ଗୁରୁବାର ରାଶିଫଳ ( ୧୩-୧୧-୨୦୨୫ )

Madhusudan Das Picture
Published On

ମେଷ: ଦୀର୍ଘ ଦିନର ଆଶା ପୂରଣ ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି।  ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ଚାକିରିରେ ପରିବର୍ତ୍ତନ ହେବ। ରାଜନେତାଙ୍କ ପାଇଁ ଦିନଟି ଭଲ। 

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୧୫-୧୧-୨୦୨୫)

ବୃଷ: ବ୍ୟସ୍ତତା ଭିତରେ ଦିନ କଟିପାରେ। ଅତିଥି ସତ୍କାର କରିବେ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ସୃଜନାତ୍ମକ କ୍ଷେତ୍ରରେ ସଫଳତା ହାସଲ କରିବେ। ପ୍ରେମ ଜୀବନ ସୁଖମୟ ହେବ।

ଆହୁରି ପଢ଼ନ୍ତୁ: ବୁଧବାର ରାଶିଫଳ ( ୧୨- ୧୧ -୨୦୨୫)

ମିଥୁନ: ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଅଧିକ ପରିଶ୍ରମ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ବାଦବିବାଦରୁ ଦୂରେଇ ରହିବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।

ଆହୁରି ପଢ଼ନ୍ତୁ: ସୋମବାର ରାଶିଫଳ ( ୧୦-୧୧-୨୦୨୫ )

କର୍କଟ: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ଉଧାର ଧନ ଫେରିପାଇବେ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ। ଚାକିରିରେ ନୂଆ ସୁଯୋଗ ଜୁଟିପାରେ। ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି।  

ସିଂହ: ନିବେଶରୁ ଲାଭ ପାଇବେ। କାର୍ଯ୍ୟରେ ସଫଳତା ମିଳିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ତରିବରିଆ ଭାବେ କୌଣସି ନିଷ୍ପତ୍ତି ନେବେ ନାହିଁ।

କନ୍ୟା: ନୂଆ ରଣନୀତିରେ କାରବାରକୁ ଆଗକୁ ନେବେ। ଘର ସାଜସଜ୍ଜାରେ ଅଧିକ ଖର୍ଚ୍ଚାନ୍ତ ହେବେ। ଭାଇ, ଭଉଣୀଙ୍କ ସହ ସୁଖଦୁଃଖ ବାଣ୍ଟିବେ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ। 

ତୁଳା: ସରକାରୀ କ୍ଷେତ୍ରରେ ଲାଭ ମିଳିବ। ଧାର କରଜ କରିବାରୁ ରକ୍ଷା ପାଇବେ। ଭବିଷ୍ୟତ ପାଇଁ ବଡ଼ ନିଷ୍ପତ୍ତି ନେଇପାରନ୍ତି। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। 

ବିଛା: ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିବେ। ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନ ଖୁସିରେ ବିତିବ। ପରିଶ୍ରମ ଅନୁସାରେ ଫଳ ମିଳିବ ନାହିଁ। 

ଧନୁ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟା ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଆର୍ଥିକ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।

ମକର: ନାଚ, ଗୀତରେ ସଫଳତା ମିଳିବ। ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। ବିଦେଶ ଯାତ୍ରା ଯୋଗ ଅଛି। ଭଉଣୀଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।

କୁମ୍ଭ: ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ। ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ମିଳିବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।  

ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ। ବ୍ୟବସାୟରେ ପରିବର୍ତ୍ତନ ଆଣିବେ। 

Join Us @ WhatsApp

About The Author

Google News
Join Us @ WhatsApp