Saturday Horoscope: ଶନିବାର ରାଶିଫଳ (୧୩-୧୨-୨୦୨୫)

Madhusudan Das Picture
Published On

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି।  ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ସନ୍ତାନଙ୍କ ଭବିଷ୍ୟତ ଲାଗି ବାପାମାଆ ଅର୍ଥ ନିବେଶ କରିବେ। 

ଆହୁରି ପଢ଼ନ୍ତୁ: ଶନିବାର ରାଶିଫଳ (୦୬-୧୨-୨୦୨୫)

ବୃଷ: ଅତିଥି ସତ୍କାର କରିବେ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିପାରନ୍ତି। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ରହିଛି। ସୃଜନାତ୍ମକ କ୍ଷେତ୍ରରେ ସଫଳତା ହାସଲ କରିବେ।

ଆହୁରି ପଢ଼ନ୍ତୁ: Friday horoscope; ଶୁକ୍ରବାର ରାଶିଫଳ ( ୧୨-୧୨-୨୦୨୫ )

ମିଥୁନ: ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସ୍ବାସ୍ଥ୍ୟରେ ସୁଧାର ଆସିବ। ପାରିବାରିକ ଜୀବନ ସୁଖମୟ ହେବ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି। 

ଆହୁରି ପଢ଼ନ୍ତୁ: ସୋମବାର ରାଶିଫଳ ( ୦୮-୧୨-୨୦୨୫ )

କର୍କଟ: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ଉଧାର ଧନ ଫେରିପାଇବେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ମାନସିକ ଶାନ୍ତି ପାଇଁ ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ।  

ସିଂହ: ନିବେଶରୁ ଲାଭ ପାଇବେ। କାର୍ଯ୍ୟରେ ସଫଳତା ମିଳିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ତରିବରିଆ ଭାବେ କୌଣସି ନିଷ୍ପତ୍ତି ନେବେ ନାହିଁ। 

କନ୍ୟା: ନୂଆ ରଣନୀତିରେ କାରବାରକୁ ଆଗକୁ ନେବେ। ଭାଇ, ଭଉଣୀଙ୍କ ସହ ସୁଖଦୁଃଖ ବାଣ୍ଟିବେ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ। 

ତୁଳା: ସରକାରୀ କ୍ଷେତ୍ରରେ ଲାଭ ମିଳିବ। ଭବିଷ୍ୟତ ପାଇଁ ବଡ଼ ନିଷ୍ପତ୍ତି ନେଇପାରନ୍ତି। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ। 

ବିଛା: ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନ ଖୁସିରେ ବିତିବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ। 

ଧନୁ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟା ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଆର୍ଥିକ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।

ମକର: ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। ବିଦେଶ ଯାତ୍ରା ଯୋଗ ଅଛି। ଭଉଣୀଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ। କୌଣସି କଥାକୁ ନେଇ ମନ ଉଣା କରିପାରନ୍ତି।

କୁମ୍ଭ: ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ମିଳିବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।  ଦାନ ଧର୍ମ କରନ୍ତୁ।

ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ଶିକ୍ଷାରେ ସଫଳତା ମିଳିବ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ। ଲୋକ ସମ୍ପର୍କ ବୃଦ୍ଧି ପାଇବ।

Join Us @ WhatsApp

About The Author

Google News
Join Us @ WhatsApp