Friday Horoscope: ଶୁକ୍ରବାର ରାଶିଫଳ ( ୧୨-୦୬-୨୦୨୬ )

ମେଷ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିପାରେ। ନକାରାତ୍ମକ ଚିନ୍ତା ଦୂର ହେବ। ରାଜନୀତିରେ ସକ୍ରିୟ ରହିପାରନ୍ତି। ଦାନ ଧର୍ମ କରିବେ। 

ବୃଷ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ କରିବେ। ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ଯାନବାହନ କିଣିପାରନ୍ତି। ନିବେଶରୁ ଦୂରେଇ ରୁହନ୍ତୁ। ଥକ୍କା ଅନୁଭବ କରିପାରନ୍ତି।

ମିଥୁନ: ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। 

କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେଇପାରେ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିବେ। 

ସିଂହ: ଚାକିରିରେ ସଫଳତା ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିପାରେ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁନି। ଧୈର୍ଯ୍ୟ ରଖି କାମ କରନ୍ତୁ। 

କନ୍ୟା: ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ପୁରୁଣା ନିବେଶରୁ ଲାଭ ମିଳିପାରେ। 

ତୁଳା: ଦିନଟି ମିଶ୍ରିତଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିପାରେ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ। 

ବିଛା: ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିପାରେ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ଅତିବାହିତ କରିବେ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। 

ଧନୁ: ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ବ୍ୟକ୍ତିଗତ କଥାକୁ ଅନ୍ୟମାନଙ୍କ ସହ ସେୟାର କରନ୍ତୁନି। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି । 

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପୈତୃକ ସମ୍ପତ୍ତିରୁ ଲାଭ ମିଳିପାରେ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।  

କୁମ୍ଭ: ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟାର ସମାଧାନ ହେବ। ଦୀର୍ଘ ଦିନର ଆଶା ପୂରଣ ହେବ । ଉଧାର ଦେଇଥିବା ଟଙ୍କା ଫେରି ପାଇବେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। 

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ପୁରୁଣା ନିବେଶରୁ ଲାଭ ମିଳିପାରେ। ଦୀର୍ଘ ଦିନର ଆଶା ପୂରଣ ହେବ। 

About The Author: Madhusudan Das