ଶନିବାର ରାଶିଫଳ ( ୧-୧୧- ୨୦୨୫ )

Deviprasad Mohanty Picture
Published On

ମେଷ: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ । ପେଟ ଜନିତ ସମସ୍ୟା ଦେଖା ଦେଇପାରେ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ। 

ଆହୁରି ପଢ଼ନ୍ତୁ: ଗୁରୁବାର ରାଶିଫଳ ( ୩୦-୧୦-୨୦୨୫ )

ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ। 

ଆହୁରି ପଢ଼ନ୍ତୁ: ମଙ୍ଗଳବାର ରାଶିଫଳ ( ୨୮-୧୦-୨୦୨୫ )

ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।  

ଆହୁରି ପଢ଼ନ୍ତୁ: ବୁଧବାର ରାଶିଫଳ ( ୨୯-୧୦-୨୦୨୫)

କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ଅଛି। ମନ ପ୍ରସନ୍ନ ରହିବ। ମାନସିକ ଚିନ୍ତା ଦୂର ହେବ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ।

ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। 

କନ୍ୟା: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମ ଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ। 

ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।  

ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେଇପାରେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ।  

ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରୁହନ୍ତୁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ଆୟ ଓ ବ୍ୟୟ ସମାନ ରହିବ। ପୂଜାର୍ଚ୍ଚନାରେ ସମୟ ବିତାଇବେ।  

କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। 

ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।

Join Us @ WhatsApp

About The Author

Google News
Join Us @ WhatsApp