ମନୋରଞ୍ଜନ
ଶନିବାର ରାଶିଫଳ ( ୦୬-୦୯-୨୦୨୫ )
ମେଷ: ଆଜିର ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ପରିଶ୍ରମ ଅନୁସାରେ ଫଳ ମିଳିବ। ମାନସମ୍ମାନ ବୃଦ୍ଧି ପାଇବ। ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବୃଷ: ଦୂର ଯାତ୍ରା ଯୋଗ ଅଛି। ଯାନବାହନ କିଣିପାରନ୍ତି। ନିବେଶରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଦେଖା ଦେବ। ମିଥୁନ: କ୍ୟାରିୟରକୁ ଗୁରୁତ୍ବ ଦେବେ। ମହିଳାମାନେ ଅଳଙ୍କାର କିଣାକିଣିରେ ସମୟ ଅତିବାହିତ କରିବେ। ଧାର୍ମିକ […]
ମେଷ: ଆଜିର ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ପରିଶ୍ରମ ଅନୁସାରେ ଫଳ ମିଳିବ। ମାନସମ୍ମାନ ବୃଦ୍ଧି ପାଇବ। ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।
ବୃଷ: ଦୂର ଯାତ୍ରା ଯୋଗ ଅଛି। ଯାନବାହନ କିଣିପାରନ୍ତି। ନିବେଶରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଦେଖା ଦେବ।
ମିଥୁନ: କ୍ୟାରିୟରକୁ ଗୁରୁତ୍ବ ଦେବେ। ମହିଳାମାନେ ଅଳଙ୍କାର କିଣାକିଣିରେ ସମୟ ଅତିବାହିତ କରିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
କର୍କଟ: ଅଫିସ୍ରେ କାର୍ଯ୍ୟଭାର ବଢ଼ିପାରେ। ଆୟ ଅନୁସାରେ ବ୍ୟୟ ହେବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ସିଂହ: ଚାକିରିରେ ସଫଳତା ମିଳିବ। ନୂତନ ଜମି କ୍ରୟ କରିପାରନ୍ତି। ପରିବାର ସହିତ ହସଖୁସିର ସମୟ ବିତାଇବେ। ଜୀବନସାଥୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେଇପାରେ। ଘରେ ପୂଜାପାଠ ଆୟୋଜନ କରିବେ। ଆୟର ନୂଆ ଅବସର ପ୍ରାପ୍ତ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିପାରେ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।
ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ଦୀର୍ଘ ଦିନର ଆଶା ପୂରଣ ହେବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।
ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।
କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।
ମୀନ: ଉଧାର ଟଙ୍କା ଫେରି ପାଇବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ରାଜନେତାଙ୍କ ପାଇଁ ଦିନଟି ଭଲ। ଅଫିସ୍ କାମ ପାଇଁ ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି।






