ଆୟକର ସ୍କାନରରେ ଡି୍ଏନ ଗ୍ରୁପ: ଆଜି ଦ୍ୱିତୀୟ ଦିନରେ ଚାଲିଛି ଚଢାଉ
ଭୁବନେଶ୍ୱର: ବ୍ୟବସାୟିକ ପ୍ରତିଷ୍ଠାନ ଡିଏନ୍ ଗ୍ରୁପ୍ ଉପରେ ଦ୍ୱିତୀୟ ଦିନରେ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଉଛି। ୨ ଜଣ ଅଧିକାରୀଙ୍କୁ ଆୟକର ବିଭାଗର ଅଧିକାରୀ ପଚରାଉଚରା କରୁଥିବା ସୂଚନା ମିଳିଛି। ଭୁବନେଶ୍ୱର ୟୁନିଟ୍-୪ ସ୍ଥିତ ଘରେ ପଚରାଉଚରା କରାଯାଉଛି। ଗତକାଲି ଚଢାଉ ବେଳେ ୧୧.୫ କୋଟି ନଗଦ ଟଙ୍କା ସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଥିଲା। ୩ଟି ଟ୍ରଙ୍କ ଓ ଗୋଟିଏ ଆଟାଚିରୁ କେବଳ ୫୦୦ ଟଙ୍କିଆ ନୋଟ୍ ମିଳିଥିଲା। କମ୍ପାନୀର ନିର୍ଦ୍ଦେଶକଙ୍କ ସମେତ […]
ଭୁବନେଶ୍ୱର: ବ୍ୟବସାୟିକ ପ୍ରତିଷ୍ଠାନ ଡିଏନ୍ ଗ୍ରୁପ୍ ଉପରେ ଦ୍ୱିତୀୟ ଦିନରେ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଉଛି। ୨ ଜଣ ଅଧିକାରୀଙ୍କୁ ଆୟକର ବିଭାଗର ଅଧିକାରୀ ପଚରାଉଚରା କରୁଥିବା ସୂଚନା ମିଳିଛି। ଭୁବନେଶ୍ୱର ୟୁନିଟ୍-୪ ସ୍ଥିତ ଘରେ ପଚରାଉଚରା କରାଯାଉଛି। ଗତକାଲି ଚଢାଉ ବେଳେ ୧୧.୫ କୋଟି ନଗଦ ଟଙ୍କା ସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଥିଲା। ୩ଟି ଟ୍ରଙ୍କ ଓ ଗୋଟିଏ ଆଟାଚିରୁ କେବଳ ୫୦୦ ଟଙ୍କିଆ ନୋଟ୍ ମିଳିଥିଲା। କମ୍ପାନୀର ନିର୍ଦ୍ଦେଶକଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ଘରେ ଚଢାଉ କରାଯାଇଥିଲା। ଟିକସ ଫାଙ୍କିବା ଅଭିଯୋଗରେ ୨୨ ସ୍ଥାନରେ ଏକକାଳୀନ ରେଡ୍ କରିଥିଲା ଆୟକର ବିଭାଗ। ମିଳିଥିବା ନଗଦ ଟଙ୍କା ପ୍ରସଙ୍ଗରେ ଖୁବଶୀଘ୍ର ଇଡିକୁ ଚିଠି ଲେଖିବ ଆୟକର ବିଭାଗ।