Friday Horoscope: ଶୁକ୍ରବାର ରାଶିଫଳ ( ୧୫-୦୫-୨୦୨୬ )

ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସମସ୍ୟା ଦେଖାଦେଇ ପାରେ । ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ମହିଳାଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ମିଳିପାରେ। 

ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। କଠିନ ପରିଶ୍ରମ କରି ସଫଳ ହୋଇପାରନ୍ତି। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। କୋର୍ଟ କଚେରୀ ମାମଲାରୁ ବିଜୟୀ ହେବେ। 

ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିପାରନ୍ତି। ଦୀର୍ଘ ଦିନରୁ ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। ପାରିବାରିକ ସୁଖ ଶାନ୍ତି ମିଳିବ। ଯାନବାହନ କ୍ରୟ କରିପାରନ୍ତି। ଚକ୍ଷୁ ସମସ୍ୟା ହୋଇପାରେ।  

କର୍କଟ: ଆଇଟି ଚାକିରିଆଙ୍କ ପାଇଁ ଦିନଟି ଭଲ। ଜୀବନସାଥିଙ୍କ ସହଯୋଗ ଲୋଡିବେ। ଦିନର ଆରମ୍ଭରୁ ଥକ୍କା ଅନୁଭବ କରିପାରନ୍ତି। ବିଦ୍ୟାର୍ଥୀମାନେ କୃତକାର୍ଯ୍ୟ ହୋଇପାରନ୍ତି। 

ସିଂହ: ଅଚାନକ ଧନପ୍ରାପ୍ତି ଯୋଗ ରହିଛି। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅତିଥି ସତ୍କାର କରିପାରନ୍ତି। ଅଯଥା ଖର୍ଚ୍ଚ ବଢ଼ିବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। 

କନ୍ୟା: ଦିନଟି ବ୍ୟସ୍ତରେ ବିତିବ। ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଆଦୌ ଭଲ ନୁହେଁ । 

ତୁଳା: ପୁରୁଣା ରୋଗରୁ ଆରାମ ମିଳିବ। ଅକସ୍ମାତ ଖୁସି ଖବର ପାଇବେ। ଜୀବନସାଥିଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। ବ୍ୟବସାୟରୁ ଲାଭ ପାଇବେ। କର୍ମକ୍ଷେତ୍ରରେ ନୂତନ ସହଯୋଗୀଙ୍କ ସାହାଯ୍ୟ ମିଳିବ। 

ବିଛା: ପାରିବାରିକ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ଜୀବନସାଥିଙ୍କ ସହ ଭ୍ରମଣ ଯୋଗ ରହିଛି। ବିଦ୍ୟାର୍ଥୀମାନେ କ୍ୟାରିୟର କଥା ଚିନ୍ତା କରିବେ। ସଙ୍ଗୀତ ପ୍ରତି ରୁଚି ବଢ଼ିବ। 

ଧନୁ: ବନ୍ଧୁ ମିଳନ ଯୋଗ ରହିଛି। ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଧର୍ମପରାୟାଣା ହେବେ।

ମକର: ସ୍ବାସ୍ଥ୍ୟପ୍ରତି ଧ୍ୟାନ ଦିଅନ୍ତୁ । ଉଧାର ଦେଉଥିଲେ ସାବଧାନ। ପରିବାର ସହିତ କିଛି ସମୟ ବିତାନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।  

କୁମ୍ଭ: ସମସ୍ୟାରେ ପଡ଼ିପାରନ୍ତି। ଅତିଥିଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାପ୍ରକଟ କରିବେ। ଜୀବନସାଥିଙ୍କ ପାଇଁ କୌଣସି କାର୍ଯ୍ୟ ଗଡ଼ବଡ଼ ହୋଇପାରେ। ଆଶା କରିଥିବାରୁ ଦିଗରୁ ନିରାଶ ହୋଇପାରନ୍ତି।  

ମୀନ: ଆଖି ବୁଜି ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୈବାହିକ ଜୀବନ ମଧୁମୟ ହେବ । ପିଲାମାନେ ପଢ଼ାପଢ଼ିରେ adhika ଧ୍ୟାନ ଦେବେ । 

About The Author: Madhusudan Das