ମଙ୍ଗଳବାର ରାଶିଫଳ (୧୭-୦୬-୨୦୨୫)

ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳି ପାରନ୍ତି। ଦୃଢ଼ ସଂକଳ୍ପ ସହ ଲକ୍ଷ୍ୟ ହାସଲ କରିବାକୁ ଯୋଜନା କରିବେ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ଷମତା ଉପରେ ଭରସା ରଖନ୍ତୁ। ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ନିଜକୁ କମଜୋର ଭାବନ୍ତୁ ନାହିଁ। ଛାତ୍ରଛାତ୍ରୀ କୃତକାର୍ଯ୍ୟ ହେବେ। ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିବେ। ଅନ୍ୟର ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା […]

ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳି ପାରନ୍ତି। ଦୃଢ଼ ସଂକଳ୍ପ ସହ ଲକ୍ଷ୍ୟ ହାସଲ କରିବାକୁ ଯୋଜନା କରିବେ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ଷମତା ଉପରେ ଭରସା ରଖନ୍ତୁ।

ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ନିଜକୁ କମଜୋର ଭାବନ୍ତୁ ନାହିଁ। ଛାତ୍ରଛାତ୍ରୀ କୃତକାର୍ଯ୍ୟ ହେବେ।

ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିବେ। ଅନ୍ୟର ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ।

କର୍କଟ: ନିଜ ପରିଶ୍ରମକୁ ଗୁରୁତ୍ବ ଦିଅନ୍ତୁ। ମନୋରଞ୍ଜନ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଜୀବନସାଥିଙ୍କ ସହଯୋଗ ଲୋଡିବେ। ରାଜନେତାଙ୍କ ପାଇଁ ଭଲ ସମୟ।

ସିଂହ: କୌଣସି କାର୍ଯ୍ୟ କରିବା ପୂର୍ବରୁ ହଜାର ଥର ଚିନ୍ତା କରନ୍ତୁ। ପିଲାମାନଙ୍କ ଉନ୍ନତିରେ ଖୁସି ଅନୁଭବ କରିବେ। କିଣା-ବିକାରେ ସମୟ ବିତିବ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି।

କନ୍ୟା: ଦିନଟି ବ୍ୟସ୍ତରେ ବିତିବ। ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଆଦୌ ଭଲ ନୁହେଁ ।

ତୁଳା: ପୁରୁଣା ରୋଗରୁ ଆରାମ ମିଳିପାରେ। ଅକସ୍ମାତ ଖୁସି ଖବର ପାଇବେ। ଜୀବନସାଥିଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। ବ୍ୟବସାୟରୁ ଲାଭ ପାଇବେ। ଯୋଜନା ମୁତାବକ କାମ ହେବ।

ବିଛା: ପାରିବାରିକ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ। ଜୀବନସାଥିଙ୍କ ସହ ଭ୍ରମଣ ଯୋଗ ରହିଛି।

ଧନୁ: ବନ୍ଧୁ ମିଳନ ଯୋଗ ରହିଛି। ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଧର୍ମପରାୟାଣା ହେବେ।

ମକର: ଉଧାର ଦେଉଥିଲେ ସାବଧାନ ହୋଇଯାଆନ୍ତୁ। ପରିବାର ସହିତ କିଛି ସମୟ ବିତାନ୍ତୁ। ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ଯାନବାହନ ଚଳାଚଳ ସମୟରେ ସତର୍କ ରୁହନ୍ତୁ।

କୁମ୍ଭ:ଅତିଥିଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାପ୍ରକଟ କରିବେ। ପିଲାମାନଙ୍କ କାର୍ଯ୍ୟ କଳାପରେ ଦିନଟି ଭଲରେ ବିତିବ। ଜୀବନସାଥିଙ୍କ ପାଇଁ କୌଣସି କାର୍ଯ୍ୟ ଗଡ଼ବଡ଼ ହୋଇପାରେ।

ମୀନ: ଆଖି ବୁଜି ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୈବାହିକ ଜୀବନ ମଧୁମୟ ହେବ । ପିଲାମାନେ ପଢ଼ାପଢ଼ିରେ ଅଧିକ ଧ୍ୟାନ ଦେବେ ।

About The Author: The Sakala