ମେଷ: ଯୋଜନା ମୁତାବକ କାମ କରିବେ। କ୍ୟାରିୟରକୁ ନେଇ ଆଗକୁ ବଢ଼ିବେ। ବୈବାହିକ ଜୀବନ ସୁଖମୟ ହେବ। ଆର୍ଥିକ ଦୃଷ୍ଟିରୁ ଦିନଟି ଭଲରେ କଟିବ। ଅଫିସ୍ କାର୍ଯ୍ୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।
ବୃଷ: ସମାଜରେ ମାନସମ୍ମାନ ବୃଦ୍ଧି ପାଇବ। ଦୀର୍ଘ ଦିନର ଆଶା ପୂରଣ ହେବ। ପରିବାରର ଦାୟିତ୍ବ ସୁଚାରୁରୂପେ ତୁଲାଇବେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ରାଜନେତାଙ୍କ ପାଇଁ ଦିନଟି ଭଲ।
ମିଥୁନ: କାର୍ଯ୍ୟକ୍ଷେତ୍ରରେ ଅଧିକ କାମ କରିବାକୁ ପଡ଼ିପାରେ। ବ୍ୟବସାୟରେ ଲାଭ ମିଳିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। ଆଶା ପୂରଣ ହେବ।
କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅଫିସ୍ରେ ପଦୋନ୍ନତି ସମ୍ଭାବନା ଅଛି। ପ୍ରତିଯୋଗିତାମୂଳକ ପରୀକ୍ଷା ପ୍ରସ୍ତୁତି ଲାଗି ବିଦ୍ୟାର୍ଥୀଙ୍କୁ ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ।
ସିଂହ: କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। କାର୍ଯ୍ୟରେ ସଫଳତା ମିଳିବ। ଦିନଟି ବ୍ୟସ୍ତତା ଭିତରେ କଟିପାରେ। ସାମାଜିକ କାର୍ଯ୍ୟରେ ସହଯୋଗ କରିବେ। ପରିବାର ସହିତ ହସ ଖୁସିର ସମୟ ବିତାଇବେ।
କନ୍ୟା: ସହକର୍ମୀଙ୍କ ସହ ଉତ୍ତମ ବୁଝାମଣା ରହିବ। ଉଧାର ଦେଇଥିବା ଟଙ୍କା ଫେରି ପାଇବେ। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ତୁଳା: ଅଫିସ୍ରେ ବରିଷ୍ଠ ଅଧିକାରୀଙ୍କଠାରୁ ପ୍ରଶଂସା ପାଇବେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ଧନ ଲାଭର ଯୋଗ ଅଛି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଲୋକ ସମ୍ପର୍କ ବୃଦ୍ଧି ପାଇବ।
ବିଛା: କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ଅଧିକ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି।
ଧନୁ: ଜୀବନସାଥୀଙ୍କଠାରୁ ଉପହାର ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।
ମକର: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ବ୍ୟବସାୟକୁ ଆଗକୁ ନେବା ଲାଗି ନୂଆ ଯୋଜନା କରିବେ। କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ଭଲ। ବ୍ୟକ୍ତିଗତ କଥା ଅନ୍ୟମାନଙ୍କ ସହ ସେୟାର କରନ୍ତୁନି।
କୁମ୍ଭ: ଖୁସି ଖବର ମିଳିପାରେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ବ୍ୟବସାୟରୁ ଲାଭ ମିଳିବ। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।
ମୀନ: ଚାକିରିରେ ନୂଆ ସୁଯୋଗ ଜୁଟିପାରେ। ଆଣ୍ଠୁଗଣ୍ଠି ସମସ୍ୟା ହୋଇପାରେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ। ସକାରାତ୍ମକ ଚିନ୍ତାଧାରା ନେଇ ଆଗକୁ ବଢ଼ିବେ।