ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି

Suryakanta Picture
Published On

ବଲିଉଡ୍ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଉପରେ ଗୁରୁବାର ସୁପ୍ରିମକୋର୍ଟରେ ହେବାକୁ ଥିବା ଶୁଣାଣିକୁ ସ୍ଥଗିତ ରଖାଯାଇଛି। ୨୦୦ କୋଟି ଟଙ୍କାର ମନି ଲଣ୍ଡରିଂ ମାମଲାରେ ତାଙ୍କ ବିରୋଧରେ ଚାର୍ଜଫ୍ରେମ୍ (ଦୋଷ ନିର୍ଦ୍ଧାରଣ) ପାଇଁ ଦିଲ୍ଲୀର ଏକ ଅଦାଲତ ଦେଇଥିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଜ୍ୟାକଲିନ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇଥିଲେ। ତେବେ ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଏହି ମାମଲାର ଶୁଣାଣିରୁ ନିଜକୁ ଅଲଗା କରିନେଇଛନ୍ତି।

ଆହୁରି ପଢ଼ନ୍ତୁ: 'ଜଣେ ମାଜିଷ୍ଟ୍ରେଟ୍ ଏପରି ସାହସ କିପରି କଲେ?': ଗ୍ରେଟର ନୋଏଡା ଛାତ୍ରଙ୍କୁ ନୋଟିସ୍ ପ୍ରସଙ୍ଗରେ ବର୍ଷିଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ

ଶୁଣାଣିରୁ କାହିଁକି ଓହରିଲେ ବିଚାରପତି?

ଗୁରୁବାର ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଏବଂ ଜଷ୍ଟିସ ଏ.ଏସ. ଚାନ୍ଦୁରକରଙ୍କ ଖଣ୍ଡପୀଠରେ ଏହି ମାମଲାର ଶୁଣାଣି ହେବାର ଥିଲା। ମାତ୍ର ଶୁଣାଣି ଆରମ୍ଭରୁ ଜଷ୍ଟିସ ମିଶ୍ର ଏହି ମାମଲାର ଶୁଣାଣି କରିବେ ନାହିଁ ବୋଲି ସ୍ପଷ୍ଟ କରିଥିଲେ। ସେ କହିଥିଲେ ଯେ, ଏହା ସହ ଜଡିତ ଅନ୍ୟ ଏକ ମାମଲାରେ ତାଙ୍କ ପୁଅ ସରକାରଙ୍କ ପକ୍ଷରୁ ଓକିଲାତି କରିଥିଲେ। ତେଣୁ ସେ ଏହି ମାମଲାର ଶୁଣାଣି କରିବା ଠିକ୍ ହେବନାହିଁ।

ଆହୁରି ପଢ଼ନ୍ତୁ: ପଦ୍ମ ଭୂଷଣ ସମ୍ମାନ ଗ୍ରହଣ ପରେ ୨ ବର୍ଷର ନୀରବତା ଭାଙ୍ଗିଲେ ଅଲକା ୟାଗ୍ନିକ୍, ଶ୍ରବଣ ଶକ୍ତି ହରାଇବା ନେଇ ଦେଲେ ଭାବବିହ୍ୱଳ ବାର୍ତ୍ତା

ଜୁନ ୨୫ରେ ହେବ ପରବର୍ତ୍ତୀ ଶୁଣାଣି

ବିଚାରପତି ଶୁଣାଣିରୁ ଓହରିବା ପରେ, ଖଣ୍ଡପୀଠ ଏହି ମାମଲାକୁ ଅନ୍ୟ ଏକ ବେଞ୍ଚକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଜୁନ ୨୫ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଅନ୍ୟ ଏକ ଖଣ୍ଡପୀଠରେ ହେବ ବୋଲି ସର୍ବୋଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ କୁହାଯାଇଛି। ଏହି ସମୟରେ ତଦନ୍ତକାରୀ ସଂସ୍ଥା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ମଧ୍ୟ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: 'ଦୃଶ୍ୟମ୍: ଦ କନକ୍ଲୁଜନ୍' ହେବ ଅଜୟ ଦେବଗନଙ୍କ ଶେଷ 'ଦୃଶ୍ୟମ୍', ମୋହନଲାଲଙ୍କ ଫିଲ୍ମ ଠାରୁ କାହିଁକି ଭିନ୍ନ ରହିବ କାହାଣୀ?

କ'ଣ ରହିଛି ମାମଲା?

ଗତ ମେ ୩୦ ତାରିଖରେ ଦିଲ୍ଲୀର ପଟିଆଲା ହାଉସ କୋର୍ଟ ୨୦୦ କୋଟି ଟଙ୍କାର ଠକେଇ ଏବଂ ମନି ଲଣ୍ଡରିଂ ମାମଲାରେ ମହାଠକ ସୁକେଶ ଚନ୍ଦ୍ରଶେଖର, ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜ ଏବଂ ଅନ୍ୟ ୧୫ ଜଣଙ୍କ ବିରୋଧରେ ଚାର୍ଜଫ୍ରେମ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଇଡିର ଅଭିଯୋଗ ଅନୁଯାୟୀ, ଜ୍ୟାକଲିନ ମହାଠକ ସୁକେଶଙ୍କ ସହ ନିୟମିତ ଯୋଗାଯୋଗରେ ଥିଲେ ଏବଂ ତାଙ୍କଠାରୁ ଦାମୀ ଉପହାର ମଧ୍ୟ ଗ୍ରହଣ କରିଥିଲେ। ତେବେ ଏହି ଚାର୍ଜଫ୍ରେମ୍ ନିର୍ଦ୍ଦେଶକୁ ରଦ୍ଦ କରିବା ପାଇଁ ଅଭିନେତ୍ରୀ ଜ୍ୟାକଲିନ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ。

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp