Thursday Horoscope: ଗୁରୁବାର ରାଶିଫଳ ( ୨୫-୧୨-୨୦୨୫ )

ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ। 

ବୃଷ: ଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ। 

ମିଥୁନ: ଯାନବାହନ କିଣିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ। 

କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। 

ସିଂହ: ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଆୟର ନୂଆ ଅବସର ପ୍ରାପ୍ତ ହେବ।

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ। 

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ। 

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। 

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।

କୁମ୍ଭ: ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି। 

ମୀନ: ଚାକିରିରେ ବନ୍ଧୁଙ୍କ ସହାୟତା ମିଳିବ। ଅଫିସ୍‌ରେ ସହକର୍ମୀଙ୍କ ସହ ମତାନ୍ତର ଦେଖା ଦେବ।  ନୂଆ କାର୍ଯ୍ୟ ଆରମ୍ଭ କରିବାର ଉତ୍ତମ ସମୟ। ସ୍ବାମୀ-ସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝମଣା ରହିବ। 

About The Author: Madhusudan Das