ଯାଜପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ଗିରଫ ହେଲେଣି ୬ ପୁରୁଷ ଓ ୫ ମହିଳା

ଯାଜପୁର: ଯାଜପୁର ଜିଲ୍ଲାର ବିଞ୍ଝାରପୁର ବାଚ୍ଛୋଳରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ପୁଲିସ ବର୍ତ୍ତମାନ ସୁଦ୍ଧା ୧୧ଜଣଙ୍କୁ ଗିରଫ କରିଛି। ଏମାନଙ୍କ ଭିତରେ ଘଟଣାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରାକେଶ ମଲ୍ଲିକକୁ ଗିରଫ କରାଯାଇଛି। ଏହାଛଡ଼ା ୫ ପୁରୁଷ ଓ ୫ ମହିଳାଙ୍କୁ ଗିରଫ କରାଯାଇଛି। ଅନ୍ୟ ଅଭିଯୁକ୍ତମାନଙ୍କୁ ଅଟକ ରଖାଯିବା ସହ ପଚରାଉଚରା ଚାଲିଛି। ଏନେଇ ଯାଜପୁର ଏସପି ରାହୁଲ ପିଆର ସୂଚନା ଦେଇଛନ୍ତି। ତେବେ ମୁଖ୍ୟ ଅଭିଯୁକ୍ତ ଏବେ ବି ଫେରାର ଥିବା କୁହାଯାଉଛି। […]

ଯାଜପୁର: ଯାଜପୁର ଜିଲ୍ଲାର ବିଞ୍ଝାରପୁର ବାଚ୍ଛୋଳରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ପୁଲିସ ବର୍ତ୍ତମାନ ସୁଦ୍ଧା ୧୧ଜଣଙ୍କୁ ଗିରଫ କରିଛି। ଏମାନଙ୍କ ଭିତରେ ଘଟଣାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରାକେଶ ମଲ୍ଲିକକୁ ଗିରଫ କରାଯାଇଛି। ଏହାଛଡ଼ା ୫ ପୁରୁଷ ଓ ୫ ମହିଳାଙ୍କୁ ଗିରଫ କରାଯାଇଛି। ଅନ୍ୟ ଅଭିଯୁକ୍ତମାନଙ୍କୁ ଅଟକ ରଖାଯିବା ସହ ପଚରାଉଚରା ଚାଲିଛି। ଏନେଇ ଯାଜପୁର ଏସପି ରାହୁଲ ପିଆର ସୂଚନା ଦେଇଛନ୍ତି। ତେବେ ମୁଖ୍ୟ ଅଭିଯୁକ୍ତ ଏବେ ବି ଫେରାର ଥିବା କୁହାଯାଉଛି।

ସୂଚନା ଅନୁଯାୟୀ, ବିଞ୍ଝାରପୁରର ବାଛୋଳ ପଞ୍ଚାୟତର ୨ ନମ୍ବର ବୁଥ୍‌ ରିଗିଂ ଉଦ୍ୟମ ହେଉଥିବା ଖବର ପାଇଁ କିଛି ଗଣମାଧ୍ୟମ ପ୍ରତିନିଧି ସେଠାରେ ଖବର ସଂଗ୍ରହ ପାଇଁ ପହଞ୍ଚିଥିଲେ। ତେବେ ସେଠାରେ ସେମାନଙ୍କୁ କିଛି ଦୁର୍ବୃତ୍ତ ନିସ୍ତୁକ ପିଟି ଥିଲେ। ଏମିତିକି ସେମାନଙ୍କ ଗାଡ଼ି ମଧ୍ୟ ଭଙ୍ଗାରୁଜା କରିଥିଲେ। ଏହା ପରେ ସାମ୍ବାଦିକଙ୍କୁ ମାଡ଼ ଘଟଣାରେ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟିଥିଲେ ସାମ୍ବାଦିକ ପ୍ରତିନିଧି ମଣ୍ଡଳୀ। ଦୁର୍ବୃତ୍ତଙ୍କୁ ତୁରନ୍ତ ଗିରଫ ଓ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ । ନିର୍ବାଚନ କର୍ମଚାରୀଙ୍କୁ ଆକ୍ରମଣ ବେଳେ ଯେଉଁ ଦଫା ଲାଗୁଛି ସେହି ଦଫା ଲାଗୁ ବୋଲି ଦାବି ମଧ୍ୟ କରାଯାଇଥିଲା। ସାମ୍ବାଦିକମାନଙ୍କର ଏହି ଦଳ ରାଜ୍ୟ ନିର୍ବାଚନ ଆୟୋଗକୁ ତୁରନ୍ତ ସମସ୍ତ ଅଭିଯୁକ୍ତଙ୍କୁ କଠୋର କାର୍ଯ୍ୟାନୁଷ୍ଠାନ ଏବଂ ଗିରଫ ଦାବି କରିଥିଲେ।

ରାଜ୍ୟ ମୁଖ୍ୟ ନିର୍ବାଚନ କମିସନଙ୍କୁ ବିଭିନ୍ନ ଗଣମାଧ୍ୟମ ସଂସ୍ଥାର ସମ୍ପାଦକ ଭେଟି କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିବା ପରେ ତୁରନ୍ତ ଆକ୍ସନ ନେବାକୁ ଡିଜିପିଙ୍କୁ ନିର୍ଦେଶ ଦେଇଥିଲେ ମୁଖ୍ୟ ନିର୍ବାଚନ କମିସନର ଆଦିତ୍ୟ ପାଢୀ ।ଡିଜିପିଙ୍କ ନିର୍ଦେଶ ପରେ ବିଞ୍ଝାରପୁର ବାଛୋଳ ଗାଁରେ ୫ଟି ଥାନାର ଥାନାଧିକାରୀଙ୍କ ନେତୃତ୍ବରେ ଏକକାଳୀନ ଚଢାଉ କରାଯାଇଥିଲା। ଚଢାଉ ବେଳେ  କାର୍ଯ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୩୨ ଜଣଙ୍କୁ ଅଟକ ରଖିଥିଲା ବିଞ୍ଝାରପୁର ପୁଲିସ।

About The Author: The Sakala