ସୋମବାର ରାଶିଫଳ (୦୫-୦୫-୨୦୨୫)

ମେଷ: ମନ ପ୍ରସନ୍ନ ରହିବ। ନେଣ-ଦେଣ ସମୟରେ ସତର୍କ ରୁହନ୍ତୁ। ଦୀର୍ଘଦିନରୁ ଅଟକିଥିବା କାମ ପୂରା ହେବ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ । ବୈବାହିକ ଜୀବନରେ ଚାଲିଥିବା ସମସ୍ୟାରୁ ମୁକ୍ତି ମିଳିପାରେ। ବୃଷ: ନୂତନ କାମ ଆରମ୍ଭ କରିବାକୁ ଭଲ ସମୟ। କୋର୍ଟ ସମ୍ବନ୍ଧୀୟ ମାମଲାର ସମାଧାନ ହେବ। ଭାବିଚିନ୍ତି କାମ କରନ୍ତୁ। ରାଜନୀତିରେ ନୂଆ ଲୋକଙ୍କ ସହ ମିଳାମିଶା ବଢ଼ିବ। ବନ୍ଧୁଙ୍କଠାରୁ ଆର୍ଥିକ ସାହାଯ୍ୟ ପାଇବେ। ମିଥୁନ: ଯାନବାହାନ କିଣିବା ଯୋଗ ଅଛି। […]

ମେଷ: ମନ ପ୍ରସନ୍ନ ରହିବ। ନେଣ-ଦେଣ ସମୟରେ ସତର୍କ ରୁହନ୍ତୁ। ଦୀର୍ଘଦିନରୁ ଅଟକିଥିବା କାମ ପୂରା ହେବ। ଧାର୍ମିକ କାର୍ଯ୍ୟ ପ୍ରତି ରୁଚି ବଢ଼ିବ । ବୈବାହିକ ଜୀବନରେ ଚାଲିଥିବା ସମସ୍ୟାରୁ ମୁକ୍ତି ମିଳିପାରେ।

ବୃଷ: ନୂତନ କାମ ଆରମ୍ଭ କରିବାକୁ ଭଲ ସମୟ। କୋର୍ଟ ସମ୍ବନ୍ଧୀୟ ମାମଲାର ସମାଧାନ ହେବ। ଭାବିଚିନ୍ତି କାମ କରନ୍ତୁ। ରାଜନୀତିରେ ନୂଆ ଲୋକଙ୍କ ସହ ମିଳାମିଶା ବଢ଼ିବ। ବନ୍ଧୁଙ୍କଠାରୁ ଆର୍ଥିକ ସାହାଯ୍ୟ ପାଇବେ।

ମିଥୁନ: ଯାନବାହାନ କିଣିବା ଯୋଗ ଅଛି। ବ୍ୟବସାୟରେ କମ୍ ନିବେଶ କରି ଅଧିକ ଲାଭ ପାଇବେ। ପାରିବାରିକ ଜୀବନ ସୁଖମୟ ହେବ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।

କର୍କଟ: ଦିନଟି ମିଶ୍ରିତଫଳ ପ୍ରଦାନ କରିବ। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ସକାରାତ୍ମକ ଚିନ୍ତାଧାରା ସହିତ ଆଗକୁ ବଢ଼ିବେ। ବ୍ୟବସାୟ ଆରମ୍ଭ କରିବା ପାଇଁ ଗୁରୁଜନଙ୍କ ପରାମର୍ଶ ଲୋଡ଼ିବେ।

ସିଂହ: ମାନ ସମ୍ମାନ ବୃଦ୍ଧି ପାଇବ । ଘରେ ପୂଜାପାଠ ଆୟୋଜନ କରିବେ। ସ୍ବାସ୍ଥ୍ୟପ୍ରତି ଅଧିକ ଯତ୍ନଶୀଳ ହୁଅନ୍ତୁ। ଅଭିବାହିତଙ୍କ ପାଇଁ ଉତ୍ତମ ପ୍ରସ୍ତାବ ଆସିପାରେ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।

କନ୍ୟା: ଧନପ୍ରାପ୍ତି ଯୋଗ ରହିଛି। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ବିଦେଶ ଯାତ୍ରା କରିପାରନ୍ତି। ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖାଦେଇ ପାରେ। ବିଦ୍ୟାର୍ଥୀ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ।

ତୁଳା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନୂତନ ଯାନବାହନ କିଣିପାରନ୍ତି। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ସମସ୍ତ କାର୍ଯ୍ୟକୁ ପୂରା କରିବାରେ ସଫଳ ହେବେ। ଜାଗା ତଥା ଯାନବାହାନ କିଣିପାରନ୍ତି।

ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ବିବାହ ସମସ୍ୟା ସମାଧାନ ହେବ। ଘରେ ପୂଜାପାଠ, ଭଜନକୀର୍ତ୍ତନ ଆୟୋଜନ କରିବେ। ନକାରାତ୍ମକ ଚିନ୍ତାଧାରା ଦୂର ହେବ। ମହିଳାମାନେ ଆଳସ୍ୟ ଅନୁଭବ କରିପାରନ୍ତି।

ଧନୁ: ସନ୍ତାନଙ୍କ କ୍ୟାରିୟରକୁ ନେଇ ଅଭିଭାବକ ଚିନ୍ତାରେ ରହିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। କୌଣସି ନୂଆ କାମ ଆରମ୍ଭ କରିବେ। ନିବେଶରୁ କ୍ଷତି ସହିବାକୁ ପଡ଼ିପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର:କର୍ମତତ୍ପର ରହିବେ। ଆଧ୍ୟାତ୍ମିକ ଦିଗରୁ ଦିନଟି ଭଲ। କର୍ମକ୍ଷେତ୍ରରେ କାମ ଚାପ ରହିବ। ଅନ୍‌ଲାଇନ୍‌ରେ କାମ କରୁଥିବା ଲୋକଙ୍କ ପାଇଁ ଦିନଟି ଭଲ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କୁମ୍ଭ: ବ୍ୟବସାୟରୁ ଆଶାଜନକ ଲାଭ ମିଳି ନ ପାରେ। ଚାକିରିରେ ବଦଳି ସମ୍ଭାବନା ଅଛି। ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ ଓ ନୂଆ ଯୋଜନା କରିବେ। ବନ୍ଧୁଙ୍କ ସହ ଦୂରଯାତ୍ରା କରିପାରନ୍ତି।

ମୀନ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପଢ଼ା ପାଇଁ ଅର୍ଥ ନିବେଶ କରିବେ। ଦୂରସ୍ଥାନକୁ ବୁଲିବା ଯୋଜନା କରିବେ। ପୈତୃକ ସମ୍ପତ୍ତିରୁ ଲାଭ ମିଳିପାରେ।

About The Author: The Sakala