ଗିରଫ ହେଲେ କୋଟିପତି ବିଡିଓ ପ୍ରଦୀପ କୁମାର ସାହୁ

The Sakala Picture
Published On

କଟକ: ଗିରଫ ହେଲେ କଟକ ଆଠଗଡ ବିଡିଓ ପ୍ରଦୀପ କୁମାର ସାହୁ। ଆଜି ବିଡିଓଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ଭିଜିଲାନ୍ସର ୮ ଜଣିଆ ଟିମ୍ ବିଡିଓଙ୍କ ମୋଟ ୮ଟି ସ୍ଥାନରେ ଚଢାଉ ଆରମ୍ଭ କରିଥିଲା। ଏହା ସହିତ ଆଜି ଭୁବନେଶ୍ବର ଏସବିଆଇ ମୁଖ୍ୟ ଶାଖାରେ ଥିବା ତାଙ୍କର ଲକରକୁ ମଧ୍ୟ ଯାଞ୍ଚ କରିଥିଲା । ଏହା ପରେ ବିଡିଓଙ୍କୁ ବାନ୍ଧିଛି ଭିଜିଲାନ୍ସ । ଆଠଗଡ ବିଡିଓ ପ୍ରଦୀପଙ୍କ ବିରୁଦ୍ଧରେ […]

କଟକ: ଗିରଫ ହେଲେ କଟକ ଆଠଗଡ ବିଡିଓ ପ୍ରଦୀପ କୁମାର ସାହୁ। ଆଜି ବିଡିଓଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ଭିଜିଲାନ୍ସର ୮ ଜଣିଆ ଟିମ୍ ବିଡିଓଙ୍କ ମୋଟ ୮ଟି ସ୍ଥାନରେ ଚଢାଉ ଆରମ୍ଭ କରିଥିଲା। ଏହା ସହିତ ଆଜି ଭୁବନେଶ୍ବର ଏସବିଆଇ ମୁଖ୍ୟ ଶାଖାରେ ଥିବା ତାଙ୍କର ଲକରକୁ ମଧ୍ୟ ଯାଞ୍ଚ କରିଥିଲା । ଏହା ପରେ ବିଡିଓଙ୍କୁ ବାନ୍ଧିଛି ଭିଜିଲାନ୍ସ ।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

ଆଠଗଡ ବିଡିଓ ପ୍ରଦୀପଙ୍କ ବିରୁଦ୍ଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଫଳରେ ଭିଜିଲାନ୍ସ ବୁଧବାର ବିଡିଓଙ୍କ ସ୍ତାବରଅସ୍ତାବର ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା । ଭିଜିଲାନ୍ସ ଚଢାଉ ପରେ ଆଠଗଡ଼ସ୍ଥିତ ସରକାରୀ କାର୍ଯ୍ୟାଳୟ ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼ର ୮ଟି ସ୍ଥାନରେ ବୁଧବାର ଚଢ଼ାଉ କରିବା ବେଳେ ୨ଟି କୋଠା, ୩ ପ୍ଲଟ୍‌, ଭୁବନେଶ୍ୱରରେ ଗୋଟିଏ ଫ୍ଲାଟ୍‌, ୪୭ ଲକ୍ଷ ଟଙ୍କାର ଜମା ଟଙ୍କା, ନଗଦ ୬.୧୧ ଲକ୍ଷ ଟଙ୍କା, ଦାମୀ ଡାଏମଣ୍ଡ ନେକ୍‌ଲେସ୍‌, ପ୍ରାୟ ୩୦୦ ଗ୍ରାମ୍‌ର ସୁନା, ଦୁଇଟି ୪ ଚକିଆ ଗାଡ଼ି ଆଦି ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରାଯାଇଛି। ଏହା ସହିତ ଖୋର୍ଦ୍ଧାର ଭାଲିବଡ଼ିରେ ଗୋଟିଏ କୋଠା, ନୟାଗଡ଼ର ରାଜସୁନାଖଳାରେ ପୈତୃକ ବାସଗୃହ ଗୋଟିଏ ତିନିମହଲା କୋଠା, ୩ଟି ପ୍ଲଟ୍‌, ଭୁବନେଶ୍ୱର ଗୌତମ ନଗରରେ ୨ ବିଏଚ୍‌କେ ଫ୍ଲାଟ୍‌ ରହିଛି।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର