ଶୁକ୍ରବାର ରାଶିଫଳ (୧୧-୦୪-୨୦୨୫)

The Sakala Picture
Published On

ମେଷ: ମନ ପ୍ରସନ୍ନ ରହିବ। ନେଣ-ଦେଣ ସମୟରେ ସତର୍କ ରୁହନ୍ତୁ। ଦୀର୍ଘଦିନରୁ ଅଟକିଥିବା କାମ ପୂରା ହେବ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ । ବୈବାହିକ ଜୀବନରେ ଚାଲିଥିବା ସମସ୍ୟାରୁ ମୁକ୍ତି ମିଳିବ। ବୃଷ: ନୂତନ କାମ ଆରମ୍ଭ କରିବାକୁ ଭଲ ସମୟ। କୋର୍ଟ ସମ୍ବନ୍ଧୀୟ ମାମଲାର ସମାଧାନ ହେବ। ଭାବିଚିନ୍ତି କାମ କରନ୍ତୁ। ବନ୍ଧୁଙ୍କଠାରୁ ଆର୍ଥିକ ସାହାଯ୍ୟ ପାଇବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ। ମିଥୁନ: ଯାନବାହାନ କିଣିବା ଯୋଗ ଅଛି। ବ୍ୟବସାୟରେ କମ୍ […]

ମେଷ: ମନ ପ୍ରସନ୍ନ ରହିବ। ନେଣ-ଦେଣ ସମୟରେ ସତର୍କ ରୁହନ୍ତୁ। ଦୀର୍ଘଦିନରୁ ଅଟକିଥିବା କାମ ପୂରା ହେବ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ । ବୈବାହିକ ଜୀବନରେ ଚାଲିଥିବା ସମସ୍ୟାରୁ ମୁକ୍ତି ମିଳିବ।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୧୧-୧୧-୨୦୨୬)

ବୃଷ: ନୂତନ କାମ ଆରମ୍ଭ କରିବାକୁ ଭଲ ସମୟ। କୋର୍ଟ ସମ୍ବନ୍ଧୀୟ ମାମଲାର ସମାଧାନ ହେବ। ଭାବିଚିନ୍ତି କାମ କରନ୍ତୁ। ବନ୍ଧୁଙ୍କଠାରୁ ଆର୍ଥିକ ସାହାଯ୍ୟ ପାଇବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ।

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ (୧୭-୧୧-୨୦୨୬)

ମିଥୁନ: ଯାନବାହାନ କିଣିବା ଯୋଗ ଅଛି। ବ୍ୟବସାୟରେ କମ୍ ନିବେଶ କରି ଅଧିକ ଲାଭ ପାଇବେ। ପିଲାଙ୍କ ଭବିଷ୍ୟତକୁ ନେଇ ପିତାମାତା ଚିନ୍ତିତ ରହିବେ। କୌଣସି କଥାକୁ ନେଇ ବିଚଳିତ ହୋଇପାରନ୍ତି।

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ (୧୮-୧୧-୨୦୨୬)

କର୍କଟ: ଦିନଟି ମିଶ୍ରିତଫଳ ପ୍ରଦାନ କରିବ। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ସକାରାତ୍ମକ ଚିନ୍ତାଧାରା ସହିତ ଆଗକୁ ବଢ଼ିବେ। ନିଜ ଦାୟିତ୍ବକୁ ଭଲ ଭାବେ ତୁଲାନ୍ତୁ। ଆୟ ଓ ବ୍ୟୟ ସମାନ ରହିବ।

ସିଂହ: ଘରେ ପୂଜାପାଠ ଆୟୋଜନ କରିବେ। ସ୍ବାସ୍ଥ୍ୟପ୍ରତି ଅଧିକ ଯତ୍ନଶୀଳ ହୁଅନ୍ତୁ। ଅଭିବାହିତଙ୍କ ପାଇଁ ଉତ୍ତମ ପ୍ରସ୍ତାବ ଆସିପାରେ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ମାନସମ୍ମାନ ବୃଦ୍ଧି ପାଇବ।

କନ୍ୟା: ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ବିଦେଶ ଯାତ୍ରା କରିପାରନ୍ତି। ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖାଦେଇ ପାରେ। ବିଦ୍ୟାର୍ଥୀ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ।

ତୁଳା: ସମାଜସେବା ପ୍ରତି ଆଗ୍ରହ ବଢ଼ିବ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନୂତନ ଯାନବାହନ କିଣିପାରନ୍ତି। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ସମସ୍ତ କାର୍ଯ୍ୟକୁ ପୂରା କରିବାରେ ସଫଳ ହେବେ।

ବିଛା: ଘରେ ପୂଜାପାଠ, ଭଜନକୀର୍ତ୍ତନ ଆୟୋଜନ କରିବେ। ମନରୁ ନକାରାତ୍ମକ ଚିନ୍ତାଧାରା ଦୂର ହେବ। ଆଳସ୍ୟ ଅନୁଭବ କରିପାରନ୍ତି। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖା ଦେବ।

ଧନୁ: ସନ୍ତାନଙ୍କ କ୍ୟାରିୟରକୁ ନେଇ ଅଭିଭାବକ ଚିନ୍ତାରେ ରହିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କୌଣସି ନୂଆ କାମ ଆରମ୍ଭ କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅତିଥି ସତ୍କାର କରିବେ।

ମକର: କର୍ମତତ୍ପର ରହିବେ। ଆଧ୍ୟାତ୍ମିକ ଦିଗରୁ ଦିନଟି ଭଲ। କର୍ମକ୍ଷେତ୍ରରେ କାମ ଚାପ ରହିବ। ଅନ୍‌ଲାଇନ୍‌ରେ କାମ କରୁଥିବା ଲୋକଙ୍କ ପାଇଁ ଦିନଟି ଭଲ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କୁମ୍ଭ: ବ୍ୟବସାୟରୁ ଆଶାଜନକ ଲାଭ ମିଳି ନ ପାରେ। ଚାକିରିରେ ବଦଳି ସମ୍ଭାବନା ଅଛି। ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ ଓ ନୂଆ ଯୋଜନା କରିବେ। ଛାତ୍ରଛାତ୍ରୀ ପଢ଼ାରେ ମନ ଦେବେ।

ମୀନ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପଢ଼ା ପାଇଁ ଅର୍ଥ ନିବେଶ କରିବେ। ଦୂରସ୍ଥାନକୁ ବୁଲିବା ଯୋଜନା କରିବେ। କଳା ଓ ସଂସ୍କୃତି ପ୍ରତି ରୁଚି ବଢ଼ିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp