Thursday Horoscope: ଗୁରୁବାର ରାଶିଫଳ ( ୦୯-୦୪-୨୦୨୬ )

ମେଷ: ଦୀର୍ଘ ଦିନରୁ ଚାଲିଥିବା ସମସ୍ୟାର ସମାଧାନ ହେବ । ପରିବାର ସଦସ୍ୟଙ୍କ ସହିତ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ମାନସିକ ଶାନ୍ତି ପାଇଁ  ଯୋଗ କରନ୍ତୁ। 

ବୃଷ: ନୂତନ ପ୍ରୋଜେକ୍ଟରେ କାମ ଆରମ୍ଭ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସାମାଜିକ କାର୍ଯ୍ୟରେ ସାମିଲ ରହିବେ। ଅଚାନକ ଖୁସି ଖବର ପାଇବେ। ଆୟ ଅନୁସାରେ ବ୍ୟୟ ହେବ। 

ମିଥୁନ: ଉଧାର ଟଙ୍କା ଫେରି ପାଇବେ। ପୈତୃକ ସମ୍ପତ୍ତିକୁ ନେଇ  ବିବାଦ ସୃଷ୍ଟି ହୋଇପାରେ। ସଫଳତା ପାଇଁ କଠିନ ପରିଶ୍ରମ କରିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। 

କର୍କଟ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ପୁରୁଣା ନିବେଶରୁ ଲାଭ ମିଳିପାରେ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ। 

ସିଂହ: ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଆବଶ୍ୟକତାଠାରୁ ଅଧିକ ଖର୍ଚ୍ଚ କରିପାରନ୍ତି। ପିତାମାତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ ହୋଇପାରନ୍ତି। ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। 

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ବୈବାହିକ ଜୀବନରେ ସମସ୍ୟା ଆସିବ। ସାଙ୍ଗଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ। 

ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜରୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। 

ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ। 

ଧନୁ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ, ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। 

ମକର: ଶାରୀରିକ ଯନ୍ତ୍ରଣା ଭୋଗିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ। 

କୁମ୍ଭ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। 

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।

About The Author: Madhusudan Das