ତ୍ତମାନ ଓର୍କେଲ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ଜଣାପଡିଛି।

About The Author: The Sakala