ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିପାରନ୍ତି। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ।
ବୃଷ: ଭାଇଙ୍କ ସହଯୋଗ ମିଳିପାରେ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ସାମାଜିକ ପ୍ରତିଷ୍ଠା ବଢ଼ିପାରେ। ଇଚ୍ଛା ମୁତାବକ କାମ କରିବେ।
ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଆର୍ଥିକ ମାମଲାରେ ସୁଧାର ଆସିପାରେ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ।
କର୍କଟ: ବ୍ୟବସାୟରେ ସଫଳତା ମିଳିବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ନିଜ ଲୋକ ଶତ୍ରୁ ସାଜିପାରନ୍ତି।
ସିଂହ: ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ବିଦ୍ୟାର୍ଥୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବନ୍ଧୁଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ। ମାନସିକ ଶାନ୍ତି ମିଳିବ।
ତୁଳା: ଅଫିସ୍ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜରୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାର ଉନ୍ନତି ପରିଲକ୍ଷିତ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ବିଛା: କର୍ମଚଞ୍ଚଳ ରହିବେ। ଆୟଠୁ ବ୍ୟୟ ଅଧିକ ହେବ। ମହିଳାମାନେ ଘର ପାଇଁ ନୂଆ ଜିନିଷ କିଣିବେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଉଧାର ଦେଇଥÒବା ଟଙ୍କା ଫେରିପାଇବେ।
ଧନୁ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଅଚାନକ ଖୁସି ଖବର ମିଳିବ। କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ଭଲ। ଅଟକିଥିବା କାମ ପୂରା ହେବ।
ମକର: ସରକାରୀ ଚାକିରିଆଙ୍କ ପାଇଁ ଦିନଟି ଭଲ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ନୂଆ ଆୟର ଉତ୍ସ ସୃଷ୍ଟି ହେବ। ମାନ ସମ୍ମାନ ବୃଦ୍ଧି ପାଇବ। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିବେ।
କୁମ୍ଭ: ନିବେଶରୁ ଲାଭ ମିଳିପାରେ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍ରେ ପଦୋନ୍ନତି ସମ୍ଭାବନା ଅଛି। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।