ମେଷ: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ଚାକିରିରେ ପରିବର୍ତ୍ତନ ହୋଇପାରେ। ରାଜନୀତିରେ ସଫଳ ହେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ବାପାମାଆ ଚିନ୍ତିତ ରହିବେ।
ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ସୃଜାନାତ୍ମକ କ୍ଷେତ୍ରରେ ସଫଳତା ହାସଲ କରିବେ। ପ୍ରେମ ଜୀବନ ସୁଖମୟ ହେବ।
ମିଥୁନ: ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଅଧିକ ପରିଶ୍ରମ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ବାଦବିବାଦରୁ ଦୂରେଇ ରହିବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।
କର୍କଟ: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ଉଧାର ଧନ ଫେରିପାଇବେ। ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଯିବେ। ଚାକିରିରେ ନୂଆ ସୁଯୋଗ ଜୁଟିବ। ନୂତନ ଯାନବାହନ କ୍ରୟ କରିପାରନ୍ତି।
ସିଂହ: ନିବେଶରୁ ଲାଭ ପାଇବେ। କାର୍ଯ୍ୟରେ ସଫଳତା ମିଳିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ତରିବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅଫିସ୍ ସହକର୍ମୀଙ୍କ ସହଯୋଗ ରହିବ।
କନ୍ୟା: ନୂଆ ରଣନୀତିରେ କାରବାରକୁ ଆଗକୁ ନେବେ। ଘର ସାଜସଜ୍ଜାରେ ଅଧିକ ଖର୍ଚ୍ଚାନ୍ତ ହେବେ। ଭାଇ, ଭଉଣୀଙ୍କ ସହ ସୁଖଦୁଃଖ ବାଣ୍ଟିବେ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ।
ତୁଳା: ସରକାରୀ କ୍ଷେତ୍ରରେ ଲାଭ ମିଳିବ। ଧାରକରଜ କରିବାରୁ ରକ୍ଷା ପାଇବେ। ଭବିଷ୍ୟତ ପାଇଁ ବଡ଼ ନିଷ୍ପତ୍ତି ନେବେ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ଅତିବାହିତ କରିବେ।
ବିଛା: ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ। ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନ ଖୁସିରେ ବିତିବ। ବନ୍ଧୁଙ୍କ ସହ ବୁଲିବାକୁ ଯିବେ।
ଧନୁ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟା ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଆର୍ଥିକ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିପାରନ୍ତି।
ମକର: ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। ବିଦେଶ ଯାତ୍ରା ଯୋଗ ଅଛି। ଭଉଣୀଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖା ଦେଇପାରେ।
କୁମ୍ଭ: ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ। ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ମିଳିବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ଶିକ୍ଷାରେ ସଫଳତା ମିଳିବ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ। ବ୍ୟବସାୟରେ ପରିବର୍ତ୍ତନ ହେବ।