ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କୁ ନିର୍ମମ ଭାବେ ହତ୍ୟାକଲେ ଦୁର୍ବୃତ୍ତ

The Sakala Picture
Published On

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ବାଲିଖଣ୍ଡ ଗାଁରେ ଅଭାବନୀୟ ଘଟଣା ଘଟିଯାଇଛି। ପ୍ରଧାନ ଶିକ୍ଷକଙ୍କୁ ନିର୍ମମ ହତ୍ୟାକାଣ୍ଡ କରାଯାଇଛି। ବିଲ ମଝିରୁ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ରକ୍ତାକ୍ତ ମୃତଦେହ ଠାବ ହୋଇଛି । ସୂଚନା ଅନୁଯାୟୀ, ବାଲିଖଣ୍ଡ ଗାଁର ଆନନ୍ଦ ଚନ୍ଦ୍ର ପତ୍ରି ପ୍ରାଣକୃଷ୍ଣ ସଂସ୍କୃତ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଥିଲେ । ଗତକାଲି ବିଳମ୍ବିତ ରାତିରେ ଲୁଟ୍ ଉଦ୍ଦେଶ୍ୟରେ କେହି ଦୁର୍ବୃତ୍ତ ଘରେ ପଶି ଆନନ୍ଦ ପତ୍ରି ଏବଂ ତାଙ୍କ ସ୍ତ୍ରୀଙ୍କୁ […]

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ବାଲିଖଣ୍ଡ ଗାଁରେ ଅଭାବନୀୟ ଘଟଣା ଘଟିଯାଇଛି। ପ୍ରଧାନ ଶିକ୍ଷକଙ୍କୁ ନିର୍ମମ ହତ୍ୟାକାଣ୍ଡ କରାଯାଇଛି। ବିଲ ମଝିରୁ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ରକ୍ତାକ୍ତ ମୃତଦେହ ଠାବ ହୋଇଛି ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ସୂଚନା ଅନୁଯାୟୀ, ବାଲିଖଣ୍ଡ ଗାଁର ଆନନ୍ଦ ଚନ୍ଦ୍ର ପତ୍ରି ପ୍ରାଣକୃଷ୍ଣ ସଂସ୍କୃତ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଥିଲେ । ଗତକାଲି ବିଳମ୍ବିତ ରାତିରେ ଲୁଟ୍ ଉଦ୍ଦେଶ୍ୟରେ କେହି ଦୁର୍ବୃତ୍ତ ଘରେ ପଶି ଆନନ୍ଦ ପତ୍ରି ଏବଂ ତାଙ୍କ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଦୁର୍ବୃତ୍ତମାନେ ଘରର ମୂଲ୍ୟବାନ ଜିନିଷ ନେଇଯାଉଥିବା ବେଳେ ଆନନ୍ଦ ପ୍ରତିବାଦ କରିଥିବାରୁ ତାଙ୍କ ସହ ହାତାହାତି ପରିସ୍ଥିତି ସୃଷ୍ଟି ହୋଇଥିଲା । ଯାହାଫଳରେ ଘରଠାରୁ ୫ ଶହ ମିଟର ଏକ ବିଲରୁ କ୍ଷତାକ୍ତ ଅବସ୍ଥାରେ ଆନନ୍ଦଙ୍କ ମୃତଦେହ ଉଦ୍ଧାର ହୋଇଛି। ସ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

ଅନ୍ୟପଟେ ଆନନ୍ଦଙ୍କର ଘରର ସମସ୍ତ କାଗଜ ପତ୍ର, ମୋବାଇଲ, ପ୍ୟାଣ୍ଟ ସାର୍ଟ ବିଭିନ୍ନ ସ୍ଥାନରେ ପଡ଼ିଥିବା ଦେଖିବାକୁ ମିଳିଛି। ଉଭୟଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ଦୁର୍ବୃତ୍ତ ଅତି ନୃଶଂସ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ସିମୁଳିଆ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ମୋବାଇଲରେ 'ରିଲ୍ସ' ଦେଖିବାକୁ କେନ୍ଦ୍ର କରି ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର