Friday horoscope: ଶୁକ୍ରବାର ରାଶିଫଳ ( ୧୩-୦୨-୨୦୨୬ )

Madhusudan Das Picture
Published On

ମେଷ: ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ଧୈର୍ଯ୍ୟର ସହ କାମ କରନ୍ତୁ। ଅଚାନକ ଖୁସି ଖବର ପାଇବେ। ମାନସମ୍ମାନ ବୃଦ୍ଧି ପାଇବ। କ୍ୟାରିୟରରେ ଉନ୍ନତି କରିବେ। 

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୧୦-୦୨-୨୦୨୬ )

ବୃଷ: ଅଟକି ଥିବା କାମ ପୂରା ହେବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବିଦେଶ ଯାତ୍ରା କରିପାରନ୍ତି। ଆଇଟି କର୍ମଚାରୀଙ୍କ ପାଇଁ ଆଜି ଦିନଟି ବହୁତ ଭଲ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ। 

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୦୭-୦୨-୨୦୨୬)

ମିଥୁନ: ସୁସମ୍ବାଦ ମିଳିପାରେ। ଧନପ୍ରାପ୍ତି ଯୋଗ ରହିଛି। ପ୍ରତ୍ୟେକ କ୍ଷେତ୍ରରେ ମାନସମ୍ମାନ ଓ ପ୍ରଶଂସିତ ହେବେ । ସାମାଜିକ କାର୍ଯ୍ୟ କରିବାରେ ରୁଚି ବଢ଼ିବ। ସ୍ବାସ୍ଥ୍ୟ ଉପରେ ଧ୍ୟାନ ଦେବେ।  

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୧୧-୦୨-୨୦୨୬)

କର୍କଟ: ବ୍ୟବସାୟରେ ଲାଭବାନ ହେବେ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ନିଜର ଦାୟିତ୍ବକୁ ସୁରୁଖୁରୁରେ ସମ୍ଭାଳିବେ।  ଅତିଥି ସତ୍କାର କରିପାରନ୍ତି। ଦୂରସ୍ଥାନ ଯାତ୍ରା ଯୋଗ ରହିଛି। ଆଣ୍ଠୁଗଣ୍ଠି ସମସ୍ୟା ଦେଖାଦେଇପାରେ।

ସିଂହ: କାମଚାପ ଅଧିକ ରହିବ। ସ୍ବାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅଫିସ୍‌ ସହକର୍ମୀଙ୍କ ସହଯୋଗ ମିଳିବ ନାହିଁ। 

କନ୍ୟା: ଆର୍ଥିକ ସ୍ଥିତିରେ ସୁଧାର ଆସିବ।  କ୍ୟାରିୟରକୁ ନେଇ  ଚିନ୍ତିତ ହୁଅନ୍ତୁନି। ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।   ଦିନସାରା ବ୍ୟସ୍ତ  ରହିବା କାରଣରୁ ଥକ୍କାପଣ ଅନୁଭବ କରିବେ।

ତୁଳା: ଘର ମାହୋଲ ଶାନ୍ତିପୂର୍ଣ୍ଣ ରହିବ। କାର୍ଯ୍ୟକ୍ଷେତ୍ରରେ ଚାପ ଯୋଗୁଁ ଅସ୍ଥିରତା ଅନୁଭବ କରିପାରନ୍ତି। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ। ସରକାରି ଚାକିରିଆଙ୍କ ପାଇଁ ଦିନଟି ବହୁତ ଭଲ। ଦାନ ଧର୍ମ କରିବେ। 

ବିଛା: ବିଦ୍ୟାର୍ଥୀମାନେ ନିଜ କ୍ୟାରିୟରକୁ ଅଧିକ ଗୁରୁତ୍ବ ଦେବା ଦରକାର। ଆଳସ୍ୟ ଓ ଚିନ୍ତାରେ ଦିନଟି ବିତିବ। ପ୍ରେମ ବ୍ୟାପାରରେ ଶୁଭ ଖବର ପାଇବେ । ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଦାନ ଧର୍ମ କରନ୍ତୁ।

ଧନୁ: ନକାରାତ୍ମକ ପ୍ରବୃତ୍ତିର ଲୋକଙ୍କଠାରୁ ଦୂରେଇ ରୁହନ୍ତୁ। ଅଫିସ୍‌ ଓ ଘର କାମରେ ବ୍ୟସ୍ତ ରହିବେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ଅପ୍ରିୟ ସତ କଥା କହି ସମସ୍ୟାରେ ପଡ଼ିପାରନ୍ତି।  

ମକର: ଟଙ୍କା ନେଣଦେଣ କାର୍ଯ୍ୟରେ ଅନ୍ୟ ଉପରେ ଅଧିକ ଭରସା କରନ୍ତୁନି।  ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ।  ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଦ୍ୟାର୍ଥୀମାନେ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ। 

କୁମ୍ଭ: ପରିସ୍ଥିତି ଅନୁସାରେ କାମ କରନ୍ତୁ। ମନକୁ ଆୟତ୍ତରେ ରଖିବା ଭଲ। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମହିଳାମାନେ ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବେ। ପେଟ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ। 

ମୀନ: କର୍ମକ୍ଷେତ୍ରରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ପୁରୁଣା ସମସ୍ୟା ଦେଖାଦେଇପାରେ। ପ୍ରେମ ବ୍ୟାପାରରେ ଦିନଟି ଭଲରେ  ବିତିବ। ସାବଧାନତା ସହିତ କାର୍ଯ୍ୟ କରନ୍ତୁ। ଲୋକ ସମ୍ପର୍କ ବଢ଼ିବ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp