ଗୁରୁବାର ରାଶିଫଳ ( ୧୪-୦୮-୨୦୨୫ )

The Sakala Picture
Published On

ମେଷ: ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପରିବାର ସହ ହସଖୁସିର ସମୟ ଅତିବାହିତ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବୃଷ: ଯାତ୍ରା ଯୋଗ ଅଛି। ନିବେଶରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ । ଆୟ ଓ ବ୍ୟୟ ସମାନ ରହିବ। ମିଥୁନ: ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି […]

ମେଷ: ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପରିବାର ସହ ହସଖୁସିର ସମୟ ଅତିବାହିତ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ବୃଷ: ଯାତ୍ରା ଯୋଗ ଅଛି। ନିବେଶରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ। ପଡୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ । ଆୟ ଓ ବ୍ୟୟ ସମାନ ରହିବ।

ମିଥୁନ: ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।

କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିପାରେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।

ସିଂହ: ଚାକିରିରେ ସଫଳତା ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଉଧାର ଟଙ୍କା ଫେରି ପାଇବେ।

କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେଇପାରେ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ରାଜନେତାଙ୍କ ପାଇଁ ଦିନଟି ଭଲ।

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିପାରେ। ରାଜନୀତିରେ ସଫଳତା ମିଳିବ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। ଦୀର୍ଘ ଦିନର ଆଶା ପୂରଣ ହେବ।

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।

କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।

ମୀନ: ଆଖି ବୁଜି ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପିଲାମାନେ ପଢ଼ାପଢ଼ିରେ ଅଧିକ ଧ୍ୟାନ ଦେବେ । ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।

Join Us @ WhatsApp

About The Author

Google News
Join Us @ WhatsApp

ରାଶିଫଳ